କିଛି ଏଭଳି ୟାମି-ଆଦିତ୍ୟଙ୍କ ଲଭ୍‌ଷ୍ଟୋରୀ: କେହି ବି ଟେର୍‌ ପାଇଲେନି; ଶୁଟିଂ ସେଟ୍‌ରୁ…

ବମ୍ବେ: ଲୁଚିଛପି ବିବାହ କରିଛନ୍ତି ବଲିଉଡ୍‌ର ସୁନ୍ଦରୀ ଅଭିନେତ୍ରୀ ୟାମି ଗୌତମ। ଆଦିତ୍ୟ ଧରଙ୍କୁ ସେ ବିବାହ କରିଥିବା ନେଇ ଏକ ପୋଷ୍ଟ କରି ପ୍ରଶଂସକଙ୍କୁ ଜଣାଇଥିଲେ। ପୂର୍ବରୁ ଉଭୟଙ୍କ ସମ୍ପର୍କକୁ ନେଇ କେହି ଟେର ପାଇ ନ ଥିବା ବେଳେ ହଠାତ ବିବାହ ଅନେକଙ୍କୁ ଚକିତ କରିଥିଲା। ଅପରପକ୍ଷେ ପ୍ରଶଂସକମାନେ ୟାମିଙ୍କ ଜୀବନସାଥୀ କିଏ ତାହା ଜାଣିବାକୁ ଇଚ୍ଛା ପ୍ରକାଶ କରୁଛନ୍ତି। ଆସନ୍ତୁ ସେ ବିଷୟରେ ଜାଣିବା…

ଆଦିତ୍ୟ ଧର ହିନ୍ଦି ଚଳଚ୍ଚିତ୍ରଜଗତର ଜଣାଶୁଣା ନାମ। ନିର୍ଦ୍ଦେଶକ ଭାବେ ‘ଉରି ଦ ସର୍ଜିକାଲ ଷ୍ଟ୍ରାଇକ୍‌’ ଆଦିତ୍ୟଙ୍କର ଡେବ୍ୟୁ ଫିଲ୍ମ ଥିଲା। ଏଥିନିମନ୍ତେ ତାଙ୍କୁ ସର୍ବଶ୍ରେଷ୍ଠ ନିର୍ଦ୍ଦେଶକ ଭାବେ ଜାତୀୟ ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ସେ ଜଣେ ଲୋକପ୍ରିୟ ନିର୍ଦ୍ଦେଶକ ହେବା ସହ ଲେଖକ ଏବଂ ଗୀତିକାର ମଧ୍ୟ। ୧୯୮୩ ମାର୍ଚ୍ଚ ୧୨ରେ ଜନ୍ମିତ ଆଦିତ୍ୟ କାବୁଲ ଏକ୍ସପ୍ରେସ, ତେଜ, ଆକ୍ରୋଶ, ହାଲ ଏ ଦିଲ ଭଳିି ଫିଲ୍ମ ଲାଗି ଡାଏଲଗ୍‌, ସ୍କ୍ରିନ ପ୍ଲେ ଏବଂ ଲିରିକ୍ସ ରାଇଟର ଭାବେ କାମ କରିଛନ୍ତି।

ୟାମିଙ୍କ ସହ ପ୍ରେମକାହାଣୀକୁ ଯଦି ଦେଖାଯାଏ ତେବେ ଆଦିତ୍ୟଙ୍କ ଡେବ୍ୟୁ ଫିଲ୍ମରେ ଅଭିନେତା ବିକ୍କି କୌଶଲଙ୍କ ସହ ନଜର ଆସିଥିଲେ ସେ। ଏହାର ଶୁଟିଂ ସମୟରେ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଆରମ୍ଭ ହୋଇଥିଲେ। ପରେ ଉଭୟ ବନ୍ଧୁ ହେବା ପରେ ଧିରେ ଧିରେ ନିକଟତର ହୋଇଥିଲେ। ହେଲେ ଉଭୟଙ୍କ ମଧ୍ୟରେ କିଛି ଚାଲିଥିବା କଥା ସାର୍ବଜନିକ ହୋଇ ନ ଥିଲା। ଏବେ ୟାମି ଆଦିତ୍ୟଙ୍କ ହାତ ଧରି ସମସ୍ତଙ୍କୁ ଚମକାଇ ଦେଇଛନ୍ତି କହିଲେ ଚଳେ।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ୍‌ଶୀଘ୍ର ଆସୁଛି ‘କୌନ୍‌ ବନେଗା କରୋଡ଼ପତି’, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେଶନ

ମୁମ୍ବାଇ: ବିଗ୍‌ ବି’ ଅମିତାଭ ବଚ୍ଚନଙ୍କ କୁଇଜ୍‌ ଶୋ’ କୌନ୍‌ ବନେଗା କରୋଡ଼ପତି’ (କେବିସି) ସବୁବେଳେ ଚର୍ଚ୍ଚାରେ ରହିଥାଏ। ବର୍ତ୍ତମାନ ଏହି ଶୋ’ର ପରବର୍ତ୍ତୀ ସିଜନ୍‌ ...

ଅଲଗା ହେଲା ବାଟ, ପ୍ରେମିକଙ୍କଠାରୁ ଅଲଗା ହେଲେ ଶ୍ରୁତି ହାସନ!

ବମ୍ବେ: ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ ସାଉଥ୍‌ ସୁପରଷ୍ଟାର କମଲ ହାସନଙ୍କ ଝିଅ ତଥା ଅଭିନେତ୍ରୀ ଶ୍ରୁତି ହାସନ। ଦୀର୍ଘଦିନ ଧରି ସେ ଶାନ୍ତନୁ ହଜାରିକାଙ୍କୁ...

ପୁଣି ପ୍ରେମରେ ପଡ଼ିଛନ୍ତି କୋଙ୍କଣା? ପୂର୍ବ ସ୍ବାମୀ କରିଦେଲେ ବଡ଼ ଖୁଲାସା

ବମ୍ବେ: ପୁଣି ପ୍ରେମରେ ପଡ଼ିଛନ୍ତି ଅଭିନେତ୍ରୀ କୋଙ୍କଣା ସେନ୍‌ ଶର୍ମା। କିଛି ଦିନ ଧରି ତାଙ୍କର ଲଭ୍‌ ଲାଇଫକୁ ନେଇ ଚର୍ଚ୍ଚା ହେଉଥିଲା। ହେଲେ ସେ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ହେମାମାଳିନୀଙ୍କୁ ନିର୍ବାଚନ ଲଢ଼ିବାକୁ ମନା କରିଥିଲେ ଧର୍ମେନ୍ଦ୍ର

ମୁମ୍ବାଇ: ଅଭିନେତ୍ରୀ ହେମାମାଳିନୀ ବର୍ତ୍ତମାନ ରାଜନୀତିରେ ସକ୍ରିୟ ରହିଛନ୍ତି। ମଥୁରାରୁ ୨ ଥର ଲୋକ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ହେମାମାଳିନୀ ଚଳିତ ଥର...

ସେଲ୍ସ ଗର୍ଲ ହେଲେ ଶ୍ରଦ୍ଧା

ମୁମ୍ବାଇ: ବଲିଉଡ୍‌ର ପ୍ରତିଭାବାନ୍‌ ଅଭିନେତ୍ରୀ ଶ୍ରଦ୍ଧା କପୁର ସୋସିଆଲ ମିଡିଆରେ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ନିଜ ଇନ୍‌ଷ୍ଟାଗ୍ରାମରେ ଏକ ଭିଡିଓ ପୋଷ୍ଟ କରିଛନ୍ତି, ଯାହାକୁ...

କ୍ୟାନ୍‌ସରରେ ଆଖି ବୁଜିଲେ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନ

ନୂଆଦିଲ୍ଲୀ,୨୧ା୪: ଲୋକପ୍ରିୟ ଫେଶନ ଇନ୍‌ଫ୍ଲୁଏନ୍ସର ସୁରଭି ଜୈନଙ୍କର ୩୦ ବର୍ଷ ବୟସରେ ମୃତ୍ୟୁ ଘଟିଛି। ସେ ଦୀର୍ଘଦିନ ହେଲା କ୍ୟାନ୍‌ସରରେ ପୀଡ଼ିତ ଥିଲେ। ଇନ୍‌ଷ୍ଟାଗ୍ରାମରେ ତାଙ୍କର...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri