Posted inଜାତୀୟ

ଯମୁନା ଏକ୍ସପ୍ରେସ ୱେରେ କାଞ୍ଜାୱାଲା ଭଳି ଘଟଣା, ୧୦ କିଲୋମିଟର ପର୍ଯ୍ୟନ୍ତ ମୃତ ଶରୀରକୁ ଘୋଷାଡି ନେଲା କାର

ମଥୁରା,୭ ।୨: ଯମୁନା ଏକ୍ସପ୍ରେସୱେରେ ଦିଲ୍ଲୀର କାଞ୍ଜାୱାଲା ଭଳି ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ମଥୁରା ଜିଲାରେ ଜଣେ ବ୍ୟକ୍ତିଙ୍କୁ ଏକ କାର ପାଖାପାଖା ୧୦ କିଲୋମିଟର ପର୍ଯ୍ୟନ୍ତ ଘୋଷାଡି ନେଇଯାଇଛି । ଯେତେବେଳେ କାରଟି ଟୋଲଗେଟରେ ଅଟକିଥିଲା ସେତେବେଳେ ମୃତଦେହ ଏଣେତେଣେ ପଡିଥିବା ଦେଖାଯାଇଥିଲା । ଏହାପରେ ସୂଚନା ପାଇ ସ୍ଥାନୀୟ ପୋଲିସ ପହଞ୍ଚି ଖଣ୍ଡ ବିଖଣ୍ଡିତ ମୃତ ଦେହକୁ ଏକାଠି କରି ପୋଷ୍ଟମର୍ଟମ ପାଇଁ ପଠାଇଥିଲା ।
ଉତ୍ତର ପ୍ରଦେଶର ମଥୁରା ଜିଲାରେ ଥାନା ମାଂଟ ଅଞ୍ଚଳର ଏହି ଘଟଣା ବୋଲି କୁହାଯାଉଛି । ଯମୁନା ଏକ୍ସପ୍ରେସ ୱେରେ ଏକ ସ୍ପିପ୍ଟ କାରରେ ଏକ ମୃତଦେହ ଫସି ରହିଥିବା ମିଳିଥିଲା । ଚଳନ୍ତା କାର ତଳେ ମୃତଦେହ ଫସିଯିବା କାରଣରୁ ଏହା ଖଣ୍ଡ ଖଣ୍ଡ ହୋଇଯାଇଥିଲା । କୁହାଯାଉଛି କି ଯମୁନା ଏକ୍ସପ୍ରେସ ୱେରେ କାରରେ ଫସିଯାଇଥିବା ମୃତଦେହକୁ ପ୍ରାୟ ୧୦ କିଲୋମିଟର ପର୍ଯ୍ୟନ୍ତ ଘୋଷଡି ନେଇଯାଇଥିଲେ କାର ଚାଳକ ।
ଟୋଲ ଗେଟରେ କାରଟି ଅଟକିବା ପରେ ସେଠାକାର ସୁକ୍ୟୁରିଟି ଏହାକୁ ଦେଖିବାରୁ ଘଟଣା ସମ୍ପର୍କରେ ଜଣାପଡିଥିଲା । ତେବେ କାର ପଛରେ ଜଣେ ଯୁବକଙ୍କ ମୃତଦେହ ଲଟକିଥିବା ଦେଖାଯାଇଥିଲା । ତେବେ ଏହା ଦୁର୍ଘଟଣା ନା ହତ୍ୟାକାଣ୍ଡ ତାକୁ ନେଇ ପୋଲିସ ଯାଞ୍ଚ ଆରମ୍ଭ କରିଛି ।


Enter your email to get our daily news in your inbox.

All Right Reserved By Dharitri.Com

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ବଡ଼ ବୟାନ ଦେଲେ କୋଚ, କହିଲେ,‘ମୁଁ ତାଙ୍କୁ ଅପେକ୍ଷା କରିଛି…’

ନୂଆଦିଲ୍ଲୀ,୨୩।୯: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତୀୟ କ୍ରିକେଟ ଟିମ ସହିତ ଜାପାନରେ ଅଛନ୍ତି। ସେ ୨୦୨୬ ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରୁଛନ୍ତି ଏବଂ ସେଠାରେ ତାଙ୍କର…

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

୨୦୨୭ ବିଶ୍ୱକପ ବିଷୟରେ ଉଲ୍ଲେଖ କରି ବିରାଟ-ରୋହିତଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ରିଙ୍କୁ ସିଂହ, କହିଲେ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଟି-୨୦ ଦଳର ଷ୍ଟାର୍‌ ବ୍ୟାଟର ରିଙ୍କୁ ସିଂହ, ଦଳର ଦୁଇ ପ୍ରମୁଖ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

‘ପରାଜୟ ପରେ ECI ଉପରେ ଆକ୍ରମଣ’ SIR-ନିର୍ବାଚନ ଆୟୋଗ ବିବାଦ ଉପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୨୩।୯: ନିର୍ବାଚନ ଆୟୋଗଙ୍କୁ ନେଇ ସୃଷ୍ଟି ହୋଇଥିବା ବିବାଦ ଉପରେ ଭାଜପା ନିଜର ପ୍ରଥମ ପ୍ରତିକ୍ରିୟା ରଖିଛି। ବିରୋଧୀଙ୍କ ଅଭିଯୋଗର ଜବାବ ଦେଇ ଭାଜପା ଏମପି ସମ୍ବିତ…

ଲଗାଣ ବର୍ଷା ନେଲା ଜୀବନ: ରେମୁଣାରେ ମାଟି କାନ୍ଥ ଭୁଷୁଡ଼ି ବାପା ମୃତ, ପୁଅ ଗୁରୁତର

ବାଲେଶ୍ୱର,୨୩ା୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରେମୁଣାରେ ବଡ଼ ଅଘଟଣ ଘଟିଯାଇଛି । ଖରିଦମୁଖୁରା ଗ୍ରାମରେ ମାଟି କାନ୍ଥ ଭୁଶୁଡ଼ି ପଡ଼ି ବାପାଙ୍କ ମୃତ୍ୟୁ…

କ୍ରିକେଟରେ ହଲଚଲ! ହଠାତ୍ ଇସ୍ତଫା ଦେଲେ କୋଚ୍, କାରଣ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୩ା୯: ଚାକିରି ବଦଳାଇବା ଏବେ ସାଧାରଣ କଥା। କିନ୍ତୁ କୌଣସି ଜାତୀୟ କ୍ରିକେଟ୍ ଦଳର କୋଚ୍ ଅନ୍ୟ ଏକ ଟିମ୍‌ରେ ଚାକିରି ପାଇଁ ଇସ୍ତଫା ଦେବା ନିଶ୍ଚିତ…

ମଧ୍ୟବିତ୍ତଙ୍କୁ ବଡ଼ ଝଟ୍‌କା: ଅକ୍ଟୋବରରୁ ବଦଳିଯିବ ଏସବୁ ନିୟମ, ଏବେଠୁ ଜାଣି ରଖନ୍ତୁ ସବୁକିଛି

ନୂଆଦିଲ୍ଲୀ,୨୩।୯: ପ୍ରତି ମାସର ପହିଲା ତାରିଖରେ କିଛି ନା କିଛି ନିୟମରେ ପରିବର୍ତ୍ତନ ହୋଇଥାଏ। ଏହାକୁ ନେଇ ଲୋକଙ୍କ ମଧ୍ୟରେ ମଧ୍ୟ ଉତ୍ସୁକତା ରହିଥାଏ ଯେ, ଆସନ୍ତା…

ଭାଙ୍ଗିଲା ପାଚେରି, ବିଦ୍ୟାଳୟ ଭିତରେ ପଶିଲା ଗାଁର ମଇଳା ପାଣି

ପାତ୍ରପୁର,୨୩ା୯(ଉମାଚରଣ ନେପାକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲା ପାତ୍ରପୁର ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ତୁହାକୁ ତୁହା ବର୍ଷା ସହ ପନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?