Posted inଜାତୀୟ

ଅଟଳ ବିହାରୀଙ୍କ ନାମରେ ନାମିତ ହେବ ଯମୁନା ଏକ୍ସପ୍ରେସ ୱେ…

ନୋଏଡା,୨୩।୧୧: ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ  ଯୋଗୀ ଆଦିତ୍ୟନାଥ ସରକାର ଯମୁନା ଏକ୍ସପ୍ରେସ ୱେର ନାମ ପରିବର୍ତ୍ତନ କରିବାକୁ ଯୋଜନା କରୁଛନ୍ତି। ଦୁଇ ଦିନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗ୍ରେଟର ନୋଏଡାକୁ ଜୁଆର ବିମାନବନ୍ଦରର ଭୁମି ପୂଜନ କରିବା ପାଇଁ ଆସୁଛନ୍ତି। ଏହି ସମୟରେ, ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତ ରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ନାମରେ ଯମୁନା ଏକ୍ସପ୍ରେସ ୱେ ନାମକରଣ ପାଇଁ ଏକ ଘୋଷଣା କରାଯାଇପାରେ ବୋଲି ଚର୍ଚ୍ଚା ହେଉଛି। ଭାଜପାର କେତେକ ବରିଷ୍ଠ ନେତା ମଧ୍ୟ ଏହି ଖବରକୁ ନିଶ୍ଚିତ କରିଛନ୍ତି। ସେମାନେ କହିଛନ୍ତି ଯେ ଏହି ନିଷ୍ପତ୍ତି ନିଆଯାଉଛି ଯାହା ଦ୍ୱାରା ଭାରତର ସର୍ବଶ୍ରେଷ୍ଠ ତଥା ଲୋକପ୍ରିୟ ନେତାଙ୍କୁ ଉପଯୁକ୍ତ ସମ୍ମାନ ପ୍ରଦାନ କରାଯାଇପାରିବ।

ନଭେମ୍ବର ୨୫ରେ, ପ୍ରଧାନମନ୍ତ୍ରୀ ଜଓ୍ବେର ବିମାନବନ୍ଦରର ଭୁମିପୁଜନ କାର୍ଯ୍ୟରେ ଯୋଗଦେବେ। ଏହି ସମୟରେ ସେ ଏକ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ। ଯମୁନା ଏକ୍ସପ୍ରେସ ୱେର ନାମ ପରିବର୍ତ୍ତନ କରିବାକୁ ଏକ ଘୋଷଣା କରାଯାଇପାରେ ବୋଲି ଚର୍ଚ୍ଚା ହେଉଛି।

ନାମ ପରିବର୍ତ୍ତନ ସହିତ ଭାଜପା ଗୋଟିଏ ତୀରରେ ଦୁଇଟି ଶିକାର କରିବାକୁ ଚାହୁଁଛି। ଯମୁନା ଏକ୍ସପ୍ରେସ ୱେର ନାମ ପରିବର୍ତ୍ତନ ସହିତ କେବଳ ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କୁ ସମ୍ମାନ ଦିଆଯିବ ନାହିଁ, ବରଂ ଏହା ବ୍ରାହ୍ମଣ ଭୋଟରଙ୍କୁ ମଧ୍ୟ ହାତେଇବାରେ ସାହାଯ୍ୟ କରିବ। ପାର୍ଟି ଅନୁଭବ କରୁଛି ଯେ ବ୍ରାହ୍ମଣମାନେ ଭାଜପା ଉପରେ ଅଧିକ ଖୁସି ନୁହଁନ୍ତି। ଏଭଳି ପରିସ୍ଥିତିରେ, ଏହା ମାଧ୍ୟମରେ ସେମାନଙ୍କୁ ସନ୍ତୁଷ୍ଟ କରାଯିବାର ଯୋଜନା ପ୍ରସ୍ତୁତ କରାଯାଇଛି।

ଜଓ୍ବେର ବିମାନ ବନ୍ଦରର ସୀମା ପ୍ରାଚୀରର କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ କରାଯାଉଛି। ବିମାନ ବନ୍ଦର ନିର୍ମାଣ ପାଇଁ ୧୩୩୪ ହେକ୍ଟର ଜମି ଅଧିଗ୍ରହଣ ହୋଇଛି। ବିମାନ ବନ୍ଦରର ନିର୍ମାଣ କାର୍ଯ୍ୟ ୨୦୨୩-୨୪ ସୁଦ୍ଧା ଶେଷ ହେବାର ଯୋଜନା ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri