Posted inଜାତୀୟ

ବିପଦ ସଙ୍କେତ ୩ ମିଟରରୁ ଅଧିକ ଉଚ୍ଚରେ ପ୍ରବାହିତ ହେଉଛି ଯମୁନା

ନୂଆଦିଲ୍ଲୀ,୧୩ା୭: ଯମୁନା ନଦୀ ଜଳସ୍ତର ବଢ଼ିବା ଫଳରେ ଦିଲ୍ଲୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏପରିକି ରାସ୍ତା ପାଣିରେ ବୁଡ଼ିରହିଥିବାରୁ ପରିବହନ ସେବା ବାଧାପ୍ରାପ୍ତ ହୋଇଛି। ବନ୍ୟାରେ ଦିଲ୍ଲୀର ୬ଟି ଜିଲା ପ୍ରଭାବିତ ହୋଇଛି। ବନ୍ୟାସ୍ଥିତି ଯୋଗୁ ଲାଲ୍‌ କିଲ୍ଲାକୁ ଗୁରୁବାର ମଧ୍ୟାହ୍ନରୁ ଶୁକ୍ରବାର ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ଘୋଷଣା କରାଯାଇଛି। ହରିୟାଣାର ହାଥନିକୁଣ୍ଡ ବ୍ୟାରେଜ୍‌ରୁ କ୍ରମାଗତ ଜଳ ନିଷ୍କାସନ ଯୋଗୁ ଗୁରୁବାର ଯମୁନା ନଦୀର ଜଳସ୍ତର ୨୦୮.୬୨ ମିଟରରେ ପହଞ୍ଚିଛି। ବର୍ତ୍ତମାନ ବିପଦ ସଙ୍କେତର ୩ ମିଟରରୁ ଅଧିକ ଉଚ୍ଚରେ ଜଳ ପ୍ରବାହିତ ହେଉଛି।

ଫଳରେ ନଦୀଜଳ ଜନବସତି ଅଞ୍ଚଳକୁ ଆସିଯିବାରୁ ଦିଲ୍ଲୀର ସିଭିଲ ଲାଇନ୍‌ ଅଞ୍ଚଳ ଜଳାର୍ଣ୍ଣବ ହୋଇଯାଇଛି। ମୁଖ୍ୟମନ୍ତ୍ରୀ କେଜ୍‌ରିଓ୍ବାଲ ଏବଂ ଦିଲ୍ଲୀ ବିଧାନସଭାଠାରୁ ୩୫୦ ମିଟର ଦୂରରେ ବନ୍ୟାଜଳ ରହିଛି। ବନ୍ୟାପାଣି ଯୋଗୁ ଆଉଟର ରିଙ୍ଗ୍‌ ରୋଡ୍‌ ସମେତ ବହୁ ରାସ୍ତାରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇ ଟ୍ୟାଫିକ୍‌ ସମସ୍ୟା ସୃଷ୍ଟି ହୋଇଛି। ମେଟ୍ରୋ ସେବା ପ୍ରଭାବିତ ହୋଇଥିବାବେଳେ ବ୍ଲୁ ଲାଇନରେ ପାଣି ଜମିରହିବାରୁ ଯମୁନାକୂଳ ମେଟ୍ରୋ ଷ୍ଟେଶନକୁ ବନ୍ଦ କରିଦିଆଯାଇଛି। ବନ୍ୟାସ୍ଥିତିର ମୁକାବିଲା ଲାଗି ୧୬ଟି ଏନ୍‌ଡିଆର୍‌ଏଫ୍‌ ଟିମ୍‌କୁ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri