ଘଞ୍ଚ ଜଙ୍ଗଲକୁ ଗଲା ବାଘୁଣୀ ଯମୁନା

ବାରିପଦା,୯ା୧୧: ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ଏନ୍‌କ୍ଲୋଜରରେ ଥିବା ବାଘୁଣୀ ‘ଯମୁନା’କୁ ଶନିବାର ବନ ବିଭାଗ ପକ୍ଷରୁ ଶିମିଳିପାଳ ଅଭୟାରଣ୍ୟର କୋର ଘଞ୍ଚ ଜଙ୍ଗଲରେ ଛଡ଼ାଯାଇଛି। ଯମୁନା ଉପରେ ବନ ବିଭାଗର ଏକ ସ୍ବତନ୍ତ୍ର ଟିମ୍‌ ନଜର ରଖିବେ ବୋଲି ଶିମିଳିପାଳ ଉପନିର୍ଦ୍ଦେଶକ ସମ୍ରାଟ ଗୌଡ଼ା ସୂଚନା ନେଇଛନ୍ତି।

ସୂଚନା ଯୋଗ୍ୟ, ଗତ କିଛି ଦିନ ତଳେ ଶିମିଳିପାଳ ଅଭୟାରଣ୍ୟ ଏନ୍‌କ୍ଲୋଜରରେ ବୁଲୁଥିବା ମହାବଳ ବାଘୁଣୀ ‘ଯମୁନା’ ଏକ ବାର୍‌ହାକୁ ଶିକାର କରି ଖାଇଥିଲା। ଏହା ଦେଖି ବନ କର୍ମଚାରୀ ଖୁସି ପ୍ରକଟ କରିବା ସହ ଯମୁନା ସମ୍ପୂର୍ଣ୍ଣ ସୁସ୍ଥ ଓ ଚଳଚଞ୍ଚଳ ଥିବା ପ୍ରକାଶ କରିଥିଲେ। ଏପରିକି ଖୁବ ଶୀଘ୍ର ଅଭୟାରଣ୍ୟର କୋର ଅଞ୍ଚଳରେ ଛଡାଯିବ ବୋଲି କୁହାଯାଇଥିଲା।

ଶିମିଳିପାଳରେ ବାଘ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ରର ତଡ଼ବା ଅନ୍ଧାରୀ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରୁ ଏକ ମହାବଳ ବାଘୁଣୀ ଯମୁନାକୁ ଗତ ୨୭ ତାରିଖରେ ଶିମିଳିପାଳ ଅଣାଯାଇଥିଲା। ବନ ବିଭାଗର ତାମିଲପ୍ରାପ୍ତ ଏକ ଟିମ୍‌ ମହାରାଷ୍ଟ୍ର ଗସ୍ତକରି ୨ବର୍ଷ ୭ମାସର ଏହି ବାଘୁଣୀକୁ ଏକ ସ୍ବତନ୍ତ୍ର ଗାଡ଼ି ଯୋଗେ ଦୀର୍ଘ ୯୦୦ କି.ମି. ଅତିକ୍ରମ କରି ଆଣିଥିଲେ।

ପରେ ଯମୁନାକୁ ଶିମିଳିପାଳ ଅଭୟାରଣ୍ୟ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର ଡିଭିଜନର କବାଟଘାଇ ରେଞ୍ଜ ଅଞ୍ଚଳର ଏକ ଅସ୍ଥାୟୀ ଏନ୍‌କ୍ଲୋଜରରେ ରଖାଯାଇ ଗତିବିଧି ନିରୀକ୍ଷଣ କରାଯାଉଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri