Posted inଜାତୀୟ

ବିପଦ ସଙ୍କେତ ଉପରେ ଯମୁନା ଜଳସ୍ତର

ନୂଆଦିଲ୍ଲୀ/ବନ୍ଦା,୧୩ା୮: ଉପର ଅବବାହିକାରେ ପ୍ରବଳ ବର୍ଷା ଲାଗିରହିବା ଫଳରେ ଯମୁନା ନଦୀ ବିପଦ ସଙ୍କେତ ଅତିକ୍ରମ କରି ଦିଲ୍ଲୀରେ ୨୦୫.୩୩ ମିଟର ଉଚ୍ଚରେ ପ୍ରବାହିତ ହେଉଛି। ଫଳରେ ନଦୀକୂଳବର୍ତ୍ତୀ ତଳିଆ ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତର କରିବା ଲାଗି ପ୍ରଶାସନ ପକ୍ଷରୁ ଯୋଜନା କରାଯାଇଛି। ଦିଲ୍ଲୀର ପୁରୁଣା ରେଲଓ୍ବେ ବ୍ରିଜ୍‌ ନିକଟରେ ଯମୁନା ନଦୀର ଜଳପତ୍ତନ ଶୁକ୍ରବାର ଅପରାହ୍ନରେ ୨୦୫.୨୯ ମିଟର ରହିଛି। ସେପଟେ ଗୁରୁବାର ସନ୍ଧ୍ୟାରେ ଉତ୍ତରପ୍ରଦେଶର ବନ୍ଦା ଜିଲା ଅନ୍ତର୍ଗତ ଯମୁନାରେ ବୋଟ୍‌ ବୁଡ଼ି ଘଟଣାରେ ଏବେ ବି ୨୫ ଜଣ ଯାତ୍ରୀ ନିଖୋଜ ଅଛନ୍ତି। ବର୍ତ୍ତମାନ ସୁଦ୍ଧା ୩ ଜଣଙ୍କ ମୃତଦେହ ମିଳିଛି। ଉଦ୍ଧାର କାର୍ଯ୍ୟରେ ଏନ୍‌ଡିଆର୍‌ଏଫ୍‌, ଏସ୍‌ଡିଆର୍‌ଏଫ୍‌ ଏବଂ ବୁଡ଼ାଳିମାନେ ନିୟୋଜିତ ଅଛନ୍ତି। ମୃତକଙ୍କ ପରିବାର ପାଇଁ ୟୁପି ସରକାରଙ୍କ ବିପର୍ଯ୍ୟୟ ରିଲିଫ୍‌ ପାଣ୍ଠିରୁ ୪ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନରେ ସୁଟକେସ, ରୋଷେଇ ଘରେ ମଣିଷ ଶରୀରର ଅଙ୍ଗ, ସିସିଟିଭି ଖୋଲିଦେଲା ରହସ୍ୟ

ଆଗ୍ରା,୨୪।୮: କିଛି ଦିନ ପୂର୍ବରୁ, ଆଗ୍ରାରେ ଏକ ଟ୍ରେନରେ ଏକ ସୁଟକେସ ଭିତରେ ପଚିଯାଇଥିବା ଶରୀରର ଅଂଶ ମିଳିବା ସହିତ ଏକ ମାମଲା ସାମ୍ନାକୁ ଆସିଥିଲା। ଏବେ,…

ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା

କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…

ସରକାରୀ ସେବାରେ ବିଳମ୍ବ ହେଲେ ଅଧିକାରୀଙ୍କୁ ଜରିମାନା, ଦିନକୁ କଟିବ ୨୫୦ ଟଙ୍କା

ଭୁବନେଶ୍ବର,୨୪।୮: ସରକାରୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଲାଗୁ କରିଛନ୍ତି । ଏଣିକି…

ଶ୍ରାବଣ ମାସର ଶେଷ ସୋମବାରରେ ଅଦ୍ଭୁତ ଯୋଗ, ୪ ରାଶିଙ୍କ ଚମକିବ ଭାଗ୍ୟ

ଆଜି ଶ୍ରାବଣ ମାସର ଚତୁର୍ଥ ତଥା ଶେଷ ସୋମବାର । ଜ୍ୟୋତିଷ ମତାନୁସାରେ ଆଜିର ଦିନଟି ବେଶ୍ ଶୁଭ ରହିବ । ଶ୍ରାବଣ ସୋମବାରରେ ଏକାଧିକ ଶୁଭ…

ଭାଜପାକୁ ଶକ୍ତ ଧକ୍କା, ଦଳ ଛାଡୁଛନ୍ତି ଅଭିନେତା

ଚେନ୍ନାଇ,୨୪।୮: ଥାଲାପଥି ସି. ଜୋସେଫ ବିଜୟ ରାଜନୀତିରେ ପ୍ରବେଶ ଘୋଷଣା କରିବା ପରଠାରୁ, ନେତା ଏବଂ ସେଲିବ୍ରିଟିମାନେ ତାଙ୍କ ଦଳ, ତମିଜାଗା ଭେଟ୍ରି କାଝାଗମ (TVK) ରେ…

ବଦଳିଲା ସରକାର, ବଦଳିଲେ ବିଧାୟକ, ହେଲେ ବଦଳିଲାନି ହିରାପାଲି ଗ୍ରାମବାସୀଙ୍କ ଦୁର୍ଦ୍ଦଶା, ଆଜି ବି…

ଅମରପାଲି,୨୪ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତର ହିରାପାଲି ଗ୍ରାମରେ ସରକାର ଓ ବିଧାୟକ ବଦଳିଥିଲେ ବି ଗ୍ରାମବାସୀଙ୍କ ଦୁର୍ଦ୍ଦଶା ବଦଳିନାହିଁ। ବଳିପାଲିରୁ ହିରାପାଲି…

ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ଯୋଜନା

ଭୁବନେଶ୍ୱର,୨୪ା୮(ବନ୍ଦନା ସେଠୀ): ଦେଶରେ ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ବା ଏକ ଦେଶ, ଏକ ସ୍ବାସ୍ଥ୍ୟ ଯୋଜନା। ଏଥିସହ ଡାକ୍ତରମାନେ କିଭଳି ଡିଜିଟାଲ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏଣିକି ପ୍ରତିବର୍ଷ ଯୋଗାଇ ଦିଆଯିବ ୩ଟି ମାଗଣା ଗ୍ୟାସ ସିଲିଣ୍ଡର

ଚେନ୍ନାଇ,୨୪।୮: ବିଧାନସଭାରେ ଏକ ବଡ଼ ଘୋଷଣା କରି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଯୋଶେଫ ବିଜୟ କହିଛନ୍ତି ଯେ ‘ଅନ୍ନପୂର୍ଣ୍ଣି ସୁପର ସିକ୍ସ’ ଯୋଜନା ଅଧୀନରେ ପ୍ରତିବର୍ଷ ତିନୋଟି ମାଗଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri