Posted inଜାତୀୟ

ୟାର୍ଡ-୧୧୮୭୯ ନୌସେନାକୁ ହସ୍ତାନ୍ତର…

ନୂଆଦିଲ୍ଲୀ,୨୦।୧୨ : ପ୍ରୋଜେକ୍ଟ ୭୫ର, ୟାର୍ଡ-୧୧୮୭୯ ର ପଞ୍ଚମ କାଲଭାରୀ ଶ୍ରେଣୀ ବୁଡ଼ାଜାହାଜ ନୌସେନାକୁ ହସ୍ତାନ୍ତର କରାଯାଇଛି ବୋଲି ଭାରତୀୟ ନୌସେନା ପକ୍ଷରୁ ମଙ୍ଗଳବାର କୁହାଯାଇଛି। ଅଧିକାରୀ କହିଛନ୍ତି ଯେ ପ୍ରୋଜେକ୍ଟ ୭୫ ଅନୁଯାୟୀ ସ୍କର୍ପିନ ଡିଜାଇନର ୬ଟି ବୁଡ଼ାଜାହାଜ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମାଣ କାର୍ଯ୍ୟ ଜାରି ରହିଛି।

ଫ୍ରାନ୍ସର ଏମ/ଏସ ନାଭାଲ ଗ୍ରୁପ ସହଯୋଗରେ ମାଜାଗାଓଁ ଡକ ଶିପବିଲ୍ଡର୍ସ ଲିମିଟେଡ ମୁମ୍ବାଇରେ ଏହି ବୁଡ଼ାଜାହାଜ ନିର୍ମାଣ କରାଯାଉଛି। ନୌସେନା ଅଧିକାରୀମାନେ କହିଛନ୍ତି ଯେ ଖୁବ ଶୀଘ୍ର ଏହି ବୁଡ଼ାଜାହାଜକୁ ଭାରତୀୟ ନୌସେନାରେ ସାମିଲ କରାଯିବ। ଏହାଦ୍ୱାରା ଭାରତୀୟ ନୌସେନାର ଶକ୍ତି ଆହୁରି ବୃଦ୍ଧି ପାଇବ।

ଆଇକେ ଗୁଜରାଲ ସରକାର ୨୫ ଟି ବୁଡ଼ାଜାହାଜ ହାସଲ କରିବାକୁ ନିଷ୍ପତ୍ତି ନେଇଥିଲେ। ପି-୭୫ ବୁଡ଼ାଜାହାଜ ନିର୍ମାଣ ପାଇଁ ୩୦ ବର୍ଷର ଯୋଜନା ପ୍ରସ୍ତୁତ କରାଯାଇଥିଲା। ୨୦୦୫ ରେ, ଭାରତ ଏବଂ ଫ୍ରାନ୍ସ ୬ ଟି ସ୍କର୍ପିନ ଶ୍ରେଣୀର ବୁଡ଼ାଜାହାଜ ନିର୍ମାଣ ପାଇଁ ୩.୭୫ ବିଲିୟନ ଡ଼ଲାର ଚୁକ୍ତି ସ୍ବାକ୍ଷର କରିଥିଲେ। ଭାରତରେ ମାଜାଗାଓଁ ଡକ ଶିପବିଲ୍ଡର୍ସ ଲିମିଟେଡ ଏବଂ ଫ୍ରାନ୍ସର ଡିସିଏନସି ଏହାର କାର୍ଯ୍ୟର ତଦାରଖ କରୁଛନ୍ତି। ୬ଟି ମଧ୍ୟରୁ ପ୍ରଥମ ଆଇଏନଏସ କାଲଭାରୀ, କାର୍ଯ୍ୟସୂଚୀର ପାଞ୍ଚ ବର୍ଷ ପଛରେ ୨୦୧୭ ରେ କାର୍ଯ୍ୟକ୍ଷମ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri