୨୬ରେ ଆସୁଛି ‘ୟାସ୍‌’

ଭୁବନେଶ୍ୱର, ୨୧ା୫(ବ୍ୟୁରୋ): ସମ୍ଭାବ୍ୟ ସାମୁଦ୍ରିକ ଝଡ଼ ‘ୟାସ୍‌’କୁ ନେଇ ପଶିଲାଣି ଛନକା। ଆସନ୍ତା ୨୨ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଧୀରେ ଧୀରେ ଘନୀଭୂତ ହୋଇ ୨୪ ତାରିଖରେ ସାମୁଦ୍ରିକ ଘୂର୍ଣ୍ଣିଝଡ଼ରେ ପରିଣତ ହେବ। ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପକୂଳ ଦେଇ ଆସନ୍ତା ୨୬ ତାରିଖ ସକାଳେ ସ୍ଥଳଭାଗ ଅତିକ୍ରମ କରିବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ବାତ୍ୟା ପ୍ରଭାବରେ ୨୩ ତାରିଖରେ ଆଣ୍ଡାମାନ ଓ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଘଣ୍ଟାକୁ ୪୫ରୁ ୫୫ କି.ମି. ବେଗରେ ପବନ ବହିବ। ବେଳେ ବେଳେ ଏହାର ବେଗ ଘଣ୍ଟା ପ୍ରତି ୭୫ କି.ମି. ଛୁଇଁପାରେ। ୨୪ ତାରିଖରୁ କେନ୍ଦ୍ରୀୟ ବଙ୍ଗୋପସାଗରର ଅଧିକାଂଶ ସ୍ଥାନରେ ପବନର ବେଗ ଘଣ୍ଟା ପ୍ରତି ୬୫ରୁ ୭୫ କି.ମି ଏବଂ ସ୍ଥଳ ବିଶେଷରେ ୮୫ କି.ମି. ଟପିଯାଇପାରେ। ୨୫ ତାରିଖ ବେଳକୁ ଏହା ଆହୁରି ବଳଶାଳୀ ହୋଇ ସ୍ଥଳଭାଗମୁହଁା ହେବ। ଏହାର ପ୍ରଭାବରେ ମେ’ ୨୫ ତାରିଖ ରାତିରୁ ଉପକୂଳ ଓଡ଼ିଶାର ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, କଟକ, ବାଲେଶ୍ୱର, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଆଦି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ବୁଢାବଳଙ୍ଗ ଏବଂ ସୁବର୍ଣ୍ଣରେଖା ନଦୀରେ ବନ୍ୟା ଆସିବା ଆଶଙ୍କାକୁ ଏଡ଼ାଇ ଦିଆଯାଇ ନ ପାରେ। ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସାମୁଦ୍ରିକ ଝଡ଼କୁ ଦୃଷ୍ଟିରେ ରଖି ଗଭୀର ସମୁଦ୍ରକୁ ଯାଇଥିବା ମତ୍ସ୍ୟଜୀବୀଙ୍କୁ ୨୩ ତାରିଖ ସୁଦ୍ଧା କୂଳକୁ ଫେରି ଆସିବାକୁ ପରାମର୍ଶ ଦିଆଯାଇଛି।
ଅପରପକ୍ଷେ ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ସ୍ବତନ୍ତ୍ର ରିଲିଫ୍‌ କମିଶନର (ଏସ୍‌ଆର୍‌ସି) ପ୍ରଦୀପ କୁମାର ଜେନା ଗୁରୁବାର ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ପୁରୀ, ଗଞ୍ଜାମ, ମୟୂରଭଞ୍ଜ, ଯାଜପୁର, ନୟାଗଡ଼, ଖୋର୍ଦ୍ଧା, କଟକ, ଗଜପତି ଜିଲାର ଜିଲାପାଳ, ଅତିରିକ୍ତ ଜିଲାପାଳ, ଏସ୍‌ପି, ଜିଲା ଜରୁରିକାଳୀନ ଅଧିକାରୀ, ଜିଲା ଅଗ୍ନିଶମ ସେବା ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି। ବାତ୍ୟା ମୁକାବିଲା ପାଇଁ ତୃଣମୂଳସ୍ତରରେ ସମସ୍ତ ପ୍ରସ୍ତୁତି ଯୁଦ୍ଧକାଳୀନ ଭିତ୍ତିରେ ଶେଷ କରିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହିତ ରାଜ୍ୟସ୍ତରରେ ସମ୍ପୃକ୍ତ ସମସ୍ତ ବିଭାଗକୁ ପ୍ରାକ୍‌ ପ୍ରସ୍ତୁତି କରିବାକୁ ଜଣାଇ ଦିଆଯାଇଛି।
ଅନ୍ୟପକ୍ଷରେ ସମସ୍ତ ଜିଲା ପ୍ରଶାସନ ବହୁମୁଖୀ ବାତ୍ୟା, ବନ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କରି ସେଗୁଡ଼ିକୁ ବ୍ୟବହାର ଉପଯୋଗୀ କରିବା ନିମନ୍ତେ କାର୍ଯ୍ୟାରମ୍ଭ କରିଛନ୍ତି। ଆଶ୍ରୟସ୍ଥଳୀଗୁଡ଼ିକରେ ବିକଳ୍ପ ବିଦ୍ୟୁତ୍‌ ଯୋଗାଣ, ପାନୀୟ ଜଳ, ପରିମଳ ବ୍ୟବସ୍ଥା ଇତ୍ୟାଦି ଉପରେ ତଦାରଖ କରାଯାଇଛି। ସ୍ଥାନାନ୍ତରଣ ସମୟରେ ବୃଦ୍ଧାବୃଦ୍ଧ, ଅସୁସ୍ଥ ବ୍ୟକ୍ତି, ଦିବ୍ୟାଙ୍ଗ, ଗର୍ଭବତୀ, ପ୍ରସୂତି ଏବଂ ଶିଶୁମାନଙ୍କ ଉପରେ ସ୍ବତନ୍ତ୍ର ଦୃଷ୍ଟି ଦିଆଯିବା ବ୍ୟବସ୍ଥା କରାଯାଇଛି। ସମ୍ପୃକ୍ତ ଅଞ୍ଚଳର ଡାକ୍ତରଖାନାରେ ବିକଳ୍ପ ବିଦ୍ୟୁତ୍‌ ଯୋଗାଣ ପାଇଁ ଜେନେରେଟର ବ୍ୟବସ୍ଥା କରାଯାଉଛି। ଅଗ୍ନିଶମ ବାହିନୀ, ଓଡ୍ରାଫ୍‌ ଏବଂ ଏନ୍‌ଡିଆରଏଫ୍‌ କର୍ମଚାରୀମାନେ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ବାତ୍ୟା ପୂର୍ବ ଓ ପରେ ଅତ୍ୟାବଶ୍ୟକ ଦ୍ରବ୍ୟର ଉପଲବ୍ଧତାକୁ ସୁନିଶ୍ଚିତ କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଇଛି।
ଜିଲାର ମତ୍ସ୍ୟ ଓ ପଶୁସମ୍ପଦ ଅଧିକାରୀଙ୍କ ଦ୍ୱାରା ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନ ଯିବାକୁ ସତର୍କ କରାଯାଉଛି। ମତ୍ସ୍ୟଜୀବୀ ବସ୍ତିରେ ଏ ସମ୍ବନ୍ଧରେ ଜନସଚେତନତା ପାଇଁ ମାଇକ୍‌ ଯୋଗେ ପ୍ରଚାର କରାଯାଉଛି। ଗୃହ ଓ ନଗର ଉନ୍ନୟନ ବିଭାଗ, ନିର୍ମାଣ, ଗ୍ରାମ୍ୟ ଉନ୍ନୟନ ବିଭାଗ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ସେମାନଙ୍କ ସମସ୍ତ ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି। ରାସ୍ତାଘାଟର ତ୍ୱରିତ ମରାମତି, ପାନୀୟ ଜଳ ବ୍ୟବସ୍ଥାକୁ ପୁନଃ କାର୍ଯ୍ୟକ୍ଷମ କରିବା ନିମନ୍ତେ ସାମଗ୍ରୀ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଶକ୍ତି ବିଭାଗ ତରଫରୁ ବାତ୍ୟା ପରବର୍ତ୍ତୀ ସମୟରେ କ୍ଷତିଗ୍ରସ୍ତ ବିଦ୍ୟୁତ୍‌ ସରବରାହ ଭିିତ୍ତିଭୂମିର ତ୍ୱରିତ ପୁନଃନିର୍ମାଣ ପାଇଁ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ କୁଶଳୀ କର୍ମୀ ଦଳ ଓ ଯନ୍ତ୍ରାଂଶ ଗଚ୍ଛିତ ରଖାଯାଉଛି। ବାତ୍ୟା ସମୟରେ ଦୂରସଞ୍ଚାର ବ୍ୟବସ୍ଥା କାର୍ଯ୍ୟକ୍ଷମ ରଖିବା ଓ ପରବର୍ତ୍ତୀ ସମୟରେ କ୍ଷତିଗ୍ରସ୍ତ ଦୂରସଞ୍ଚାର ଭିିତ୍ତିଭୂମିର ପୁନଃକାର୍ଯ୍ୟକ୍ଷମ କରିବା ନିମନ୍ତେ ଏସ୍‌ଆରସି ଦୂରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା, ଭାରତ ସରକାରଙ୍କ ଦୂରସଞ୍ଚାର ବିଭାଗ, ରାଜ୍ୟ ସରକାରଙ୍କ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ବିଭାଗ ସହ ଆଲୋଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri