ଆଗକୁ ମାଡ଼ି ଆସୁଛି ୟାସ୍‌: ବର୍ତ୍ତମାନ ପାରାଦୀପରୁ ୩୬୦ କି.ମି. ଦୂରରେ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ବାତ୍ୟା ୟାସ୍‌ ସ୍ଥଳ ଭାଗକୁ ଆଡ଼କୁ ମାଡ଼ି ଆସୁଛି॥ ସିଭିୟର୍‌ ସାଇକ୍ଲୋନିକ ଷ୍ଟର୍ମ ଭୀଷଣକାୟ ରୂପ ନେଇ ମଙ୍ଗଳବାର ଅପରାହ୍ନରେ ଭେରି ସିଭିୟର୍‌ ସାଇକ୍ଲୋନିକ ଷ୍ଟ୍ରମ୍‌ରେ ପରିଣତ ହେବ। ଭାରତୀୟ ପାଣିପାଗ ବିଭାଗ ଅନୁଯାୟୀ, ଏହା ପାରାଦୀପରୁ ୩୬୦ କିଲୋମିଟର ଦକ୍ଷିଣ ଓ ଦକ୍ଷିଣ-ପୂର୍ବ ଏବଂ ବାଲେଶ୍ୱରରୁ ୪୬୦ କିଲୋମିଟର ଦୂରରେ ରହିଛି । ଗତ ୬ ଘଣ୍ଟାରେ ଧରି ଏହା ୧୦ କିଲୋମିଟର ବେଗରେ ଏହା ବଙ୍ଗୋପସାଗରର ଉତ୍ତର ଉତ୍ତର-ପଶ୍ଚିମ ଦିଗକୁ ଗତି କରୁଛି । ଯଦି, ଏହି ଗତି ରୁହେ ତେବେ ଏହା ଅତି ଭୀଷଣକାୟ ରୂପ ଧରି ୨୬ ତାରିଖ ଦ୍ୱିପ୍ରହରରେ ବାଲେଶ୍ୱର ଆଖପାଖରେ ସ୍ଥଳ ଭାଗ ଛୁଇଁପାରେ । ସଠିକ ଭାବେ କେଉଁ ଅଞ୍ଚଳରେ ଏହା ଲ୍ୟାଣ୍ଡଫଲ କରିବ ସେ ନେଇ ଆଜି ସୂଚନା ମିଳିବ। ଲ୍ୟାଣ୍ଡଫଲ ସମୟରେ ଘଣ୍ଟାପ୍ରତି ୧୫୫ରୁ ୧୬୫ କିଲୋମିଟର ବେଗରେ ପବନ ବହିିପାରେ। ଏପରିକି ସ୍ଥାନେ ସ୍ଥାନେ ସର୍ବାଧିକ ୧୮୫ କିଲୋମିଟର ବେଗରେ ପବନ ବହିବା ସାଙ୍ଗକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ବିଶେଷ ଭାବେ ବାଲେଶ୍ୱର, ଭଦ୍ରକ, ଜଗତ୍ସିଂହପୁର ଏବଂ କେନ୍ଦ୍ରାପଡ଼ାରେ ବାତ୍ୟାର ପ୍ରଭାବ ଅଧିକ ପଡ଼ିବ। ବାତ୍ୟା ପ୍ରଭାବରେ ଉପକୂଳ ଅଞ୍ଚଳରେ ବର୍ଷା ସହ ପବନ ଜାରି ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଷେକ-ତିଲକଙ୍କ ଧୂଆଁଧାର ବ୍ୟାଟିଂ: ପାକିସ୍ତାନକୁ ବିଶାଳ ଟାର୍ଗେଟ୍‌ ଦେଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମଧ୍ୟରେ ରୋମାଞ୍ଚକର ମୁକାବିଲା ଜାରି ରହିଛି। ଟସ ଜିତି ପ୍ରଥମେ ବ୍ୟାଟିଂ କରିଥିବା…

ଆଜି ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ, ମନ୍ଦିରରେ ଲାଗିଛି ଶ୍ରଦ୍ଧାଳଙ୍କୁ ଭିଡ଼

ଭବାନୀପାଟଣା,୩ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଶନିବାର ଅନୁଷ୍ଠିତ ହେବ। ଏଥିପାଇଁ ଦେବୀପୀଠ ଉତ୍ସବ ମୁଖର ହୋଇ…

CJP କୁ ନେଇ ଏମିତି କହିଲେ ମମତା ବାନାର୍ଜୀ, ରାଜନୀତି ହେଲାଣି ସରଗରମ

ନୂଆଦିଲ୍ଲୀ,୩।୧୦: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ‘କକରୋଚ ଜନତା ପାର୍ଟି’ (CJP) ଦ୍ୱାରା ଚାଲିଥିବା…

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

ଫାଇନାଲରେ ଧୋକା ଦେଲେ ବୈଭବ ସୂର୍ଯ୍ୟବଂଶୀ: ଭାରତ-ପାକିସ୍ତାନ ମହାମୁକାବିଲାରେ ମାତ୍ର ଏତିକି ରନ୍‌ କରି ଆଉଟ୍‌

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟ ଫାଇନାଲରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହୋଇଛନ୍ତି। ସ୍ବର୍ଣ୍ଣ ପାଇଁ ହେଉଥିବା ଏହି ବଡ଼ ମୁକାବିଲାରେ ଭାରତୀୟ ଦଳର…

ଏସିଆନ ଗେମ୍ସରେ ଇତିହାସ ରଚିଲେ ପ୍ରଣବୀ: ଗଲ୍ଫରେ କଲେ ବଡ଼ କାରନାମା

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ଗଲ୍ଫ ପାଇଁ ଆସିଛି ବଡ଼ ସଫଳତା। ଭାରତୀୟ ଗଲ୍ଫର୍‌ ପ୍ରଣବୀ ଶରଥ ଉର୍ସ ମହିଳା ଗଲ୍ଫରେ ସ୍ବର୍ଣ୍ଣ ପଦକ ଜିତି…

ସ୍ବର୍ଣ୍ଣ ଜିତିଲେ ଆଦିବାସୀ ଝିଅ ଝରଣା: ଶ୍ରମିକ ମା’ବାପାଙ୍କ ଝିଅଙ୍କ ସଫଳତାରେ ଜିଲା ଗର୍ବିତ

ଅମରପାଲି,୩ା୧୦(ପୀତାମ୍ବର ସାହୁ):ଦୃଢ଼ ଇଚ୍ଛାଶକ୍ତି, ଅଧ୍ୟବସାୟ ଓ ନିରନ୍ତର ପରିଶ୍ରମ ଆଗରେ ହାର ମାନିଛି ଆର୍ଥିକ ଅନଟନ। ଏହାର ଉଦାହରଣ ସାଜିଛନ୍ତି ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ସଂଗ୍ରାମପୁର…

ମହିଳା ହକି ଟିମ୍‌ ଉପରେ ଟଙ୍କା ବର୍ଷା କଲେ ମୋହନ ସରକାର: ପ୍ରତ୍ୟେକ ଖେଳାଳିଙ୍କ ମିଳିବ…

ଭୁବନେଶ୍ୱର,୩।୧୦: ମହିଳା ହକି ଦଳ ଫାଇନାଲରେ ଚାଇନାକୁ ୧-୦ ଗୋଲରେ ହରାଇ ଦୀର୍ଘ ୪୪ ବର୍ଷ ପରେ ଏସିଆଡ୍‌ ସ୍ବର୍ଣ୍ଣ ପଦକ ହାସଲ କରିଛି। ଏଥିସହ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?