Posted inଖେଳ

ପରିବାର ସମ୍ମୁଖରେ ଇତିହାସ ରଚିଲେ ଯଶସ୍ବୀ ଜୟସ୍ବାଲ, ଓଭାଲ ମଇଦାନରେ…

ଓଭାଲ,୨।୮: ଭାରତୀୟ ଦଳର ଓପନର ଯଶସ୍ବୀ ଜୟସ୍ବାଲ ଇଂଲଣ୍ଡ ବିପକ୍ଷେ ଓଭାଲ ଟେଷ୍ଟ ମ୍ୟାଚର ଦ୍ବିତୀୟ ଇନିଂସରେ ଏକ ଜବରଦସ୍ତ ଶତକ ହାସଲ କରିଛନ୍ତି। ୧୨୭ ବଲରେ ୧୧ଟି ଚୌକା ଓ ୨ଟି ଛକା ସହାୟତାରେ ସେ ଏହି ଶତକ ପୂରଣ କରିଛନ୍ତି। ଏହା ତାଙ୍କ ଟେଷ୍ଟ କ୍ୟାରିଅରର ଷଷ୍ଠ ଶତକ ଏବଂ ଇଂଲଣ୍ଡ ବିପକ୍ଷରେ ଚତୁର୍ଥ ଶତକ। ତାଙ୍କ ଏହି ଇନିଂସ ଯୋଗୁ ଟିମ୍‌ ଇଣ୍ଡିଆ ଶେଷ ଟେଷ୍ଟ ମ୍ୟାଚରେ ମଜବୁତ ସ୍ଥିତିରେ ପହଞ୍ଚିଛି।
ପ୍ରଥମ ଇନିଂସରେ ମାତ୍ର ୨ ରନରେ ଆଉଟ ହେବା ପରେ ଯଶସ୍ବୀ ଦ୍ବିତୀୟ ଇନିଂସରେ ଉଲ୍ଲେଖନୀୟ ପ୍ରତ୍ୟାବର୍ତ୍ତନ କରି ଏହି ଶତକ ହାସଲ କରିଛନ୍ତି। ଏଭଳି ଏକ ସମୟରେ ତାଙ୍କ ପରିବାର ଷ୍ଟାଡିୟମରେ ଉପସ୍ଥିତ ଥିଲେ। ଏହା ତାଙ୍କ ଟେଷ୍ଟ କ୍ୟାରିଅରରେ ଷଷ୍ଠ ଶତକ, ଯେଉଁଥିରୁ ୪ଟି ଇଂଲଣ୍ଡ ବିପକ୍ଷରେ ସେ ମାରିଥିବାବେଳେ ଗୋଟିଏ ଅଷ୍ଟ୍ରେଲିଆ ଓ ଗୋଟିଏ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ହାସଲ କରିଛନ୍ତି।
ପୂର୍ବରୁ ଯଶସ୍ବୀ ଲିଡ୍‌ସ ଟେଷ୍ଟ ମ୍ୟାଚର ପ୍ରଥମ ଇନିଂସରେ ୧୦୧ ରନର ଏକ ଶତକୀୟ ଇନିଂସ ଖେଳିଥିଲେ। ଏହା ସହିତ ସେ ଏଜବେଷ୍ଟନରେ ୮୭ ରନ ଓ ମାନଚେଷ୍ଟରରେ ୫୮ ରନର ଦୁଇଟି ଅର୍ଦ୍ଧଶତକୀୟ ଇନିଂସ ମଧ୍ୟ ଖେଳିଛନ୍ତି। ଏହି ଟେଷ୍ଟ ସିରିଜରେ ସେ ଦୁଇଥର ଶୂନରେ ଆଉଟ ହୋଇଛନ୍ତି।
ତେବେ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜରେ ଯଶସ୍ବୀ ୨୦୦୦ ରନ ପୂରଣ କରି ମହାନ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଓ ବିରାଟ କୋହଲିଙ୍କୁ ପଛରେ ପକାଇଛନ୍ତି। ଏଜବେଷ୍ଟନ ଟେଷ୍ଟ ମ୍ୟାଚ୍‌ ସମୟରେ ସେ ନିଜର ୪୦ତମ ଟେଷ୍ଟ ଇନିଂସରେ ଏହି ମାଇଲଖୁଣ୍ଟ ହାସଲ କରିଥିଲେ। ଏହା ସହିତ ସେ ଭାରତ ପାଇଁ ସବୁଠାରୁ କମ ଇନିଂସରେ ୨୦୦୦ ରନ ପୂରଣ କରିଥିବା ପ୍ରଥମ ବ୍ୟାଟ୍ସମ୍ୟାନ ଭାବେ ପୂର୍ବତନ ଅଧିନାୟକ ରାହୁଲ ଦ୍ରାବିଡ଼ ଓ ପୂର୍ବତନ ଓପନର ବୀରେନ୍ଦ୍ର ସେହୱାଗଙ୍କ ସହ ଯୁଗ୍ମ ରେକର୍ଡ କରିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?