Posted inଖେଳ

ପଦାର୍ପଣ ମ୍ୟାଚ୍‌ରେ ରେକର୍ଡ କଲେ ଯଶସ୍ବୀ ଜୟସ୍ବାଲ

ଡୋମିନିକା,୧୪।୭: ମୁମ୍ବାଇର ଯୁବ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲ ତାଙ୍କର ପ୍ରଥମ ଅନ୍ତର୍ଜାତୀୟ ମ୍ୟାଚରେ ଚମତ୍କାର ଶତକ ହାସଲ କରିଛନ୍ତି। ଜୟସ୍ବାଲ ଡୋମିନିକାରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଡେବ୍ୟୁ କରିଥିଲେ। ଜୟସ୍ବାଲି ଅଧିନାୟକ ରୋହିତ ଶର୍ମାଙ୍କ ସହ ୨୨୯ ରନ ଭାଗିଦାରୀ ବାଣ୍ଟିଥିଲେ। ୧୦୪ ରନ ସ୍କୋର କରିବା ପରେ ରୋହିତ ଆଉଟ ହୋଇଥିଲେ। ଜୟସ୍ବାଲ ଏହି ମ୍ୟାଚ୍‌ରେ ଅନେକ ରେକର୍ଡ ହାସଲ କରିଛନ୍ତି। ସେ ହେଉଛନ୍ତି ୧୭ତମ ଭାରତୀୟ ବ୍ୟାଟ୍ସମ୍ୟାନ, ଯିଏ ଡେବ୍ୟୁରେ ଶତକ ହାସଲ କରିଛନ୍ତି।
ଜୟସ୍ବାଲହେଉଛନ୍ତି ତୃତୀୟ ଭାରତୀୟ ଓପନର୍‌ ଯିଏକି ଡେବ୍ୟୁରେ ଶତକ ହାସଲ କରିଛନ୍ତି। ଶିଖର ଧାୱନ ୨୦୧୩ରେ ମୋହାଲିରେ ଅଷ୍ଟ୍ରେଲିଆ ବିପକ୍ଷରେ ଏବଂ ପୃଥ୍ବୀ ଶ’ ୨୦୧୮ରେ ରାଜକୋଟରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏହା କରିଥିଲେ। ଜୟସ୍ବାଲ ବିଦେଶୀ ମାଟିରେ ଡେବ୍ୟୁ କରି ପ୍ରଥମ ଟେଷ୍ଟରେ ଏକ ଶତକ ସ୍କୋର କରି ଇତିହାସ ସୃଷ୍ଟି କରିଛନ୍ତି। ସେ ଏହା କରିଥିବା ପ୍ରଥମ ଭାରତୀୟ ଓପନର। କେବଳ ଏତିକି ନୁହେଁ, ୱେଷ୍ଟଇଣ୍ଡିଜ ବିପକ୍ଷରେ ଡେବ୍ୟୁରେ ସେ ଶତକ ହାସଲ କରିଥିବା ତୃତୀୟ ଖେଳାଳି। ୨୦୧୩ରେ କୋଲକାତାରେ ରୋହିତ ଶର୍ମା ୧୭୭ ରନ ସଂଗ୍ରହ କରିଥିଲେ। ଏଥି ସହିତ ପୃଥ୍ବୀ ଶ’ ୨୦୧୩ରେ ରାଜକୋଟରେ ୧୩୪ ରନ ସ୍କୋର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?