Posted inଖେଳ

ଧୋନୀଙ୍କୁ ହାତଯୋଡି ନମସ୍କାର କଲେ ଏହି କ୍ରିକେଟର୍‌

ଶାରଜା,୨୩।୯: ଚଳିତବର୍ଷ ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୦ରେ ରାଜସ୍ଥାନ ରୟାଲ୍ସ ପକ୍ଷରୁ ଯୁବ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲ ଡେବ୍ୟୁ କରିଛନ୍ତି। ସେ ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ ନିଜ ଆଇପିଏଲ୍‌ କ୍ୟାରିୟରର ପ୍ରଥମ ମ୍ୟାଚ୍‌ ଖେଳିଛନ୍ତି। ଯଦିଓ ସେ ମାତ୍ର ୬ ରନ ସ୍କୋର କରିବା ପରେ ଆଉଟ ହୋଇଥିଲେ ମଧ୍ୟ ତାଙ୍କର ଦୀର୍ଘ ଅପେକ୍ଷାର ଅନ୍ତ ଘଟିଥିଲା। ଟସ ସମୟରେ ଜୟସ୍ବାଲ ପଡ଼ିଆରେ ଥିଲେ। ଚେନ୍ନାଇ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଟସ୍‌ ସାରି ଫେରୁଥିବାବେଳେ ହାତଯୋଡି ତାଙ୍କୁ ନମସ୍କାର କରିଥିଲେ ଜୟସ୍ବାଲ। ଧୋନୀଙ୍କ ପାଇଁ ଏହି ଯୁବ ଖେଳାଳିଙ୍କର କେତେ ସମ୍ମାନ ଅଛି ତାହା ଏଥିରୁ ଦର୍ଶାଏ। ସୋସିଆଲ ମିଡିଆରେ ଏହାର ଭିଡିଓ ଭାଇରାଲ ହୋଇଛି। ଚଳିତ ବର୍ଷ ଆରମ୍ଭରେ ଖେଳାଯାଇଥିବା ଅଣ୍ଡର-୧୯ ବିଶ୍ୱକପରେ ଚମତ୍କାର ପ୍ରଦର୍ଶନ କରି ୪୦୦ରୁ ଅଧିକ ସ୍କୋର କରିଥିଲେ। ଏଥିରେ ୬ଟି ଅର୍ଦ୍ଧଶତକ ହାସଲ କରି ଏହି ବାମହାତୀ ବ୍ୟାଟ୍ସମ୍ୟାନ ଲୋକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଏହା ପରେ ସେ ବିଜୟ ହଜାରେ ଟ୍ରଫିରେ ଦ୍ୱିଶତକ ହାସଲ କରିଥିବା ସର୍ବକନିଷ୍ଠ ବ୍ୟାଟ୍ସମ୍ୟାନ ହୋଇଥିଲେ। ସେ ମୁମ୍ବାଇ ପାଇଁ ୨୦୩ ରନ ସ୍କୋର କରିଥିଲେ। ଆଇପିଏଲ ନିଲାମ ସମୟରେ ରାଜସ୍ଥାନ ରୟାଲ୍ସ ଜୟସ୍ବାଲଙ୍କୁ ୨.୪ କୋଟିରେ କିଣିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ଆସନ ୮୧୬କୁ ବଢ଼ିବ: ୧୬ରୁ ୩ ଦିନ ପାଇଁ ପୁଣି ବଜେଟ ଅଧିବେଶନ

ନୂଆଦିଲ୍ଲୀ,୩ା୪(ପି.ଟି.):ପାର୍ଲାମେଣ୍ଟର ବଜେଟ ଅଧିବେଶନ ସ୍ବଳ୍ପକାଳୀନ ଅବକାଶ ପରେ ଏପ୍ରିଲ ୧୬ରୁ ପୁଣି ଚାଲିବ। ବିଶେଷକରି ଲୋକ ସଭାର ଆସନ ସଂଖ୍ୟା ୫୪୩ରୁ ୮୧୬କୁ ବୃଦ୍ଧି କରାଯିବା ସଂକ୍ରାନ୍ତ…

ଏଇ ଭାରତରେ

ଅସହାୟ ପିଲାଙ୍କ ଆଶାବାଡ଼ି ପୋର୍ତ୍ତିଆ ପୁଟାଟୁଣ୍ଡା। ସେ ତାଙ୍କ ପିତାଙ୍କ ସ୍ମୃତିରେ ଏକ ଆବାସିକ ସ୍କୁଲ ଖୋଲି ମାଗଣାରେ ପିଲାମାନଙ୍କୁ ପଢାଉଛନ୍ତି। ସେମାନଙ୍କୁ ଖାଦ୍ୟ, ଚିକିତ୍ସା, ପୋଷାକ…

ଅଦୃଶ୍ୟ ଈଶ୍ୱରଙ୍କ ଦୃଶ୍ୟ ପ୍ରତିମା

ଭୁ ଯିଶୁଖ୍ରୀଷ୍ଟ ଦୁଇ ହଜାରରୁ ଅଧିକ ବର୍ଷ ତଳେ, ରୋମୀୟ ସାମ୍ରାଜ୍ୟ ସମୟରେ, ନିଜର ପରିଚୟ ଓ ବ୍ୟକ୍ତିତ୍ୱକୁ ଖୋଲାଖୋଲି ଭାବେ ପ୍ରକାଶ କରିଥିଲେ। ତାଙ୍କ ବିରୋଧରେ…

ଯୁଦ୍ଧ ମଧ୍ୟରେ ଆମେରିକାରେ ବଡ଼ ଆକ୍ସନ: ସେନାମୁଖ୍ୟ ବିଦା

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆମେରିକାରେ ଏକ ବଡ଼ ସାମରିକ ଅଦଳବଦଳ ହୋଇଛି। ପ୍ରତିରକ୍ଷା ସଚିବ ପିଟ ହେଗସେଥ ଆମେରିକୀୟ ସେନାର ମୁଖ୍ୟ ଜେନେରାଲ ରେଣ୍ଡି…

ଜନଜାତୀୟ ଖେଳ ପ୍ରତିଭା: ଆମ ଜାତୀୟ ଗୌରବ

ମୁଁ  ଦେଖିଛି ଯେ ଆମ ଦେଶର ଗ୍ରାମାଞ୍ଚଳ ଓ ବନାଞ୍ଚଳରେ ପିଲାମାନେ ସେମାନଙ୍କ ଦୈନନ୍ଦିନ ଜୀବନର ଅଧିକାଂଶ ସମୟ ପ୍ରକୃତି କୋଳରେ ଅତିବାହିତ କରିଥା’ନ୍ତି। ସେମାନେ ପ୍ରାକୃତିକ…

ଆଣବିକ ପ୍ରତିରୋଧ ଓ ମହାଶକ୍ତି

ଆଣବିକ ଅସ୍ତ୍ରଶସ୍ତ୍ର ଯୋଗୁ ମହାଶକ୍ତିଙ୍କ ମଧ୍ୟରେ ଯୁଦ୍ଧର ବିଜୟ ଅସମ୍ଭବ ହୋଇଯାଇଛି। ଅର୍ଥାତ୍‌ ମହାଶକ୍ତିଙ୍କ ନିକଟରେ ଏତେ ଅଣୁ ଅସ୍ତ୍ରଶସ୍ତ୍ର ରହିଛି ଯେ, ଯଦି ସେମାନଙ୍କ ମଧ୍ୟରେ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri