ଜେଏସ୍‌ପି ଫାଉଣ୍ଡେଶନ ପକ୍ଷରୁ ଯଶସ୍ବୀ ବୃତ୍ତି ପ୍ରଦାନ

ଭୁବନେଶ୍ୱର,୨୦।୧: ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାର (ଜେଏସପି)ର ସାମାଜିକ ଶାଖା ଜେଏସପି ଫାଉଣ୍ଡେସନ ପକ୍ଷରୁ ଂଶସ୍ବୀ ବଉତ୍ତି ପ୍ରଦାନ କରାଯାଇଛି। ଏପଣିକି ଫାଉଣ୍ଡେଶନର ଫ୍ଲାଗସିପ୍‌ କାର୍ଯ୍ୟକ୍ରମ ଯଶସ୍ବୀର ୩ୟ ସଂସ୍କରଣକୁ ଶୁଭାରମ୍ଭ କରି ଓଡ଼ିଶା, ଝାଡ଼ଖଣ୍ଡ ଏବଂ ଛତିଶଗଡ଼ର ସାମାଜିକ-ଅର୍ଥନୈତିକ ଦୁର୍ବଳ ବର୍ଗର ୪୩୫୪ ଜଣ ମନୋନୀତ ବାଳିକା ଓ ମହିଳାଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଜେଏସପି ଫାଉଣ୍ଡେସନର ଅଧ୍ୟକ୍ଷା ଶାଲୁ ଜିନ୍ଦଲ ଉକ୍ତ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବା ସହ ମହିଳାମାନଙ୍କୁ ସଶକ୍ତ କରିବା ଏବଂ ଉଚ୍ଚଶିକ୍ଷା ଓ ଦକ୍ଷତା ବିକାଶରେ ସହଯୋଗ କରିବା ଉଦ୍ଦେଶ୍ୟରେ ଛାତ୍ରବୃତ୍ତି ପୁରସ୍କାର ପ୍ରଦାନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମକୁ ପରିକଳ୍ପନା କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ଜେଏସପି ଫାଉଣ୍ଡେସନର ଉପଦେଷ୍ଟା ସୁଶ୍ରୀ ଯଶସ୍ବିନୀ ଜିନ୍ଦଲ ଯୋଗଦେଇ ମନୋନୀତ ମହିଳା ଓ ବାଳିକାମାନଙ୍କୁ ପ୍ରୋତ୍ସାହନ ପ୍ରଦାନ କରିଥିଲେ। ଏହି ଅବସରରେ ଶାଲୁ ଜିନ୍ଦଲ କହିଥିଲେ, ସମାଜରେ ଅନ୍ତର୍ଭୁକ୍ତୀକରଣ ଏବଂ ଲିଙ୍ଗଗତ ସମାନତାକୁ ପ୍ରୋତ୍ସାହିତ କରିବା ପାଇଁ ଜେଏସପି ଫାଉଣ୍ଡେସନ ପ୍ରତିଶ୍ରୁତିବଦ୍ଧ। ଯଶସ୍ବୀ କାର୍ଯ୍ୟକ୍ରମ ମହିଳାଙ୍କ ଅଭିବୃଦ୍ଧି ତଥା ସେମାନଙ୍କୁ ନିଜ ମନୋନୀତ କ୍ଷେତ୍ରରେ ଉତ୍କର୍ଷତା ହାସଲ କରିବାର ସୁଯୋଗ ପ୍ରଦାନ କରିବା ଲକ୍ଷ୍ୟରେ ପରିକଳ୍ପନା କରାଯାଇଛି। ସେ ମନୋନୀତ ସମସ୍ତ ପ୍ରତିଯୋଗୀଙ୍କୁ ଅଭିନନ୍ଦନ ଜଣାଇବା ସହ ସେମାନଙ୍କ ସଫଳତା ପାଇଁ ଶୁଭେଚ୍ଛା ଜଣାଇଥିଲେ। ଚୟନ କରାଯାଇଥିବା ୪୨୫୪ଜଣଙ୍କ ମଧ୍ୟରୁ ୨୬୮୯ ଜଣ ଓଡିଶାରୁ ୯୩୪ ଜଣ ଛତିଶଗଡ଼ରୁ ଏବଂ ୬୩୧ ଜଣ ଝାଡ଼ଖଣ୍ଡର ବାସିନ୍ଦା ବୋଲି ଫାଉଣ୍ଡେଶନ ପକ୍ଷରୁ ସୂଚନା ଦିଆଯାଇଛି। ୨୦୨୨ରେ ଆରମ୍ଭ ହୋଇଥିବା ଉକ୍ତ କାର୍ଯ୍ୟକ୍ରମ ବର୍ତ୍ତମାନ ଆର୍ଥିକ ଅଭାବ ଯୋଗୁଁ ନିଜର ଶିକ୍ଷାଗତ କିମ୍ବା ଦକ୍ଷତା ବିକାଶ ଆକାଂକ୍ଷା ହାସଲ କରିବାରେ ଅସୁବିଧାର ସମ୍ମୁଖୀନ ହେଇଥିବା ୧୦ହଜାରରୁ ଅଧିକ ମହିଳା ଓ ବାଳିକା ସାମିଲ ହୋଇଛନ୍ତି ଆବେଦନକାରୀଙ୍କ ଅତୀତର ଶିକ୍ଷାଗତ ପ୍ରଦର୍ଶନ ଏବଂ ସେମାନଙ୍କ ପରିବାର ଆର୍ଥିକ ସ୍ଥିତି ଆଧାରରେ ଶିକ୍ଷାର୍ଥୀ ମାନଙ୍କୁ ଚୟନ କରାଯାଇଛି । ଜେଏସପିର ପ୍ରେସିଡେଣ୍ଟ ତଥା ଗ୍ରୁପ ହେଡ (ସିଏସଆର) ପ୍ରଶାନ୍ତ କୁମାର ହୋତା କାର୍ଯ୍ୟକ୍ରମର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ। ଏହି କାର୍ଯ୍ୟକ୍ରମରେ ବହୁମାତ୍ରାରେ ଭାଗନେଇଥିବାରୁ ସେ ମହିଳା, ବାଳିକା ଏବଂ ବିଭିନ୍ନ ଅନୁଷ୍ଠାନକୁ ଧନ୍ୟବାଦ ଜଣାଇଥିଲେ। ଜେଏସପିର କାର୍ଯ୍ୟର୍ନିବାହୀ ନିର୍ଦ୍ଦେଶକ ତଥା ଅନୁଗୁଳ ୟୁନିଟ୍‌ ହେଡ୍‌ ପଙ୍କଜ ମଲହାନ୍‌, ବଡବିଲ ୟୁନିଟ୍‌ ହେଡ୍‌ ପୁରୁଷୋତ୍ତମମ୍‌ ଏମ୍‌ ଡି, ସଭାପତି ତଥା ସିଏଫ୍‌ଓ (ରାୟଗଡ ୟୁନିଟ୍‌) ହନୁମାନ ଶର୍ମା, ପତ୍ରାତୁ ୟୁନିଟ୍‌ ହେଡ୍‌ ଆଶିଷ ଜୈନ୍‌ ଓ ଜେପିଏଲ୍‌ର ତମନାର ୟୁନିଟ୍‌ ହେଡ୍‌ ଛବି ନାଥ ସିଂହଙ୍କ ସମେତ କମ୍ପାନିର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?