ଯଶୋଧାରାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ଭୁବନେଶ୍ୱର,୧୮।୯(ବ୍ୟୁରୋ): ବିଶିଷ୍ଟ ସାହିତି୍ୟକା ଯଶୋଧାରା ମିଶ୍ରଙ୍କୁ ତାଙ୍କ କ୍ଷୁଦ୍ରଗଳ୍ପ ସଂକଳନ ‘ସମୁଦ୍ରକୂଳ ଘର’ ପାଇଁ ଶନିବାର କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଛି। ୨୦୨୦ ବର୍ଷ ପାଇଁ ସେ ଏହି ପୁରସ୍କାର ପାଇଛନ୍ତି। ଦିଲ୍ଲୀର ଫିରୋଜ ସାହା ରୋଡ୍‌ସ୍ଥିତ କୋମାନୀ ହଲ୍‌ଠାରେ ପୁରସ୍କାର ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ଓଡ଼ିଆ ସମେତ ୨୪ଟି ଭାଷାର ଲେଖକ, ଲେଖିକାଙ୍କୁ ପୁରସ୍କୃତ କରାଯାଇଥିଲା। ମୁଖ୍ୟ ଅତିଥି ଭାବେ କେନ୍ଦ୍ର ସାହିତ୍ୟ ଏକାଡେମୀର ଫେଲୋ ବିଶ୍ୱନାଥ ତିଓ୍ବାରୀ ଯୋଗ ଦେଇଥିଲେ। ଏକାଡେମୀ ସଭାପତି ଚନ୍ଦ୍ରଶେଖର କମ୍ବାର ସଭାପତିତ୍ୱ କରିଥିବା ବେଳେ ସଚିବ କେ. ଶ୍ରୀନିବାସ ରାଓ ସ୍ବାଗତ ଭାଷଣ ଓ ଉପସଭାପତି ମାଧବ କୌସିକ୍‌ ଧନ୍ୟବାଦ ଅର୍ପଣ କରିଥିଲେ। ଯଶୋଧାରା ଏକାଡେମୀ ସଭାପତିଙ୍କଠାରୁ ପୁରସ୍କାର ଗ୍ରହଣ କରିଥିଲେ। ପୁରସ୍କାର ବାବଦରେ ସମସ୍ତଙ୍କୁ ୧ଲକ୍ଷ ଟଙ୍କାର ଚେକ୍‌ ସହ ମାନପତ୍ର ଓ ତାମ୍ର ଫଳକ ପ୍ରଦାନ କରାଯାଇଛି।

ଯଶୋଧାରାଙ୍କ ‘ସମୁଦ୍ରକୂଳ ଘର’ ପୁସ୍ତକରେ ୭ଟି ଗଳ୍ପ ସନ୍ନିବେଶିତ ହୋଇଛି। ଏଗୁଡିକ ବିଭିନ୍ନ କାଳ୍ପନିକ କାହାଣୀକୁ ନେଇ ଚିତ୍ରଣ କରାଯାଇଛି। ଏସବୁ ଗଳ୍ପରେ ଦୈନନ୍ଦିନ ଜୀବନରେ ମଣିଷ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାକୁ ଅତି ନିଚ୍ଛକ ଭାବେ ଏକାଧିକ ଚରିତ୍ରଙ୍କ ଭାବବିନିୟମ ମାଧ୍ୟମରେ ବର୍ଣ୍ଣନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତ୨ ନାମଲେଖା ପାଇଁ ଏହିଦିନଠୁ ଆରମ୍ଭ ହେବ ଆବେଦନ

ଭୁବନେଶ୍ୱର,୨୩ା୫(ସୁଚିସ୍ମିତା ସାହୁ): ଯୁକ୍ତ ୨ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୨୬ ତାରିଖରୁ ଜୁନ୍‌ ୩୦ ଯାଏ ଛାତ୍ରୀଛାତ୍ର ଅନ୍‌ଲାଇନ୍‌ ମାଧ୍ୟମରେ ଆବେଦନ କରିପାରିବେ।…

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ରାଜ୍ୟରେ ଶକ୍ତି ସଙ୍କଟ: ଆସନ୍ତା ୬ ମାସ ପାଇଁ ‘ଏସ୍‌ମା’ ଲାଗୁ କଲେ ସରକାର

ଭୁବନେଶ୍ୱର,୨୨।୫(ରବିନାରାୟଣ ଜେନା):  ରାଜ୍ୟରେ କିଭଳି ନିରବଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ ହୋଇପାରିବ ଏବଂ କର୍ମଚାରୀମାନେ ଆନ୍ଦୋଳନକୁ ନ ଓହ୍ଲାଇବେ ତାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri