Posted inଜାତୀୟ

ଯଶୋଧାରାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର

ନୂଆଦିଲ୍ଲୀ, ୨୫।୮: ବିଶିଷ୍ଟ ସାହିତି୍ୟକା ଯଶୋଧାରା ମିଶ୍ର ତାଙ୍କ ରଚିତ କ୍ଷୁଦ୍ରଗଳ୍ପ ସଂକଳନ ‘ସମୁଦ୍ରକୂଳ ଘର’ ପୁସ୍ତକ ପାଇଁ ୨୦୨୦ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। କେନ୍ଦ୍ର ସାହିତ୍ୟ ଏକାଡେମୀ ସଭାପତି ଚନ୍ଦ୍ରଶେଖର କମ୍ବର ମଙ୍ଗଳବାର ଯଶୋଧାରାଙ୍କ ନାମ ଘୋଷଣା କରିଛନ୍ତି। ପୁରସ୍କାର ବାବଦରେ ତାଙ୍କୁ ୧ଲକ୍ଷ ଟଙ୍କାର ଚେକ୍‌ ଏବଂ ଏକ ତାମ୍ର ଫଳକ ମିଳିବ। ବୀଣାପାଣି ମହାନ୍ତି, ପ୍ରତିଭା ଶତପଥୀ ଏବଂ ରମାକାନ୍ତ ରଥଙ୍କୁ ନେଇ ଗଠିତ ବିଚାରକମଣ୍ଡଳୀ ‘ସମୁଦ୍ରକୂଳ ଘର’କୁ ମନୋନୀତ କରିଛନ୍ତି। ଏହି ସଂକଳନ ୨୦୧୬ରେ ପ୍ରକାଶ ପାଇଥିଲା। ଯଶୋଧାରା ୧୫ରୁ ଊର୍ଦ୍ଧ୍ୱ କ୍ଷୁଦ୍ର ଗଳ୍ପ, ପ୍ରବନ୍ଧ, କବିତା ଏବଂ ବହୁ ପୁସ୍ତକ ଅନୁବାଦ କରିଛନ୍ତି। ସେ ପୂର୍ବରୁ ଓଡ଼ିଶା ସାହିତ୍ୟ ଏକାଡେମୀ ପୁରସ୍କାର, କଥା ସମ୍ମାନ, ଓଡ଼ିଶା ବୁକ୍‌ ଫେୟାର ସମ୍ମାନ ଏବଂ ଗଙ୍ଗାଧର ରଥ ଫାଉଣ୍ଡେଶନ ଦ୍ୱାରା ପ୍ରଦତ୍ତ ସାହିତ୍ୟ ଭାରତୀ ପୁରସ୍କାର ସମତେ ବହୁ ସମ୍ମାନରେ ସମ୍ମାନିତ ହୋଇଛନ୍ତି। ଯଶୋଧାରା ଇଂଲିଶ ବିଭାଗ ପ୍ରାଧ୍ୟାପିକା ଭାବେ କାର୍ଯ୍ୟ କରିଛନ୍ତି। ପ୍ୟାରିସ୍‌ର ମ୍ୟାସନ ଡି ସାଇନ୍ସରେ ଅତିଥି ଅଧ୍ୟାପିକା ଭାବେ ମଧ୍ୟ କାର୍ଯ୍ୟ କରିବାର ସୁଯୋଗ ପାଇଛନ୍ତି। କେନ୍ଦ୍ର ସାହିତ୍ୟ ପୁରସ୍କାର ପାଇବା ପାଇଁ ମନୋନୀତ ହେବା ପରେ ଯଶୋଧାରା ପ୍ରତିକ୍ରିୟାରେ କହିଛନ୍ତି , ଜଣେ ଲେଖକ କିମ୍ବା କଳାକାରଙ୍କୁ ସାମାଜିକ ସ୍ବିକୃତୀ ମିଳିବା ନିଶ୍ଚିତ ଖୁସିର ଖବର। ସାମାଜିକ ସ୍ବୀକୃତି ଅପେକ୍ଷା ପାଠକୀୟ ସ୍ବୀକୃତି ଅଧିକ ଆନନ୍ଦ ଦେଇଥାଏ। ୧୯୭୦ ଦଶକରୁ ଲେଖାଲେଖି କରୁଛି। ଇତିମଧ୍ୟରେ ବହୁ ପାଠକୀୟ ଆଦ୍ରୁତି ମିଳିଛି। ତଥାପି କେନ୍ଦ୍ର ସରକାରଙ୍କଠାରୁ ଏବେ ଯେଉଁ ସ୍ବୀକୃତି ମିଳିଛି ତାହା ସବୁଠୁ ଅଧିକ ଆନନ୍ଦ ଦେଉଛି।
କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଁ ମନୋନୀତ ଯଶୋଧାରାଙ୍କୁ ମୁଖ୍ୟମନ୍ତ୍ରୀ ଟୁଇଟ କରି ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ସାହିତ୍ୟ କ୍ଷେତ୍ରରେ ତାଙ୍କର ଏହି ସଫଳତା ଓଡ଼ିଶା ଲାଗି ଗୌରବର ବିଷୟ। ତାଙ୍କ ସାରସ୍ବତ ସୃଷ୍ଟିଗୁଡ଼ିକ ଓଡ଼ିଆ ସାହିତ୍ୟକୁ ଆହୁରି ସମୃଦ୍ଧ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଅପରପକ୍ଷରେ ମାଲାୟଲମ୍‌ ଭାଷା ପାଇଁ ଲେଖକ ଓମ୍‌ଚେରି ଏମ୍‌.ଏମ୍‌ ପିଲାଇଙ୍କୁ ‘ଆକସ୍ମିକମ୍‌ ଓମ୍‌ଚେରିୟୁଟେ ଅର୍‌ମାକୁରିପୁକଳ’ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର-୨୦୨୦ ମନୋନୀତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?