Posted inଖେଳ

୫୧ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ଯଶସ୍ବୀ ଜୟସ୍ବାଲ: ଗାଭାସ୍କରଙ୍କୁ ପଛରେ ପକାଇଲେ

ଚେନ୍ନାଇ,୨୧।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ଏକ ରୋମାଞ୍ଚକର ମୋଡ଼ରେ ପହଞ୍ଚିଛି। ଦୁଇ ଦିନ ମଧ୍ୟରେ ଦୁଇଟି ଇନିଂସ ଶେଷ ହୋଇଛି। ବର୍ତ୍ତମାନ ଭାରତୀୟ ଦଳର ଦ୍ୱିତୀୟ ଇନିଂସ ଚାଲିଛି। ପ୍ରଥମ ଇନିଂସରେ ୫୬ ରନ ସ୍କୋର କରିଥିବା ଯଶସ୍ବୀ ଜୟସ୍ବାଲ ଦ୍ୱିତୀୟ ଇନିଂସରେ ବିଶେଷ କିଛି କରିପାରି ନ ଥିଲେ। ସେ ୧୦ ରନ ସ୍କୋର କରିଥିଲେ। ତେବେ ମାତ୍ର ଏତିକି ରନ ସ୍କୋର କରିବା ସତ୍ତ୍ୱେ ଜୟସ୍ବାଲ ମହାନ ସୁନୀଲ ଗାଭାସ୍କରଙ୍କ ୫୧ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଥିଲେ। ଏହା ଜୟସ୍ବାଲଙ୍କ ଦଶମ ଟେଷ୍ଟ ଏବଂ ପ୍ରଥମ ୧୦ ଟେଷ୍ଟ ପରେ ସର୍ବାଧିକ ରନ୍‌ କରିଥିବା ଭାରତୀୟ ବ୍ୟାଟ୍ସମ୍ୟାନ ହୋଇପାରିଛନ୍ତି।
ପ୍ରଥମ ୧୦ ଟେଷ୍ଟରେ ୧୦୦୦ରୁ ଅଧିକ ରନ ସ୍କୋର କରିଥିବା ଜୟସ୍ବାଲ ହେଉଛନ୍ତି ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ। ସେ ପ୍ରଥମ ୧୦ ଟେଷ୍ଟ ମ୍ୟାଚରେ ଜଣେ ଭାରତୀୟ ବ୍ୟାଟ୍ସମ୍ୟାନଙ୍କ ଦ୍ୱାରା ସର୍ବାଧିକ ରନ ସଂଗ୍ରହ କରିବାର ରେକର୍ଡ କରିଛନ୍ତି। ଗାଭାସ୍କରଙ୍କ ୯୭୮ ରନ ଅତିକ୍ରମ କରିଛି। ୧୦ଟି ଟେଷ୍ଟ ପରେ ଜୟସ୍ବାଲ ୧,୦୯୪ ରନ ସଂଗ୍ରହ କରିଛନ୍ତି। ପ୍ରଥମ ଇନିଂସରେ ୫୬ ରନ ସ୍କୋର କରିବା ପରେ ସେ ଦ୍ୱିତୀୟ ଇନିଂସରେ ମାତ୍ର ୧୦ ରନ ସଂଗ୍ରହ କରିଥିଲେ। ୧୯୭୩ରେ ଗାଭାସ୍କର ଏହି ରେକର୍ଡ ସୃଷ୍ଟି କରିଥିଲେ, ଯାହା ଏପର୍ଯ୍ୟନ୍ତ କୌଣସି ଭାରତୀୟ ବ୍ୟାଟ୍ସମ୍ୟାନ ଭାଙ୍ଗି ପାରି ନ ଥିଲେ। ତେବେ ସାମଗ୍ରିକ ତାଲିକାରେ ଜୟସ୍ବାଲ ଚତୁର୍ଥ ସ୍ଥାନରେ ଅଛନ୍ତି। ତାଙ୍କଠାରୁ କେବଳ ଡନ ବ୍ରାଡମ୍ୟାନ (ଅଷ୍ଟ୍ରେଲିଆ), ଏଭର୍ଟନ ୱିକ୍ସ (ୱେଷ୍ଟଇଣ୍ଡିଜ) ଏବଂ ଜର୍ଜ ହାଡଲେ (ୱେଷ୍ଟଇଣ୍ଡିଜ) ଆଗରେ ଅଛନ୍ତି।

ଗତ ବର୍ଷ ଅନ୍ତର୍ଜାତୀୟ ପଦାର୍ପଣ କରିବା ପରଠାରୁ ଜୟସ୍ବାଲ ଭାରତ ପାଇଁ ଅତୁଳନୀୟ ପ୍ରଦର୍ଶନ କରିଛନ୍ତି। ଚଳିତ ବର୍ଷ ସେ ୧୩ ଇନିଂସରେ ୮୦୬ ରନ ସଂଗ୍ରହ କରିଛନ୍ତି। ବ୍ୟାଟ ସହିତ ତାଙ୍କର କ୍ରମାଗତ ପ୍ରଦର୍ଶନ ତାଙ୍କୁ ୨୦୨୪ରେ ସମସ୍ତ ଫର୍ମାଟରେ ଅନ୍ତର୍ଜାତୀୟ କ୍ରିକେଟରେ ଭାରତ ପାଇଁ ଟପ ରନ ସ୍କୋରର କରିପାରିଛନ୍ତି। ଏପର୍ଯ୍ୟନ୍ତ ଜୟସ୍ବାଲ ନଅ ଟେଷ୍ଟର ୧୬ ଇନିଂସରେ ୬୮.୫୩ ହାରାହାରିରେ ୧୦୨୮ ରନ ସଂଗ୍ରହ କରି କରିଛନ୍ତି। ଏଥି ମଧ୍ୟରେ ୩ଟି ଶତକ ଏବଂ ଚାରି ଅର୍ଦ୍ଧଶତକ ସାମିଲ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri