Posted inଜାତୀୟ

ଟିଏମ୍‌ସିରୁ ଇସ୍ତଫା ଦେଲେ ଯଶବନ୍ତ

ନୂଆଦିଲ୍ଲୀ,୨୧।୬: ରାଷ୍ଟ୍ରପତି ନିର୍ବାଚନକୁ ନେଇ ବର୍ତ୍ତମାନ ରାଜନୀତି ସରଗରମ ହେବାରେ ଲାଗିଛି। ଭାଜପା ଓ ବିରୋଧୀଙ୍କ ପକ୍ଷରୁ ଏପର୍ଯ୍ୟନ୍ତ ରାଷ୍ଟ୍ରପତି ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇନାହିଁ। ବିରୋଧୀ ଦଳ ଲଗାତର ବୈଠକ କରୁଥିବା ବେଳେ ପ୍ରାର୍ଥୀକୁ ନେଇ ମନ୍ଥନ ଜାରି ରହିଛି। ଇତିମଧ୍ୟରେ ତୃଣମୂଳ କଂଗ୍ରେସ(ଟିଏମ୍‌ସି)ର ନେତା ଯଶବନ୍ତ ସିହ୍ନା ମଙ୍ଗଳବାର ଦଳ ଛାଡ଼ିବା ନେଇ ଘୋଷଣା କରିଛନ୍ତି। ବର୍ତ୍ତମାନ ସେ ବୃହତ ବିରୋଧି ଏକତାର ରାଷ୍ଟ୍ରୀୟ ଉଦ୍ଦେଶ୍ୟ ପାଇଁ କାର୍ଯ୍ୟ କରିବେ ବୋଲି କହିଛନ୍ତି। ଆଗାମୀ ରାଷ୍ଟ୍ରପତି ନିର୍ବାଚନରେ ତୃଣମୂଳ କଂଗ୍ରେସ ମୁଖ୍ୟ ତଥା ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୂର୍ବତନ କେନ୍ଦ୍ରମନ୍ତ୍ରୀ ସିହ୍ନାଙ୍କ ନାମକୁ ରାଷ୍ଟ୍ରପତି ପ୍ରାର୍ଥୀ ପାଇଁ ଚୟନ କରିବେ ବୋଲି ଗତ କିଛି ଦିନ ଧରି ଚର୍ଚ୍ଚା ଚାଲିଛି। ଏହା ପୂର୍ବରୁ କରାଯାଇଥିବା ସିହ୍ନାଙ୍କ ଟୁଇଟ ଏବଂ ଏବେ ଦଳ ଛାଡ଼ିବା ଆହୁରି ସସ୍‌ପେନ୍ସକୁ ବଢ଼ାଇ ଦେଇଛି। ପୂର୍ବରୁ ସେ ଟୁଇଟ କରିଥିଲେ ଯେ, ଟିଏମ୍‌ସିରେ ମୋତେ ଦିଆଯାଇଥିବା ସମ୍ମାନ ପାଇଁ ମମତାଙ୍କୁ କୃତଜ୍ଞତା ଜଣାଉଛି। ବର୍ତ୍ତମାନ ସମୟ ଆସିଛି ବିରୋଧୀ ଏକତାର ବ୍ୟାପକ ଜାତୀୟ ଉଦ୍ଦେଶ୍ୟ ପାଇଁ ଦଳରୁ ମୋତେ ଦୂରେଇ ଯିବାକୁ ପଡିବ। ମୁଁ ନିଶ୍ଚିତ ଯେ ମମତା ଏହାକୁ ଅନୁମତି ଦେବେ ବୋଲି ଯଶବନ୍ତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri