Posted inରାଜ୍ୟ

ଧାମରା ନିକଟରେ ମାଡ଼ ହେବ ୟାସ୍‌

ଭୁବନେଶ୍ୱର,୨୫ା୫: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ମଙ୍ଗଳବାର ଅତି ଭୀଷଣ ବାତ୍ୟାର ରୂପ ନେଇଛି। ବୁଧବାର ମଧ୍ୟାହ୍ନରେ ‘ୟାସ’ ୧୫୫ରୁ ୧୬୫ କି.ମି. ବେଗରେ ସ୍ଥଳଭାଗକୁ ଛୁଇଁବ। ବାତ୍ୟା ଯେଉଁପଟ ଦେଇ ଯିବ ସେ ସବୁ ଅଞ୍ଚଳ ଛାରଖାର ହୋଇଯିବ। ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ପକ୍ଷରୁ ଏହା ଅନୁମାନ କରାଯାଇଛି।

ତେବେ ବାତ୍ୟା ‘ୟାସ୍‌’ର କେଉଁଠାରେ ଲ୍ୟାଣ୍ଡଫଲ୍‌ କରିବ, ସେନେଇ ଦେଖାଦେଇଛି ଦ୍ୱନ୍ଦ୍ୱ। ଉପକୂଳ ମାଡ଼ ହେବାର ୧୨ଘଣ୍ଟା ପୂର୍ବରୁ ମଧ୍ୟ ବାତ୍ୟା କେଉଁ ନିର୍ଦ୍ଦିଷ୍ଟ ଅଞ୍ଚଳରେ ସ୍ଥଳଭାଗ ଛୁଇଁବ, ତାହା କହିବା ମୁସ୍କିଲ। ଆଇଏମ୍‌ଡି ଗତ କିଛିଦିନ ହେବ ବାତ୍ୟା ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଯିବ ବୋଲି ଆକଳନ କରି ଆସୁଥିଲା। କିନ୍ତୁ ମଙ୍ଗଳବାର ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ବୁଲେଟିନ୍‌ରେ କୁହାଯାଇଛି, ଉତ୍ତର ଧାମରା ଓ ଦକ୍ଷିଣ ବାଲେଶ୍ୱର ଦେଇ ସ୍ଥଳଭାଗ ଅତିକ୍ରମ କରିବ ୟାସ।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ ବାତ୍ୟା ‘ୟାସ୍‌’ ଦକ୍ଷିଣପୂର୍ବ ଦିଗରେ ପାରାଦୀପଠାରୁ ୨୦୦ କିଲୋମିଟର ଏବଂ ବାଲେଶ୍ୱରର ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ ୨୯୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏଥିସହ ଦୀଘାଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗର ୨୯୦ କିଲୋମିଟର ଦୂରରେ ସ୍ଥଳଭାଗ ଆଡକୁ ମୁହାଁଇଛି। ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗ ଦେଇ ଘଣ୍ଟା ପ୍ରତି ୧୫ କି.ମି. ବେଗରେ ଆସୁଛି। ୨୬ ତାରିଖ ମଧ୍ୟାହ୍ନରେ ଏହା ଉତ୍ତର ଓଡ଼ିଶାର ଭଦ୍ରକ ଜିଲା ଧାମରାର ଉତ୍ତର ଏବଂ ଦକ୍ଷିଣ ବାଲେଶ୍ୱର ଦେଇ ସ୍ଥଳଭାଗ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ୨୬ ତାରିଖରେ ବାତ୍ୟା ଅତି ଭୟଙ୍କର ହୋଇ ଘଣ୍ଟା ପ୍ରତି ୧୫୫ରୁ ୧୬୫ କି.ମି . ଏବଂ ସ୍ଥଳବିଶେଷରେ ଏହା ୧୮୫ କି.ମି. ବେଗରେ ଉପକୂଳରେ ପିଟି ହେବ ବୋଲି ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଉପକୂଳରେ ଏହା ୧୫୫ରୁ ୧୬୫ ଏବଂ ବେଳେ ବେଳେ ୧୮୫ କି.ମି.ର ଝଟକା ଦେବ। ପୁରୀ, କଟକ, ଖୋର୍ଦ୍ଧା, ଯାଜପୁର ଏବଂ ନୟାଗଡ଼ ଜିଲାରେ ଘଣ୍ଟା ପ୍ରତି ୮୦ରୁ ୯୦ କି.ମି., ଉତ୍ତର ଓଡ଼ିଶାର ଅନ୍ୟ ଜିଲା ଓ ଦକ୍ଷିଣ ଓଡ଼ିଶାର ଗଞ୍ଜାମ ଜିଲାରେ ୬୦ରୁ ୮୦ କି.ମି. ବେଗରେ ପବନ ବହିବା ନେଇ ଅନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

ପାଇପ୍‌ ଫାଟି ଭାସୁଛି ପାଣି, ହେଲେ ଲୋକଙ୍କ ନିକଟରେ ପହଞ୍ଚୁନି

କେନ୍ଦୁଝର,୧୫ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଯୋଡ଼ା ବ୍ଲକ ଅନ୍ତର୍ଗତ ବଳଦା ପଞ୍ଚାୟତର ଖଣି ଖାଦାନ ଦ୍ୱାରା ପ୍ରଭାବିତ ବି ପ୍ଲଟ ଗ୍ରାମରେ ଦୀର୍ଘ ଏକ ମାସ ହେବ ବସୁଧା…

ମହମ୍ମଦ ୟୁନୁସ ହେବେ କି ବାଂଲାଦେଶର ରାଷ୍ଟ୍ରପତି? ନୂତନ ଭୂମିକାକୁ ନେଇ ବଢ଼ିଲା ଚର୍ଚ୍ଚା

ଢାକା,୧୫।୨: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ କାର୍ଯ୍ୟକାଳ ଶେଷ ହେବାକୁ ଯାଉଥିବା ବେଳେ, ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ପ୍ରକାଶ ପାଇଛି। ଫେବୃଆରୀ ୧୨ରେ…

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri