Posted inରାଜ୍ୟ

ଧାମରା ନିକଟରେ ମାଡ଼ ହେବ ୟାସ୍‌

ଭୁବନେଶ୍ୱର,୨୫ା୫: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ମଙ୍ଗଳବାର ଅତି ଭୀଷଣ ବାତ୍ୟାର ରୂପ ନେଇଛି। ବୁଧବାର ମଧ୍ୟାହ୍ନରେ ‘ୟାସ’ ୧୫୫ରୁ ୧୬୫ କି.ମି. ବେଗରେ ସ୍ଥଳଭାଗକୁ ଛୁଇଁବ। ବାତ୍ୟା ଯେଉଁପଟ ଦେଇ ଯିବ ସେ ସବୁ ଅଞ୍ଚଳ ଛାରଖାର ହୋଇଯିବ। ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ପକ୍ଷରୁ ଏହା ଅନୁମାନ କରାଯାଇଛି।

ତେବେ ବାତ୍ୟା ‘ୟାସ୍‌’ର କେଉଁଠାରେ ଲ୍ୟାଣ୍ଡଫଲ୍‌ କରିବ, ସେନେଇ ଦେଖାଦେଇଛି ଦ୍ୱନ୍ଦ୍ୱ। ଉପକୂଳ ମାଡ଼ ହେବାର ୧୨ଘଣ୍ଟା ପୂର୍ବରୁ ମଧ୍ୟ ବାତ୍ୟା କେଉଁ ନିର୍ଦ୍ଦିଷ୍ଟ ଅଞ୍ଚଳରେ ସ୍ଥଳଭାଗ ଛୁଇଁବ, ତାହା କହିବା ମୁସ୍କିଲ। ଆଇଏମ୍‌ଡି ଗତ କିଛିଦିନ ହେବ ବାତ୍ୟା ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ଯିବ ବୋଲି ଆକଳନ କରି ଆସୁଥିଲା। କିନ୍ତୁ ମଙ୍ଗଳବାର ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ବୁଲେଟିନ୍‌ରେ କୁହାଯାଇଛି, ଉତ୍ତର ଧାମରା ଓ ଦକ୍ଷିଣ ବାଲେଶ୍ୱର ଦେଇ ସ୍ଥଳଭାଗ ଅତିକ୍ରମ କରିବ ୟାସ।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ ବାତ୍ୟା ‘ୟାସ୍‌’ ଦକ୍ଷିଣପୂର୍ବ ଦିଗରେ ପାରାଦୀପଠାରୁ ୨୦୦ କିଲୋମିଟର ଏବଂ ବାଲେଶ୍ୱରର ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ ୨୯୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏଥିସହ ଦୀଘାଠାରୁ ଦକ୍ଷିଣ-ଦକ୍ଷିଣପୂର୍ବ ଦିଗର ୨୯୦ କିଲୋମିଟର ଦୂରରେ ସ୍ଥଳଭାଗ ଆଡକୁ ମୁହାଁଇଛି। ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗ ଦେଇ ଘଣ୍ଟା ପ୍ରତି ୧୫ କି.ମି. ବେଗରେ ଆସୁଛି। ୨୬ ତାରିଖ ମଧ୍ୟାହ୍ନରେ ଏହା ଉତ୍ତର ଓଡ଼ିଶାର ଭଦ୍ରକ ଜିଲା ଧାମରାର ଉତ୍ତର ଏବଂ ଦକ୍ଷିଣ ବାଲେଶ୍ୱର ଦେଇ ସ୍ଥଳଭାଗ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି। ୨୬ ତାରିଖରେ ବାତ୍ୟା ଅତି ଭୟଙ୍କର ହୋଇ ଘଣ୍ଟା ପ୍ରତି ୧୫୫ରୁ ୧୬୫ କି.ମି . ଏବଂ ସ୍ଥଳବିଶେଷରେ ଏହା ୧୮୫ କି.ମି. ବେଗରେ ଉପକୂଳରେ ପିଟି ହେବ ବୋଲି ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଉପକୂଳରେ ଏହା ୧୫୫ରୁ ୧୬୫ ଏବଂ ବେଳେ ବେଳେ ୧୮୫ କି.ମି.ର ଝଟକା ଦେବ। ପୁରୀ, କଟକ, ଖୋର୍ଦ୍ଧା, ଯାଜପୁର ଏବଂ ନୟାଗଡ଼ ଜିଲାରେ ଘଣ୍ଟା ପ୍ରତି ୮୦ରୁ ୯୦ କି.ମି., ଉତ୍ତର ଓଡ଼ିଶାର ଅନ୍ୟ ଜିଲା ଓ ଦକ୍ଷିଣ ଓଡ଼ିଶାର ଗଞ୍ଜାମ ଜିଲାରେ ୬୦ରୁ ୮୦ କି.ମି. ବେଗରେ ପବନ ବହିବା ନେଇ ଅନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

ଆସନ୍ତା ଶିକ୍ଷାବର୍ଷରୁ ୨ଥର ହୋଇପାରେ ବୋର୍ଡ ପରୀକ୍ଷା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ) – ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ(ସିବିଏସ୍‌ଇ) ପକ୍ଷରୁ ପରିଚାଳିତ ବୋର୍ଡ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ। ଆସନ୍ତା ୨୦୨୫-୨୬...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ଆନ୍ଦୋଳନ ପରେ ପରୀକ୍ଷା ଘୁଞ୍ଚିଲା

ଭୁବନେଶ୍ୱର, ୨୬।୪(ଅସମାପିକା ସାହୁ)- ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଚତୁର୍ଥ ସେମିଷ୍ଟର ପରୀକ୍ଷା ଘୁଞ୍ଚାଇବା ଦାବିରେ ଛାତ୍ରୀମାନେ ଆନ୍ଦୋଳନ କରିବା ପରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ପୂର୍ବ ନିଷ୍ପତ୍ତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri