ଧାମରା ପାଖରେ ଅତିକ୍ରମ କରିବ ୟାସ୍‌

ଭୁବନେଶ୍ୱର,୨୫।୫(ବ୍ୟୁରୋ): ବାତ୍ୟା ୟାସ୍‌ ଧାମରା ପାଖରେ ସ୍ଥଳଭାଗ ଅତିକ୍ରମ କରିବ । ଆସନ୍ତାକାଲି ଭୋର ସୁଦ୍ଧା ଧାମରା ପାଖରେ ଏହା କେନ୍ଦ୍ରୀଭୂତ ହେବ । ୨୬ ତାରିଖ ଦ୍ୱିପ୍ରହରରେ ୟାସ୍‌ ସ୍ଥଳଭାଗ ଅତିକ୍ରମ କରିବ । ଧାମରାର ଉତ୍ତରକୁ ଓ ବାଲେଶ୍ୱରର ଦକ୍ଷିଣକୁ ସ୍ଥଳଭାଗ ଅତିକ୍ରମ କରିବ ବୋଲି ସୂଚନା ଦେଇଛନ୍ତି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର।
ତେବେ ମଙ୍ଗଳବାର ଅପରାହ୍ନରେ ଭେରି ସିଭିୟର୍‌ ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବାର ସମ୍ଭାବନା ଅଛି। ଏହା ଅତି ଭୀଷଣକାୟ ରୂପ ଧରି ୨୬ ତାରିଖ ସକାଳେ ଚାନ୍ଦବାଲି ଓ ଧାମରା ବନ୍ଦର ନିକଟରେ ପହଞ୍ଚିବ । ମଧ୍ୟାହ୍ନ ସୁଦ୍ଧା ବାତ୍ୟା ଏହି ଅଞ୍ଚଳ ଅତିକ୍ରମ କରିବ। ତେବେ ଭାରତୀୟ ପାଣିପାଗ ବିଭାଗର ସଦ୍ୟତମ ବୁଲେଟନ ଅନୁସାରେ ଏହା ପାରାଦୀପରୁ ୩୬୦ କିଲୋମିଟର ଦକ୍ଷିଣ ଓ ଦକ୍ଷିଣ-ପୂର୍ବ ଏବଂ ବାଲେଶ୍ୱରରୁ ୪୬୦ କିଲୋମିଟର ଦୂରରେ ରହିଛି । ୨୬ ତାରିଖ ମଧ୍ୟାହ୍ନରେ ଧାମରା ପାଖରେ ବାତ୍ୟା ୟାସ୍‌ ସ୍ଥଳଭାଗ ଅତିକ୍ରମ କରିବ। ଏନେଇ ଆଇଏମ୍‌ଡି ଡିଜ ସୂଚନା ଦେଇଛନ୍ତି।
ଗତ ୬ ଘଣ୍ଟାରେ ଧରି ଏହା ୯ କିଲୋମିଟର ବେଗରେ ବଙ୍ଗୋପସାଗରର ଉତ୍ତର ଉତ୍ତର-ପଶ୍ଚିମ ଦିଗକୁ ଗତି କରୁଛି । ଯଦି ଏହି ଗତି ଜାରି ରହେ, ଲ୍ୟାଣ୍ଡଫଲ ସମୟରେ ଘଣ୍ଟାପ୍ରତି ୧୫୫ରୁ ୧୬୫ କିଲୋମିଟର ବେଗରେ ପବନ ବହିବ । ବେଳେ ବେଳେ ସର୍ବାଧିକ ୧୮୫ କିଲୋମିଟର ବେଗରେ ପବନ ବହିବା ସାଙ୍ଗକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri