ୟାସ୍‌’ ପ୍ରସ୍ତୁତି: ଭଦ୍ରକରେ ପ୍ରମୁଖ ଶାସନ ସଚିବଙ୍କ ସମୀକ୍ଷା

ଭଦ୍ରକ ଅଫିସ,୨୫। ୫ : ବାତ୍ୟା ‘ୟାସ୍‌’ର ସୁପରିଚାଳନା ଓ ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଛି। ଏ ନେଇ ଜିଲା ପର୍ଯ୍ୟବେକ୍ଷକ ରାଜ୍ୟ ଖାଦ୍ୟ, ଯୋଗାଣ, ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ଭିଭି ଯାଦବ ଭଦ୍ରକରେ ପହଞ୍ଚି ସମୀକ୍ଷା କରିଛନ୍ତି । ଜିଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ ବାତ୍ୟା ପୂର୍ବରୁ ଲୋକଙ୍କୁ ସ୍ଥାନାନ୍ତର, ସେମାନଙ୍କୁ କୋଭିଡ୍‌ ନିୟମ ମଧ୍ୟରେ ଥଇଥାନ, ପାନୀୟଜଳ, ବିଦ୍ୟୁତ, ଶୁଖିଲା ଖାଦ୍ୟ ଏବଂ ଆବଶ୍ୟକ ସ୍ଥଳେ ରନ୍ଧା ଖାଦ୍ୟର ବନ୍ଦୋବସ୍ତ  ଉପରେ ଗୁରୁତ୍ୱ ଦେଇଛନ୍ତି। ବାତ୍ୟା ସମୟରେ ଉଦ୍ଧାର ଏବଂ ଥଇଥାନ କାର୍ଯ୍ୟ ପାଇଁ ଜିଲାସ୍ତରୀୟ ନୋଡାଲ ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି । ଏହି ଦାୟିତ୍ୱରେ ଧାମରା ପାଇଁ ଅତିରିକ୍ତ ଜିଲାପାଳ (ସାଧାରଣ) ମଧୁସୂଦନ ଦାସ, ବାସୁଦେବପୁର ପାଇଁ ପ୍ରକଳ୍ପ ନିର୍ଦ୍ଦେଶକ ଇନ୍ଦ୍ରମଣି ନାୟକ, ତିହଡ଼ିି ପାଇଁ ଉପଜିଲାପାଳ ପୀତାମ୍ବର ସାମଲ ଏବଂ ଚାନ୍ଦବାଲି ପାଇଁ ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ରାଜେନ୍ଦ୍ର ପଣ୍ଡା ରହିଛନ୍ତି। ବାତ୍ୟା ନିମନ୍ତେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ ହୋଇଥିବା ବେଳେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ମଧ୍ୟ ଖୋଲା ଯାଇଛି । ଉଦ୍ଧାର କାର୍ଯ୍ୟ ନିମନ୍ତେ ଜିଲାକୁୁ ଆସିଥିବା ୮ଟି ଏନ୍‌ଡିଆର୍‌ଏଫ ଟିମ୍‌କୁ ନିର୍ଦ୍ଦିଷ୍ଟ ସ୍ଥାନ ଧାମରା, ତିହିଡ଼ି, ଚାନ୍ଦବାଲି, ବିଦେଇପୁର ପଠାଯାଇଛି ।
ସେହିଭଳି ୩ଟି ଓଡ୍ରାଫ ଟିମ୍‌କୁ ତିହଡିି ବ୍ଲକର ପୀରହାଟ, ବାସୁଦେବପୁର, ଭଦ୍ରକରେ ରଖା ଯାଇଛି । ୧୧ଟି ଅଗ୍ନିଶମ ବାହିନୀଙ୍କୁ ପୀରହାଟ, ଦୋଳସାହି, ଆରଡି, ୨ଟି ଟିମ୍‌ ଧାମରା, ତିହିଡି ଧୁଷୁରୀ, ବନ୍ତ, ବାସୁଦେବପୁର ଓ ୨ଟି ଟିମ୍‌ ଭଦ୍ରକରେ ଅଛନ୍ତି । ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ବିତ କରିବାକୁ ଗୁରୁତ୍ୱ ଦିଆ ଯାଇଛି । ବାତ୍ୟା ପରବର୍ତ୍ତୀ ସମୟରେ ବିଦ୍ୟୁତ ସରବରାହକୁ ପୁନଃ କାର୍ଯ୍ୟକ୍ଷମ କରାଯିବାକୁ ବିଦ୍ୟୁତ ବିଭାଗ ପକ୍ଷରୁ ନିଆଯାଇଥିବା ପ୍ରସ୍ତୁତି ସମ୍ପର୍କରେ ନେସ୍କୋ ନିର୍ବାହୀ ଅଧିକାରୀ ସୂଚନା ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଏସ୍‌ପି ଚରଣସିଂ ମୀନା, ଅତିରିକ୍ତ ଜିଲାପାଳ ଅରୁଣ ମହାପାତ୍ର ଓ ଅନ୍ୟାନ୍ୟ ଜିଲା ସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri