ଧର୍ମପଦ ପୁରସ୍କାର ଗ୍ରହଣ କଲେ ଯତୀନ ଦାସ

ଭୁବନେଶ୍ୱର, ୨୨।୧୦(ବ୍ୟୁରୋ):ଓଡ଼ିଶା ଲଳିତ କଳା ଏକାଡ଼େମୀ ତରଫରୁ ଖ୍ୟାତନାମା ଚିତ୍ରଶିଳ୍ପୀ ଯତୀନ ଦାସଙ୍କୁ ଏକଡ଼େମୀର ସର୍ବୋଚ୍ଚ ସମ୍ମାନ ‘ଧର୍ମପଦ ପୁରସ୍କାର’ ପ୍ରଦାନ କରାଯାଇଛି। ୨୦୧୩ ମସିହା ଲାଗି ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଗତ ଅଗଷ୍ଟ ୧୦ରେ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ୨୦୦୯ରୁ ୨୦୧୫ ପର୍ଯ୍ୟନ୍ତ ଧର୍ମପଦ ପୁରସ୍କାର ପ୍ରଦାନ କରିଥିଲେ। କୋଭିଡ୍‌ ସଂକ୍ରମଣ ଯୋଗୁ ଏଥର କୌଣସି ଉତ୍ସବର ଆୟୋଜନ କରା ନ ଯାଇ ଶିଳ୍ପୀଙ୍କୁ ସେମାନଙ୍କ ବାସଭବନରେ ପୁରସ୍କାର ପ୍ରଦାନ କରାଯିବା ସହ ସମ୍ବର୍ଦ୍ଧିତ କରାଯାଇଥିଲା। ତେବେ ଯତୀନ ଦାସ ନୂଆଦିଲ୍ଲୀରେ ଥିବାରୁ ସେ ପୁରସ୍କାର ଗ୍ରହଣ କରିପାରି ନ ଥିଲେ। ବୁଧବାର ଏକାଡ଼େମୀ ସଚିବ ଗଜେନ୍ଦ୍ର ପ୍ରସାଦ ସାହୁ ଦିଲ୍ଲୀ ଗସ୍ତ କରି ତାଙ୍କୁ ପୁରସ୍କୁତ କରିଛନ୍ତି। ଜାତୀୟ କଳା ସଂଗ୍ରହାଳୟର ମହାନିର୍ଦ୍ଦେଶକ ଅଦ୍ୱୈତ ପ୍ରସାଦ ଗଡ଼ନାୟକ, ସ୍ଥାପତ୍ୟ ଶିଳ୍ପୀ ନିବେଦିତା ଗଡ଼ନାୟକ ଏହି ଅବସରରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

କେରଳକୁ ଦାଦନ ଖଟି ଯାଇଥିଲେ, କୁଅରୁ ଉଦ୍ଧାର ହେଲା ଶ୍ରମିକଙ୍କ ମୃତଦେହ: ଅର୍ଥ ଅଭାବ ଯୋଗୁ ଚିନ୍ତାରେ ପରିବାର

ଦାରିଙ୍ଗବାଡ଼ି,୩୦।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଗୁମିକିଆ ପଞ୍ଚାୟତ କୁନ୍ଦୁପାଙ୍ଗା ଅଞ୍ଚଳର ଜଣେ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତଦେହକୁ ନିଜ…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ୧୦୮ ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri