Posted inଜାତୀୟ

ସୋନିଆ ଗାନ୍ଧୀଙ୍କୁ ବିଷକନ୍ୟା କହିଲେ ୟତନାଲ

ସୋନିଆ ଗାନ୍ଧୀଙ୍କୁ ବିଷକନ୍ୟା କହିଲେ ୟତନାଲ
ବେଙ୍ଗାଲୁରୁ,୨୮।୪: କର୍ନାଟକ ବିଧାନସଭା ନିର୍ବାଚନକୁ ନେଇ ସରଗରମ ହେଉଛି ଜାତୀୟ ରାଜନୀତି। ପରସ୍ପର ମଧ୍ୟରେ ଆରୋପ ପ୍ରତ୍ୟାରୋପ ବି ହେଉଛି ଜୋରଦାର। ଏହି କ୍ରମରେ ଗୁରୁବାର କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ମୋଦିଙ୍କ ଉପରେ ଖୁବ୍‌ ବର୍ଷିଥିଲେ। ସେ କହିଥିଲେ ଯେ, ମୋଦି ହେଉଛନ୍ତି ବିଷଧର ସାପ। ଏହାର ଜବାବରେ ଭାଜପା ବିଧାୟକ ବସନଗୌଡା ୟତନାଲ ସୋନିଆ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ହେଉଛନ୍ତି ବିଷକନ୍ୟା।
ତେବେ ଭାଜପା ବିଧାୟକ ବସନଗୌଡା ସୋନିଆ ଗାନ୍ଧୀଙ୍କ ଉପରେ ଦେଇଥିବା ଟିପ୍ପଣୀକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ଛତିଶଗଡ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲା। ସେ କହିଛନ୍ତି, ଭାଜପା ବିଧାୟକ ସୋନିଆ ଗାନ୍ଧୀଙ୍କୁ ବିଷକନ୍ୟା କହିଛନ୍ତି। ଗତକାଲି ଖାର୍ଗେଙ୍କ ବୟାନକୁ ନେଇ ଭାଜପା ଦେଶ ବ୍ୟାପୀ ବିରୋଧ କରିଥିଲା। କିନ୍ତୁ ସମ୍ମାନ ଦୃଷ୍ଟିରୁ ଖାର୍ଗେ ତାଙ୍କ ବୟାନକୁ ଫେରେଇ ନେଇଥିଲେ। କିନ୍ତୁ ଆଜି ଭାଜପା ବିଧାୟକଙ୍କ ଦ୍ୱାରା ଏପରି ଟିପ୍ପଣୀ ଦିଆଯାଇଛି। ତେବେ ଏ ବିଷୟରେ ମୋଦି ଏବଂ ଅମିତ୍‌ ଶାହା କ’ଣ ମନ୍ତବ୍ୟ ଦେବେ ତାହାକୁ ଦେଶ ଅପେକ୍ଷା କରିଛି ବୋଲି କହିଛନ୍ତି ଭୂପେଶ।
ଖାର୍ଗେଙ୍କ ବୟାନରେ କେନ୍ଦ୍ର ମନ୍ତ୍ରୀ ସ୍ମୃତି ଇରାନୀ କହିଛନ୍ତି ଯେ, ଆଜି ବି କିପରି କଂଗ୍ରେସ ବିଷ ଓକାଳୁଛି ତାକୁ ସାରା ଦେଶ ଦେଖୁଛି। ଏହି ଟିପ୍ପଣୀ ଦେଇ କଂଗ୍ରେସ ନିର୍ବାଚନରେ ହାରିଯିବ ବୋଲି ସୁନିଶ୍ଚିତ କରିସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି ହାରୁଛନ୍ତି, ଇଣ୍ଡିଆ ମେଣ୍ଟ ୩୦୦ ପାର କରିବ, ଦୁଇ ପର୍ଯ୍ୟାୟର ଭୋଟିଂ ପରେ…

ନୂଆଦିଲ୍ଲୀ,୨୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିବୃତ୍ତିକୁ ନେଇ ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ନ୍ୟୁଜ ଏଜେନ୍ସି ଏଏନଆଇ ସହିତ...

ହଜାର ହଜାର ମହିଳାଙ୍କ ସହ ଯୌନ ଅପରାଧ, ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତିଙ୍କ ନାମ ଆସିଲା ସାମ୍ନାକୁ

ବେଙ୍ଗାଲୁରୁ,୨୮।୪: କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଶନିବାର ହାସନ ଜିଲା ସହ ଜଡିତ ଯୌନ ଦୁର୍ନୀତିର ଯାଞ୍ଚ ପାଇଁ ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (ଏସଆଇଟି) ଗଠନ...

ସଫେଇ ଦେଲା ଏମଡିଏଚ

ନୂଆଦିଲ୍ଲୀ,୨୮।୪: ମସଲାରେ କ୍ୟାନସର ଭଳି ମାରାତ୍ମକ ରୋଗ ସୃଷ୍ଟି କାରୀ କୀଟନାଶକ ଔଷଧ ମିଳିବା ଖବର ଜଣାପଡିବା ପରେ ବିବାଦ ଦେଖାଦେଇଛି। ଚାଲିଥିବା ବିବାଦ ମଧ୍ୟରେ...

କଂଗ୍ରେସକୁ ଝଟ୍‌କା, ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଅରବିନ୍ଦର ସିଂ

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଟିକେଟ ବଣ୍ଟନ ନେଇ ଦିଲ୍ଲୀ କଂଗ୍ରେସରେ ଖୋଲାଖୋଲି ଭାବେ ଅସନ୍ତୋଷ ପ୍ରକାଶ ପାଇଛି। ସଦ୍ୟତମ ମାମଲାରେ ଦିଲ୍ଲୀ କଂଗ୍ରେସ...

ଫସିଗଲେ ଅଭିନେତା ସାହିଲ

ମୁମ୍ବାଇ,୨୮।୪: ମହାଦେବ ଅନଲାଇନ ବେଟିଂ ଆପ ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମୁମ୍ବାଇ ପୋଲିସ ବର୍ତ୍ତମାନ ଠକେଇ ଏବଂ ଜୁଆର ବିଭିନ୍ନ ବିଭାଗରେ ଆପର ପ୍ରମୋଟରଙ୍କ...

ଭାରତୀୟ ମସଲାକୁ ଆମେରିକାର ସନ୍ଦେହ

ଏମ୍‌ଡିଏଚ୍‌ ଏବଂ ଏଭରେଷ୍ଟ ଭଳି ଭାରତୀୟ ମସଲାରେ କ୍ୟାନ୍‌ସର ସୃଷ୍ଟିକାରୀ କେମିକାଲ ମିଶୁଥିବା କହି ହଂକଂ ଓ ସିଙ୍ଗାପୁର କିଛିଦିନ ହେଲା ଏହାର ବିକ୍ରି ଉପରେ...

ବିଶ୍ୱର ୧୫ ଉତ୍ତପ୍ତ ସହର ମଧ୍ୟରେ ଅନୁଗୋଳ, ଭୁବନେଶ୍ୱର

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।...

‘EVM ଉପରେ ପ୍ରଶ୍ନ ଉଠାଇଥିବାରୁ କଂଗ୍ରେସ କ୍ଷମା ମାଗିବା ଉଚିତ୍‌’

ଗୋଆ,୨୭ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କହିଛନ୍ତି, ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ୍‌)ର ବିଶ୍ୱସନୀୟତା ଉପରେ ପ୍ରଶ୍ନ ଉଠାଇ କଂଗ୍ରେସ ଦେଶକୁ କ୍ଷମା ମାଗିବା ଉଚିତ୍‌।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri