ମଝି ରାସ୍ତାରେ ଓଲୋଟିଲା ଯାତ୍ରା ପାର୍ଟି ଟ୍ରକ

ଧାମନଗର,୪।୪( ସନ୍ତୋଷ କୁମାର ମହାପାତ୍ର): ଧାମନଗର ଥାନା ଭଣ୍ଡାରି ପଦି ଛକ ନିକଟସ୍ଥ ଏସଡିପିଓ ଅଫିସ ସାମ୍ନାରେ ଧାମନଗର ଭଦ୍ରକ  ମୁଖ୍ୟ ରାସ୍ତାରେ ଶନିବାର ଅପରାହ୍ନରେ ଏକ ଯାତ୍ରା ପାର୍ଟିର ଜିନିଷ ପତ୍ର ବୋଝେଇ ଏକ ଟ୍ରକ ଓଲୋଟି ଦୁର୍ଘଟଣା ଘଟିଛି। ଟ୍ରକରେ ୪ ଜଣ ଲୋକ ଥିବା ବେଳେ  ଦୁର୍ଘଟଣାରେ କାହାରି କିଛି କ୍ଷୟକ୍ଷତି ହୋଇ ନ ଥିବା ସୂଚନା ମିଳିଛି।
ସୂଚନା ମୁତାବକ ଶ୍ରୀ ଗଣେଶ ଗୋଲ୍‌ଡେନ୍‌ ଅପେରା ନାମକ ଏକ ଯାତ୍ରା ପାର୍ଟି  ଢେଙ୍କାନାଳରୁ ଆରଡ଼ି ନିକଟସ୍ଥ ତଳ ଦୂମୁକାକୁ ଯାତ୍ରା ପରିବେଷଣ କରିବାକୁ ଯାଉଥିଲା।  ଯାତ୍ରା ପାର୍ଟିର କଳାକାର ଏକ ବସ ଯୋଗେ ଯାଉଥିବା ବେଳେ  ବିଭିନ୍ନ ଜିନିଷପତ୍ର ବୋଝେଇ ହୋଇ ଏକ ଟ୍ରକରେ ଯାଉଥିଲା। ଧାମନଗର ଏସଡିପିଓ ଅଫିସ ସାମ୍ନାରେ ଟ୍ରକଟି ନିଜର ଭାରସାମ୍ୟ ହରାଇ
 ରାସ୍ତା ତଳକୁ ଓଲୋଟି ପଡ଼ିଥିଲା। ଉକ୍ତ ଗାଡ଼ିରେ ଡ୍ରାଇଭର ସମେତ ମୋଟ ୪ ଜଣ ଯାତ୍ରୀ ଥିଲେ। କାହାରି କିଛି ଖେୟକ୍ଷତି ହୋଇ ନ ଥିବା ବେଳେ କିଛି ଜିନିଷପତ୍ର ନଷ୍ଟ ହୋଇଥିବା ନେଇ ଜଣାଯାଇଛି। ତଳ ଦୁମୁକାଠାରେ ଶନିବାର ରାତିରୁ ୩ ରାତି ଧରି ଯାତ୍ରା ପରିବେଷଣ କରିବାକୁ ଥିବା ବେଳେ ଏହି ଦୁର୍ଘଟଣାକୁ ନେଇ ଯାତ୍ରା ପାର୍ଟି କଳାକାରମାନେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଦଶମ ଶ୍ରେଣୀ ନାବାଳିକାଙ୍କୁ ଅପହରଣ କରି କରିଥିଲେ ବଳାତ୍କାର, ମୋବାଇଲ୍‌ ଟ୍ରାକିଂ କରି ଅଭିଯୁକ୍ତଙ୍କୁ ମାଡ଼ି ବସିଲା…

ଦିଗପହଣ୍ଡି, ୪।୪ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ଏକ ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ବରଗଡ଼ରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ, ଖଡ଼ି ଛୁଆଁଇଲେ ଜିଲାପାଳ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ)- ଚଳିତ ଶିକ୍ଷାବର୍ଷରେ ନୂତନ ଛାତ୍ରୀଛାତ୍ରମାନଙ୍କ ନାମଲେଖା ଓ ଖଡ଼ିଛୁଆଁ ପାଇଁ ଶନିବାର ଜିଲାସ୍ତରୀୟ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri