ପୋଲିସ ଡିଜି ଭାବେ ଦାୟିତ୍ୱ ନେଲେ ୱାଇ.ବି ଖୁରାନିଆ

କଟକ,୧୬।୮: ୧୯୯୦ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଯୋଗେଶ ବାହାଦୁର ଖୁରାନିଆ ଶୁକ୍ରବାର ରାଜ୍ୟ ପୋଲିସ ମୁଖ୍ୟାଳୟରେ ନୂତନ ପୋଲିସ ଡିଜି ଭାବେ ବିଧିବଦ୍ଧ ଦାୟିତ୍ୱ ଗ୍ରହଣ କରିଛନ୍ତି। ନବନିଯୁକ୍ତ ପୋଲିସ ଡିଜି ୱାଇ.ବି ଖୁରାନିଆ କଟକ ପୋଲିସ ମୁଖ୍ୟାଳୟରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ ଅନ୍‌ର ଦିଆଯାଇଥିଲା। ପରବର୍ତ୍ତୀ ସମୟରେ ଅତିରିକ୍ତ ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ ଅରୁଣ ସଡଙ୍ଗୀଙ୍କଠାରୁ ଖୁରାନିଆ ଦାୟିତ୍ୱ ଗ୍ରହଣ କହିଥିଲେ।

ସୂଚନା ଯୋଗ୍ୟ, ଖୁରାନିଆ ପୂର୍ବରୁ ଦୌତନଗରୀ ଭୁବନେଶ୍ୱର ଓ କଟକ କମିଶନରେଟ ପୋଲିସ କମିଶନର ଭାବେ କାର୍ଯ୍ୟ କରିଥିଲେ। ଏପରିକି ସେ ନୟାଗଡ଼, ରାଉରକେଲା, ଯାଜପୁର, ମୟୂରଭଞ୍ଜ ଏବଂ ଗଞ୍ଜାମ ଜିଲାର ଏସପି ଭାବେ କାର୍ଯ୍ୟ କରିଥିଲେ। ଏହାଛଡ଼ା ସେ ଉତ୍ତରାଞ୍ଚଳ ଓ ଦକ୍ଷିଣାଞ୍ଚଳ ଡିଆଇଜି ଏବଂ ବିଜୁ ପଟ୍ଟନାୟକ ପୋଲିସ ପ୍ରଶିକ୍ଷଣ ଏକାଡେମୀର ମଧ୍ୟ ନିର୍ଦ୍ଦେଶକ ଦାୟିତ୍ୱ ତୁଲାଇଥିଲେ। ଓଡ଼ିଶା ପୋଲିସ ଡିଜି ଦାୟିତ୍ୱ ନେବା ପୂର୍ବରୁ ଖୁରାନିଆ ବିଏସ୍‌ଏଫର ସ୍ପେଶାଲ ଡିଜ ଭାବେ କାର୍ଯ୍ୟରତ ଥିଲେ।

ତେବେ ବିଏସଏଫ ସ୍ପେଶାଲ ଡିଜି ପଦରୁ ତାଙ୍କୁ ହଟାଯାଇଥିବା ଜାତୀୟ ଗଣମାଧ୍ୟମରେ ରିପୋର୍ଟ ପ୍ରକାଶ ପାଇଥିଲା। ଜମ୍ମୁ-କଶ୍ମିରରେ ଗତ ବର୍ଷେ ମଧ୍ୟରେ ଆତଙ୍କବାଦୀଙ୍କ ଅନୁପ୍ରବେଶ ବୃଦ୍ଧି ପାଇଁ କେନ୍ଦ୍ର ଗୃହ ମନ୍ତ୍ରାଳୟ ଏଭଳି ପଦକ୍ଷେପ ନେଇଥିବା ଚର୍ଚ୍ଚା ହେଉଛି। ବିଏସଏଫ ଡିଜି ନୀତିନ ଅଗ୍ରଓ୍ବାଲଙ୍କୁ ତାଙ୍କ ମୂଳ କ୍ୟାଡର କେରଳ ପଠାଯାଇଥିବା ବେଳେ ସ୍ପେଶାଲ ଡିଜି ଖୁରାନିଆଙ୍କୁ ଓଡ଼ିଶା ପଠାଯାଇଥିବା କୁହାଯାଉଛି।

ଓଡ଼ିଶାରେ ନୂଆ ସରକାର ଆସିଥିବା ବେଳେ ଆଇନ ଶୃଙ୍ଖଳା ସାଙ୍ଗକୁ ଗଞ୍ଜେଇ, ବ୍ରାଉନସୁଗାର ଭଳି ନିଶା ଚୋରାଚାଲାଣ, ସାଇବର କ୍ରାଇମ ଭଳି ଚ୍ୟାଲେଞ୍ଜ ନୂଆ ଡିଜିଙ୍କ ଆଗରେ ରହିବ। ତେବେ କେନ୍ଦ୍ରୀୟ ଡେପୁଟେଶନରେ ଯିବା ପୂର୍ବରୁ ଖୁରାନିଆ ଓଡ଼ିଶାରେ ବିଭିନ୍ନ ଦାୟିତ୍ବରେ ଦକ୍ଷତା ଦେଖାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନିର୍ବାଚନ ଡ୍ୟୁଟିବେଳେ ଓଡ଼ିଆ ଯବାନଙ୍କ ଜୀବନ ଗଲା, ଆଜି ଗାଁରେ ମରଶରୀର ପହଞ୍ଚିବା ପରେ…

ଆନନ୍ଦପୁର,୧ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ପୁଟୁଝରି ଗାଁର ବିଏସ୍‌ଏଫ୍‌ ଯବାନ ଅଜୟ କୁମାର ସୋରେନ (୩୭) ପଶ୍ଚିମବଙ୍ଗ ବାଙ୍କୁଡ଼ାରେ ନିର୍ବାଚନ ଡ୍ୟୁଟି…

ବଂଶଧାରା ଉପରମୁଣ୍ଡରେ ଆନିକଟ ପାଇଁ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କୁ ସ୍ମାରକପତ୍ର, ନିର୍ଭର ପ୍ରତିଶ୍ରୁତି ଦେଇ…

ଗୁଣପୁର,୧ା୫(ସୁଜାତା ପାଢ଼ୀ): ବଂଶଧାରା ନଦୀ ଉପରମୁଣ୍ଡରେ ଆନିକଟ ନିର୍ମାଣ ପାଇଁ ବଂଶଧାରା ଅବବାହିକା ସୁରକ୍ଷା ସମିତି ତରଫରୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ରାୟଗଡ଼ାଗସ୍ତରେ ଥିବା କେନ୍ଦ୍ର ଗ୍ରାମୀଣ ଉନ୍ନୟନ…

କାଳବୈଶାଖୀ ଆଣିଲା ଆଶ୍ୱସ୍ତି: ୪୦ ଡିଗ୍ରୀ ତଳେ ସବୁ ସହର

ଭୁବନେଶ୍ୱର,୧ା୫: ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବର୍ଷା ହୋଇଥିବାରୁ ଲୋକେ ତାତିରୁ ଆଶ୍ୱସ୍ତି ପାଇଛନ୍ତି। ଶୁକ୍ରବାର ମଧ୍ୟାହ୍ନ ୨ଟା ୩୦ ସୁଦ୍ଧା ୪୦ ଡିଗ୍ରୀ ଉପରେ ରାଜ୍ୟର କୌଣସି…

ସାମ୍ପ୍ରତିକ ପରିସ୍ଥିତିରେ ଶ୍ରମିକଙ୍କ ଅବସ୍ଥା ନେଇ ଆଲୋଚନା

ଦିଗପହଣ୍ଡି,୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ଶ୍ରମିକ ସଙ୍ଗଠନ ଏଆଇଟିୟୁସି ଏବଂ ସିଆଇଟିୟୁ ଅନୁବନ୍ଧିତ ଖେମୁଣ୍ଡି ବିଶକର୍ମା ରାଜମିସ୍ତ୍ରୀ ଓ କାରିଗର…

ମନମୁଖୀ କରାଯାଉଛି କର୍ମଚାରୀ ଛଟେଇ: ଟିପିଡବ୍ଲ୍ୟୁଓଡିଏଲ ବିରୋଧରେ ବିକ୍ଷୋଭ

ଲୋଇସିଂହା,୧।୫(ସୁଶାନ୍ତ ବାରିକ):ଟିପିଡବ୍ଲ୍ୟୁଓଡିଏଲର ମନମୁଖୀ ଛଟେଇ ବିରୋଧରେ ୱେଷ୍ଟର୍ଣ୍ଣ ଓଡ଼ିଶା ବିଦ୍ୟୁତ ଶ୍ରମିକ ମହାସଂଘ ତରଫରୁ ଲୋଇସିଂହା ବିଦ୍ୟୁୁତ ସେକ୍ସନରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। ଶୁକ୍ରବାର ବିକ୍ଷୋଭ ପ୍ରଦର୍ଶନର…

ଲେଙ୍ଗୁ ମିଶ୍ର ଛକରୁ ପୁରୁଣା ଜିରାବ୍ରିଜ ରାସ୍ତା ଜବରଦଖଲ: ପୁଣି ଜୋର୍‌ ଧରିଲା ଉଚ୍ଛେଦ ଦାବି

ବରଗଡ,୧।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ବହୁଚର୍ଚ୍ଚିତ ଲେଙ୍ଗୁ ମିଶ୍ର ଛକରୁ ପୁରୁଣା ଜିରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ଦାବି ପୁଣି ତେଜି ଉଠିଛି। ଏହି ଦାବି ନେଇ ବରଗଡ଼…

କାଳବୈଶାଖୀ ପ୍ରଭାବରେ ଭାଙ୍ଗିଲା ଘର କାନ୍ଥ, କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ଦାବି

କଲ୍ୟାଣସିଂହପୁର,୧ା୫(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ଜଗନ୍ନାଥ କଲୋନୀରେ ଗୁରୁବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଦେଖିବାକୁ ମିଳିଛି। ଘର…

କାଳବୈଶାଖୀର ଭୀଷଣ ତାଣ୍ଡବ: ତପ୍ତପାଣିରେ ଘର ଉପରେ ପଡ଼ିଗଲା ଗଛ, ଭିତରେ ଶୋଇଥିଲେ ପରିବାର

ଦିଗପହଣ୍ଡି,୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଧୀନ ବିଭିନ୍ନ ଗ୍ରାମାଞ୍ଚଳରେ ଗୁରୁବାର ରାତି ପ୍ରାୟ ସାଢେ ୧୧ ଟାରୁ ଭୋର ୪…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri