ଭୁବନେଶ୍ୱରରେ ସାଇବର ଠକେଇ :ମାର୍ଚ୍ଚରେ ଲୁଟିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା

ଭୁବନେଶ୍ୱର,୩।୪ (ବ୍ୟୁରୋ) : ଦିନକୁ ଦିନ ସାଇବର ଠକଙ୍କ ଉତ୍ପାତ ଉପରମୁହାଁ ହେଉଛି । ନାନା ସୋସିଆଲ ମିଡିଆକୁ ଅସ୍ତ୍ର କରି ସାଇବର ଠକ ହଜାର ହଜାର ଲୋକଙ୍କୁ ଫସାଇ ଆଖି ପିଛୁଳାଖେ କୋଟି କୋଟି ଟଙ୍କା ଲୁଟି ନେଉଛନ୍ତି । ଯାହାକି ପୋଲିସ ଓ ଲୋକଙ୍କ ପାଇଁ ଚିନ୍ତାର କାରଣ ପାଲଟଛି । ମାର୍ଚ୍ଚରେ ଭୁବନେଶ୍ୱରରୁ ୨ କୋଟି ୨୦ ଲକ୍ଷ ୧୭ ହଜାର ୮୬୯ ଲକ୍ଷ ଟଙ୍କା ଠକି ନେଇଛନ୍ତି ଅଦୃଶ୍ୟ ଠକ । ଯାହା ଭିତରେ ଅନ୍ଲାଇନ ଟ୍ରେଡିଂ ଓ ଇନଭେଷ୍ଟମେଣ୍ଟ ନାଁରେ ୧ କୋଟି ୫୪ ଲକ୍ଷ ୫୮ ହଜାର ୧୨୯ ଟଙ୍କା ଠକେଇ ହୋଇଥିବା ବେଳେ ଓଟିପି, କେୱାଇସି ଓ ଲିଙ୍କ ଜନିତ ୬୫ ଲକ୍ଷ ୫୯ ହଜାର ୭୪୦ ଟଙ୍କା ଚଳୁ ହୋଇଥିବା ଜଣାପଡିଛି । ତେବେ ଠକେଇ ଟଙ୍କାରୁ ମାତ୍ର ୨ ଲକ୍ଷ ୯୪ ହଜାର ୯୯୬ ଟଙ୍କା ସାଇବର କ୍ରାଇମ ଓ ଅର୍ଥନୈତିକ ଅପରାଧ ହେଲ୍ପ ଡେସ୍କର ମିଳିତ ଉଦ୍ୟମରେ ଅଭିଯୋଗକାରୀ ମାନଙ୍କୁ ଫେରସ୍ତ କରାଯାଇଥିବା ବେଳେ ୩୦ ଲକ୍ଷ ୫୫ ହଜାର ୨୮୧ ଟଙ୍କାକୁ ବ୍ଲକ କରାଯାଇ ପାରିଛି । ଏନେଇ ଭୁବନେଶ୍ୱର ସାଇବାର ଥାନା ପକ୍ଷରୁ ସୂଚନା ଦିଆଯାଇଛି ଯେ ଏଥର ଟେଲିଗ୍ରାମ ବ୍ୟବହାର ଜରିଆରେ ଠକେଇ କରାଯାଉଥିବା ନୂଆ ତରିକା ସାମ୍ନାକୁ ଆସିଥିବା ବେଳେ ଅନେକ ଶିକ୍ଷିତ ଲୋକଙ୍କୁ ୱାର୍କ ଫମ ହୋମ ବା ଘରୁ କାମ କରି ରୋଜଗାର କରିବାର ଲୋଭ ଦେଖାଇ ସାଇବର ଠକମାନେ ଠକିଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri