୨୦୨୦ରେ ଆତ୍ମହତ୍ୟା କରିଛନ୍ତି ଏହି ୫ ପ୍ରସିଦ୍ଧ କଳାକାର

୨୦୨୦ ମସିହା ଶେଷ ହେବାକୁ ବସିଲାଣି। ବର୍ଷର ଶେଷ ଅର୍ଥାତ୍‌ ଡିସେମ୍ବର ଆରମ୍ଭ ହୋଇଯାଇଛି। ମହାମାରୀ କରୋନା ଯୋଗୁ ଏହି ବର୍ଷ କାହାପାଇଁ ଭଲ ରହିନାହିଁ। ସମସ୍ତେ କରୋନା ଭୟରେ ଜୀବନ ବିତାଉଛନ୍ତି। ଚଳିତବର୍ଷ ସାଧାରଣ ଲୋକଙ୍କଠାରୁ କଳାକାରଙ୍କ ପର୍ଯ୍ୟନ୍ତ ସମସ୍ତଙ୍କ ପାଇଁ ସବୁଠାରୁ ଖରାପ ବର୍ଷ କହିଲେ ଅତ୍ୟୁକ୍ତି ହେବ ନାହିଁ। ଟିଭି ଇଣ୍ଡଷ୍ଟ୍ରି ଏହି ବର୍ଷ ଅନେକ କଳାକାରଙ୍କୁ ହରାଇଛି। କିଏ ଆତ୍ମହତ୍ୟା କରିଛନ୍ତି ତ ଆଉ କାହାର କରୋନାରେ ମୃତ୍ୟୁ ଘଟିଛି। ଜାଣିବା ସେହିସବୁ କଳାକାରଙ୍କ ବିଷୟରେ…

ମନମିତ ଗ୍ରଓ୍ବୋଲ: ଛୋଟ ପରଦାରେ ପ୍ରସାରିତ ଲୋକପ୍ରିୟ ଧାରାବାହିକ ‘ଆଦସ ସେ ମଜବୁର’ କଳାକାର ମନମିତ ଗ୍ରଓ୍ବୋଲ ମାତ୍ର ୩୨ ବର୍ଷ ବୟସରେ ଆତ୍ମହତ୍ୟା କରିଥିଲେ। ଗତ ମେ’ ୧୫ ତାରିଖରେ ସେ ମୁମ୍ବାଇସ୍ଥିତ ନିଜ ଆପାର୍ଟମେଣ୍ଟରେ ଆତ୍ମହତ୍ୟା କରିଥିଲେ। ଡିପ୍ରେସନ ଯୋଗୁ ସେ ଆତ୍ମହତ୍ୟା କରିଥିବା କୁହାଯାଉଛି।


ପ୍ରେକ୍ଷା ମେହତା: ଟିଭି ଶୋ’ ‘କ୍ରାଇମ୍‌ ପେଟ୍ରୋଲ’, ‘ଲାଲ ଇଶ୍କ’ ଏବଂ ‘ମେରି ଦୁର୍ଗା’ରେ କାମ କରିସାରିଥିବା ଅଭିନେତ୍ରୀ ପ୍ରେକ୍ଷା ମେହତା ମେ’ ୨୫ ତାରିଖରେ ଇନ୍ଦୋରସ୍ଥିତ ନିଜ ଘରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିଲେ।

କୁଶଲ ପଞ୍ଜାବୀ: ଟିଭି ଏବଂ ଫିଲ୍ମ କଳାକାର କୁଶଲ ପଞ୍ଜାବୀ ଗତବର୍ଷ ଶେଷ ଦିନରେ ଆତ୍ମହତ୍ୟା କରିଥିଲେ। ୩୭ ବର୍ଷୀୟ କୁଶଲ ମୃତ୍ୟୁ ପୂର୍ବରୁ ଏକ ସୁଇସାଇଡ୍‌ ନୋଟ୍‌ ଲେଖିଥିଲେ। ତାଙ୍କ ମୃତ୍ୟୁ ପାଇଁ କେହି ଦାୟୀ ନୁହନ୍ତି ବୋଲି କୁଶଲ ସେଥିଲେ ଉଲ୍ଲେଖ କରିଥିଲେ। ଶେଷଥର ପାଇଁ ତାଙ୍କୁ ‘ଇଶ୍କ ମେଁ ମରଜାଓ୍ବା’ରେ ଦେଖିବାକୁ ମିଳିଥିଲା।

ସେଜଲ ଶର୍ମା: ଟିଭି ଶୋ ‘ଦିଲ୍‌ ତୋ ହାପି ହୈ ଜି’ ଫେମ୍‌ ଅଭିନେତ୍ରୀ ସେଜଲ ଶର୍ମା ଚଳିତ ବର୍ଷ ଜାନୁୟାରୀରେ ଆତ୍ମହତ୍ୟା କରିଥିଲେ। ତେବେ ଆଜି ପର୍ଯ୍ୟନ୍ତ ତାଙ୍କ ମୃତ୍ୟୁର କାରଣ ରହସ୍ୟାବୃତ ହୋଇ ରହିଛି।

ସମୀର ଶର୍ମା: ଟିଭି ଶୋ’ ‘କାହାନୀ ଘର ଘର କି’ ଫେମ୍‌ ସମୀର ଶର୍ମା ଗତ ଅଗଷ୍ଟ ୬ରେ ମୁମ୍ବାଇସ୍ଥିତ ନିଜ ଘରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତଦେହ ଜବତ ହେବାର ୨ ଦିନ ପୂର୍ବରୁ ସେ ଆତ୍ମହତ୍ୟା କରିଥିବା ଜଣାପଡ଼ିଥିଲା। ତେବେ ତାଙ୍କ ମୃତ୍ୟୁର କାରଣ ଜଣାପଡ଼ି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri