Posted inଖେଳ

୨୦୨୦ରେ ଆଖିବୁଜିଛନ୍ତି ଏହି ସବୁ ଖେଳାଳି

ଜନ୍ମ ଏବଂ ମୃତ୍ୟୁ ଚିରନ୍ତନ ସତ୍ୟ। କିନ୍ତୁ ୨୦୨୦ରେ ମହାମାରୀ କରୋନା ପାଇଁ ଅନେକ ଲୋକଙ୍କର ମୃତ୍ୟୁ ଘଟିଛି। ଏହି ବର୍ଷ ଆମକୁ ଏତେ ଖରାପ ଅନୁଭୂତି ଦେଇଛି, ଯାହାକୁ ଭୁଲିବା ମଧ୍ୟ କଷ୍ଟକର। ଏହି ବର୍ଷ ଅନେକ ବଡ଼ ବଡ଼ ଖେଳାଳିଙ୍କ ମୃତ୍ୟୁ ଘଟିଛି। କାହାର କରୋନା ଯୋଗୁ ମୃତ୍ୟୁ ଘଟିଛି ତ ଆଉ କାହାର ରୋଗରେ ପୀଡିତ ଯୋଗୁ। ତେବେ ଚଳିତ ବର୍ଷ ଆଖିବୁଜିଥିବା ଖେଳାଳିଙ୍କ ବିଷୟରେ ଜାଣିବା।
ଚୁନି ଗୋସ୍ବାମୀ: ଚୁନି ଯିଏକି ନିଜର ଅଧିନାୟକତ୍ୱରେ ଭାରତୀୟ ଫୁଟବଲ ଦଳକୁ ୧୯୬୨ ମସିହାରେ ଏସୀୟ ଗେମ୍ସରେ ସ୍ବର୍ଣ୍ଣପଦକ ହାସଲ କରିଥିଲେ। ଚଳିତ ବର୍ଷ ଏପ୍ରିଲରେ ହାର୍ଟଆଟାକ୍‌ରେ ତାଙ୍କର ମୃତ୍ୟୁ ଘଟିଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା।
ଚେତନ ଚୌହାନ: ପୂର୍ବତନ କ୍ରିକେଟର ତଥା ୟୁପି ସରକାରର ମନ୍ତ୍ରୀ ଥିବା ଚେତନ ଚୌହ୍ବାନ ମହାମାରୀ କରୋନାରେ ଆକ୍ରାନ୍ତ ହେବା ପରେ ସୁସ୍ଥ ହୋଇଥିଲେ। ମାତ୍ର ଏହା ପରଠାରୁ ତାଙ୍କ ସ୍ବାସ୍ଥ୍ୟବସ୍ଥା ସବୁ ସମୟରେ ଖରାପ ହେବାକୁ ଲାଗିଲା। ଦିଲ୍ଲୀର ଏକ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ କିଡ୍‌ନୀ ଫେଲ୍‌ ଯୋଗୁ ତାଙ୍କର ଅଗଷ୍ଟ ୬ ତାରିଖରେ ମୃତ୍ୟୁ ଘଟିଥିଲା।
ଡିଏଗୋ ମାରାଡୋନା: ବିଶ୍ୱର ପ୍ରସିଦ୍ଧ ତଥା ସଫଳ ଫୁଟବଲ ଖେଳାଳି ଡିଏଗୋ ମାରାଡୋନାଙ୍କର ନଭେମ୍ବର ୨୫ରେ ମୃତ୍ୟୁ ଘଟିଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୬୦ ବର୍ଷ ହୋଇଥିଲା। ହାର୍ଟଆଟାକ୍‌ ଯୋଗୁ ତାଙ୍କର ମୃତ୍ୟୁ ଘଟିଥିବା କୁହାଯାଉଛି।
କୋବେ ବ୍ରାୟଣ୍ଟ: ଆମେରିକାର ପୂର୍ବତନ ବାସ୍କେଟବର ଖେଳାଳି କୋବେଙ୍କର ଚଳିତ ବର୍ଷ ହେଲିକପ୍ଟର ଦୁର୍ଘଟଣାରେ ମୃତ୍ୟୁ ଘଟିଥିଲା। ତାଙ୍କର ପ୍ରାଇଭେଟ୍‌ ହେଲିକପ୍ଟର କାଲିଫର୍ଣ୍ଣିଆରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ କୋବେଙ୍କ ସହ ତାଙ୍କର ୧୩ ବର୍ଷର ଝିଅର ମଧ୍ୟ ମୃତ୍ୟୁ ଘଟିଥିଲା।
ବଲବୀର ସିଂହ ସିନିୟର: ଭାରତର ଜାତୀୟ ଖେଳ ହକିକୁ ଏକ ନୂତନ ସ୍ତରକୁ ନେଇଯାଇଥିବା ବଲବୀର ସିଂଙ୍କର ଚଳିତ ବର୍ଷ ମୃତ୍ୟୁ ଘଟିଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୯୬ ବର୍ଷ ହୋଇଥିଲା।
ରାଜିନ୍ଦର ଗୋୟଲ: ଭାରତୀୟ କ୍ରିକେଟର କିମ୍ବଦନ୍ତୀ ସ୍ପିନର ରାଜିନ୍ଦର ଗୋୟଲଙ୍କର ଚଳିତ ବର୍ଷ ଜୁନ୍‌ରେ ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୭ ବର୍ଷ ବୟସରେ ମୃତ୍ୟୁ ଘଟିଥିଲା।
ଡିନ ଜୋନ୍ସ: ଅଷ୍ଟ୍ରେଲିୟାର ପୂର୍ବତନ କ୍ରିକେଟର ଡିନ୍‌ ଜୋନ୍ସଙ୍କର ଚଳିତ ବର୍ଷ ହୃଦ୍‌ଘାତରେ ମୃତ୍ୟୁ ଘଟିଥିଲା। ମୃତ୍ୟୁ ବେଳକୁ ତାଙ୍କୁ ୫୯ ବର୍ଷ ହୋଇଥିଲା।

ପାଓଲୋ ରୋଜି: ଇଟାଲୀର କିମ୍ବଦନ୍ତୀ ଫୁଟବଲର ପାଓଲୋଙ୍କର ଚଳିତ ବର୍ଷ ୬୪ ବର୍ଷରେ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri