ବର୍ଷର ପ୍ରଥମ ସୂର୍ଯ୍ୟ ପରାଗ ଗୁରୁବାର, ୧୦ ବର୍ଷ ପରେ ହାଇବ୍ରିଡ୍‌ ପରାଗ, ଭାରତରେ ପାଳନ ହେବନି ସୂତକ…

ନୂଆଦିଲ୍ଲୀ,୧୯।୪ : ବର୍ଷର ପ୍ରଥମ ସୂର୍ଯ୍ୟ ପରାଗ ୨୦ ଏପ୍ରିଲ ଗୁରୁବାର ହେବ। ହିନ୍ଦୁ କ୍ୟାଲେଣ୍ଡର ଅନୁଯାୟୀ ଏହି ଚନ୍ଦ୍ରଗ୍ରହଣ ବୈଶାଖ ମାସର ଅମାବାସ୍ୟା ଦିନ ହେବ। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ ସୂର୍ଯ୍ୟପରାଗର ବିଶେଷ ମହତ୍ତ୍ୱ ରହିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ,୨୦୨୩ବର୍ଷର ଏହି ସୂର୍ଯ୍ୟ ପରାଗ ଅନୁଯାୟୀ ସୂର୍ଯ୍ୟ ନିଜର ଉଚ୍ଚ ରାଶି ମେଷରେ ରହିବେ।
ଭାରତୀୟ ସମୟ ଅନୁଯାୟୀ, ଏହି ସୂର୍ଯ୍ୟପରାଗ ସକାଳ ୭ଟା ୪ରୁ ଆରମ୍ଭ ହୋଇ ମଧ୍ୟାହ୍ନ ୧୨ଟା ୨୯ ପର୍ଯ୍ୟନ୍ତ ଚାଲିବ। ଏହି ସୂର୍ଯ୍ୟ ଗ୍ରହଣର ସମୁଦାୟ ଅବଧି ୫ ଘଣ୍ଟା ୨୪ ମିନିଟ ପାଇଁ ରହିବ ।

ଏହା ଭାରତକୁ ଦୃଶ୍ୟମାନ ହେବ ନାହିଁ। ଭାରତର ଲୋକମାନେ ସୂର୍ଯ୍ୟ ପରାଗର ଦୃଶ୍ୟ ଦେଖି ପାରିବେ ନାହିଁ। ଏହି ସୂର୍ଯ୍ୟ ପରାଗ ଅଷ୍ଟ୍ରେଲିଆ ସମେତ ଅନେକ ଦେଶରେ ଦେଖିବାକୁ ମିଳିବ। ଏହା ଚାଇନା, ଥାଇଲାଣ୍ଡ, ଆମେରିକା, ମାଲେସିଆ, ଜାପାନ, ନ୍ୟୁଜିଲାଣ୍ଡ, ଭାରତ ମହାସାଗରୀୟ ଅଞ୍ଚଳ, ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳ ଆଦିଠାରେ ଦୃଶ୍ୟମାନ ହେବ।

ଭାରତରେ ଏହା ଦୃଶ୍ୟମାନ ନ ହେବା କାରଣରୁ କୌଣସି ସୂତକ ପାଳନ କରାଯିବ ନାହିଁ । ଶାସ୍ତ୍ର ଅନୁଯାୟୀ, ଯେଉଁଠାରେ ସୂର୍ଯ୍ୟ ପରାଗର ପ୍ରଭାବ ଥାଏ, ସେଠାରେ ସୂତକ ସମୟ ପାଳନ କରାଯାଇଥାଏ। ଏହି କାରଣରୁ ସୂତକ ଅବଧି ଭାରତରେ ପାଳନ ହେବ ନାହିଁ। ସୂର୍ଯ୍ୟ ପରାଗ ସମୟରେ ସୂତକ ଅବଧି ପରାଗର ୧୨ ଘଣ୍ଟା ପୂର୍ବରୁ ଆରମ୍ଭ ହୋଇ ପରାଗ ଶେଷ ପର୍ଯ୍ୟନ୍ତ ରହିଥାଏ। ଏପ୍ରିଲ ୨୦ ପରେ, ବର୍ଷର ଦ୍ୱିତୀୟ ସୂର୍ଯ୍ୟପରାଗ ଅକ୍ଟୋବର ୧୪ ରେ ଘଟିବ। ଏହା ମଧ୍ୟ ଭାରତକୁ ଦୃଶ୍ୟମାନ ହେବ ନାହିଁ।
ଏହି ପରାଗ ସ୍ବତନ୍ତ୍ର ହେବ। ଏହା ଏକ କଙ୍କଣାକୃତି ସୂର୍ଯ୍ୟ ପରାଗ ହେବ। ଜ୍ୟୋର୍ତିବିଜ୍ଞାନଙ୍କ ଅନୁଯାୟୀ, କଙ୍କଣାକୃତି ସୂର୍ଯ୍ୟ ପରାଗ ଏକ ପ୍ରକାର ହାଇବ୍ରିଡ ପରାଗ। ଯେଉଁଥିରେ ପରାଗ ଏକ କୁଣ୍ଡଳାକାର ଭାବରେ ଆରମ୍ଭ ହୁଏ, ତା’ପରେ ଧୀରେ ଧୀରେ ଏହା ଏକ ପୂର୍ଣ୍ଣ ସୂର୍ଯ୍ୟ ପରାଗରେ ପରିଣତ ହୁଏ ଏବଂ ତା’ପରେ ପୁଣି ଏକ କୁଣ୍ଡଳାକାର ପରାଗରେ ପରିଣତ ହୁଏ। ଏହାପୂର୍ବରୁ, ୨୦୧୩ରେ ଏହି ପ୍ରକାରର କଙ୍କଣାକୃତି ସୂର୍ଯ୍ୟ ପରାଗ ଦେଖିବାକୁ ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

ମାସରେ ୩୦ ଦିନରୁ ୧୪ ଦିନ ବ୍ୟାଙ୍କ୍ ସେବା ବନ୍ଦ; ଜାଣି ନିଅନ୍ତୁ କେମିତି କରିବେ ଟଙ୍କା ଜମା..

ନୂଆଦିଲ୍ଲୀ,୩୧।୩: ଯଦି ଆପଣଙ୍କର ବ୍ୟାଙ୍କ କାମ ବାକି ଅଛି ଏବଂ ଆପଣ ଏହାକୁ ଆସନ୍ତା ମାସରେ ସମାପ୍ତ କରିବାକୁ ଚିନ୍ତା କରୁଛନ୍ତି, ତେବେ ଅପେକ୍ଷା କରନ୍ତୁନାହିଁ! ଏପ୍ରିଲ…

ବୈଭବ ସୂର୍ଯ୍ୟବଂଶୀ କାହିଁକି ତାଙ୍କ ଜନ୍ମଦିନର କେକ କାଟିଲେ ନାହିଁ? CSK ହାରିବା ପରେ କହିଲେ ପ୍ରକୃତ କାରଣ

ନୂଆଦିଲ୍ଲୀ,୩୧।୩: ୨୦୨୬ ଆଇପିଏଲ ସିଜିନରେ, ରାଜସ୍ଥାନ ରୟାଲ୍ସ CSK ବିପକ୍ଷରେ ସେମାନଙ୍କର ପ୍ରଥମ ମ୍ୟାଚ ୮ ୱିକେଟରେ ଜିତିଥିଲା। ଏହି ଖେଳରେ, RR ର ଯୁବ ସେନସେସନ,…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri