Posted inଜାତୀୟ

ୟେଚୁରୀ କ୍ରମାଗତ ତୃତୀୟ ଥର ସାଧାରଣ ସମ୍ପାଦକ

କନ୍ନୁର,୧୧।୪: କେରଳର କନ୍ନୁରଠାରେ ରବିବାର ସିପିଆଇ(ଏମ୍‌)ର ୨୩ତମ ପାର୍ଟି କଂଗ୍ରେସର ଶେଷ ଦିନରେ ସୀତାରାମ ୟେଚୁରୀଙ୍କୁ କ୍ରମାଗତ ତୃତୀୟ ଥର ପାଇଁ ଦଳର ସାଧାରଣ ସମ୍ପାଦକ ନିର୍ବାଚିତ କରାଯାଇଛି। ପଶ୍ଚିମବଙ୍ଗର ବରିଷ୍ଠ ନେତା ରାମଚନ୍ଦ୍ର ଡୋମ୍‌ ପ୍ରଥମ ଦଳିତ ଚେହେରା ଭାବେ ପଲିଟ୍‌ବ୍ୟୁରୋକୁ ନିର୍ବାଚିତ ହୋଇଛନ୍ତି। ଦଳର କେନ୍ଦ୍ରୀୟ କମିଟି ଏବଂ ପଲିଟ୍‌ବ୍ୟୁରୋ ସଦସ୍ୟ ହେବା ପାଇଁ ସର୍ବୋଚ୍ଚ ବୟସସୀମା ୭୫ ବର୍ଷ ଧାର୍ଯ୍ୟ ହୋଇଥିବାରୁ ଏହାକୁ ଅତିକ୍ରମ କରିଥିବା ବା ନିକଟତର ହୋଇଥିବା ନେତାମାନଙ୍କୁ ଉଭୟ କମିଟିରୁ ବାଦ୍‌ ଦିଆଯାଇଛି। ଏହା ବ୍ୟତୀତ କେନ୍ଦ୍ରୀୟ କମିଟି ସଦସ୍ୟ ସଂଖ୍ୟା ୯୫ରୁ ୮୫କୁ ହ୍ରାସ ପାଇଛି। ଏଥିରେ ୧୭ ଜଣ ନୂଆ ମୁହଁ ସାମିଲ ହୋଇଛନ୍ତି। ସେହିପରି ୧୭ ସଦସ୍ୟ ବିଶିଷ୍ଟ ପଲିଟ୍‌ବ୍ୟୁରୋକୁ ଡୋମ୍‌ଙ୍କ ବ୍ୟତୀତ କେରଳ ଏଲ୍‌ଡିଏଫ୍‌ ଆବାହକ ଏ. ବିଜୟରାଘବନ, ଅଖିଳ ଭାରତ କିଷାନ ସଭା ଅଧ୍ୟକ୍ଷ ଅଶୋକ ଧଓ୍ବଲେ ନିର୍ବାଚିତ ହୋଇଥିବାବେଳେ ବୟସାଧିକ୍ୟ କାରଣରୁ ଏସ୍‌. ରାମଚନ୍ଦ୍ରନ ପିଲ୍ଲାଇ, ହନ୍ନନ ମୋଲ୍ଲା ଏବଂ ବିମାନ ବସୁ ବାଦ୍‌ ପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟଲଣା ଘାଟିରେ ଓଲଟିଲା ପିକ୍ଅପ୍, ୮ ଶ୍ରମିକ….

ଗୁଣପୁର,୨୧।୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକର ପୁଟାସିଂ ଥାନା ଅନ୍ତର୍ଗତ ଟଲଣା ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଭାରସାମ୍ୟ ହରାଇ ଓଲଟିଲା ଶ୍ରମିକ ବୋଝୋଇ…

୬ ଘଣ୍ଟାରେ ଜେଲକୁ ଫେରିଲେ ଇମ୍ରାନ, ହସ୍ପିଟାଲରେ ହେଲା….

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କ ଅଡୁଆ କମିବାର ନାଁ ନେଉନାହିଁ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ତାଙ୍କୁ କଡ଼ା ସୁରକ୍ଷା ମଧ୍ୟରେ ଇସଲାମାବାଦର ଶିଫା…

ଯୁବତୀଙ୍କ ଉପରେ କାର ମାଡ଼ିଦେଲେ ସାଂସଦଙ୍କ ପୁଅ: ଆଉ ତା’ପରେ ଘଟିଲା…

ହାଇଦ୍ରାବାଦ,୨୧।୮:ହାଇଦ୍ରାବାଦରେ ଏକ ଆଷ୍ଟନ ମାର୍ଟିନ କାର ଧକ୍କା ଦେବାରୁ ଜଣେ ୨୬ ବର୍ଷୀୟା ଯୁବତୀଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରାଜ୍ୟ ସଭା ସାଂସଦ ଲିଙ୍ଗାମନେନି ରମେଶଙ୍କ…

ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବାବେଳେ ଘରୁ ଶୁଭିଲା ଚିତ୍କାର: ଆଉ ତା’ପରେ ଘଟିଲା..

ଦେବଗଡ,୨୧୮(ଶଶାଙ୍କ ଶେଖର ଝାଙ୍କର): ବାରକୋଟ ଥାନାଞ୍ଚଳ ଗୁରୁସଙ୍ଗ ଗ୍ରାମରେ ବାର୍‌ହା ଶିକାର ପାଇଁ ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟି ୨ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା…

ରୁଫ୍‌ଟପ୍ ସୋଲାର ସ୍ଥାପନରେ ଓଡ଼ିଶାର ବଡ଼ ସଫଳତା, ଦେଶରେ ୭ମ ସ୍ଥାନ

ଭୁବନେଶ୍ୱର, ୨୧।୮: ‘ପିଏମ୍‌ ସୂର୍ଯ୍ୟଘର ମୁଫ୍‌ତ ବିଜ୍‌ଲି’ ଯୋଜନା ଅଧୀନରେ ରୁଫ୍‌ଟପ୍‌ ସୋଲାର ସ୍ଥାପନ କ୍ଷେତ୍ରରେ ଓଡ଼ିଶା ଜାତୀୟସ୍ତରରେ ୧୩ତମ ସ୍ଥାନରୁ ୭ମ ସ୍ଥାନକୁ ଉନ୍ନୀତ ହୋଇଛି…

ଆର୍‌ଏସ୍‌ଏସ୍‌ ବିରୋଧରେ ପ୍ରତିବନ୍ଧକ ଲଗାଅ: ଆମେରିକୀୟ ସଂସ୍ଥା

ଓ୍ବାଶିଂଟନ,୨୧।୮(ପି.ଟି.): ଆମେରିକାର ଏକ ଧାର୍ମିକ ସ୍ବାଧୀନ ପରାମର୍ଶଦାତା ସଂସ୍ଥାର ଅଧିକାରୀମାନେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌) ବିରୋଧରେ ପ୍ରତିବନ୍ଧକ ଲଗାଇବାକୁ ଦାବି କରିଛନ୍ତି । ଏଥିସହ ସେମାନେ…

ଖାଉଟିଙ୍କୁ ମହଙ୍ଗା ମାଡ଼: ହୁ ହୁ ହୋଇ ବଢୁଛି ଚିନି ଦର

ଭୁବନେଶ୍ୱର, ୨୧ା୮(ବନ୍ଦନା ସେଠୀ):ରାଜ୍ୟରେ ଗତ କିଛିଦିନ ଧରି ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ ଓ ପନିପରିବା ଦର ହୁ ହୁ ହୋଇ ବଢ଼ିଚାଲିଛି। ପିଆଜ, ରସୁଣ, ଅଦା ଓ…

ଇମ୍ରାନ ଖାନଙ୍କୁ ନେଇ ବଡ଼ ଖବର, ରାତିଅଧରେ ହସ୍ପିଟାଲରେ ଭର୍ତ୍ତି

ଇସଲାମାବାଦ,୨୧।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଇସଲାମାବାଦସ୍ଥିତ ଶିଫା ଇଣ୍ଟରନ୍ୟାସନାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ରାତି ପ୍ରାୟ ୧ଟା ୫ ମିନିଟ୍‌ରେ ତାଙ୍କୁ ଅଦିଆଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri