Posted inଜାତୀୟ

ମୋଦିଙ୍କ ଶିକାର ହେଲେ ୟେଦୁରପ୍ପା: କଂଗ୍ରେସ

ନୂଆଦିଲ୍ଲୀ,୨୬ ।୭: କର୍ନାଟକ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ବିଏସ୍ ୟେଦୁରପ୍ପା । ଏବେ ଏହାକୁ ନେଇ ବିରୋଧି କଂଗ୍ରେସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛି । କଂଗ୍ରେସ କହିଛି ୟେଦୁରପ୍ପା ମୋଦିଙ୍କ ଶିକାର ହେଲେ । ତାଙ୍କୁ ଜବରଦସ୍ତ ସେବାନିବୃତ୍ତି କ୍ଲବରେ ସାମିଲ କରାଗଲା । କଂଗ୍ରେସ ମହାସଚିବ ତଥା କର୍ନାଟକ ପ୍ରଭାରୀ ରଣଦୀପ ସୁରଜେୱାଲା ଏହା ଦାବି କରିଛନ୍ତି ଯେ ଚେହେରା ବଦଳିଲେ କର୍ନାଟକରେ ଭାରତୀୟ ଜନତା ପାର୍ଟି(ଭାଜପା)ର ଭ୍ରଷ୍ଟ ଚରିତ୍ର କେବେ ବଦଳିବ ନାହିଁ । ସେ ଟୁଇଟ୍ କରି ଏହା କହିଛନ୍ତି । ସତ ହେଉଛି ମୋଦି ବରିଷ୍ଠ ଭାଜପା ନେତାଙ୍କୁ ଅପମାନିତ କରୁଛନ୍ତି ଓ ଇତିହାସର ଅଳିଆ ଗଦାରେ ଫିଙ୍ଗି ଦେଉଛନ୍ତି । ସୁରଜେୱାଲା ଆହୁରି ମଧ୍ୟ ମୋଦିଙ୍କୁ ଟାର୍ଗେଟ କରି କହିଛନ୍ତି, ମୋଦିଙ୍କ ରେକର୍ଡ ରହିଛି ସେ ଲାଲ କୃଷ୍ଣ ଆଡଭାନୀ, ମୁରଲି ମନୋହର ଯୋଶୀ, କେଶୁଭାଇ ପଟେଲ, ଶାନ୍ତା କୁମାର, ୟଶବନ୍ତ ସିହ୍ନା ସମେତ ଆହୁରି କେତେଜଣ ନେତାଙ୍କୁ ଜବରଦସ୍ତ ସେବା ନିବୃତ୍ତି କରାଇ ଦେଲେ । ସେ ଆହୁରି ମଧ୍ୟ କହିଛନ୍ତି ମୋଦିଙ୍କ ଟାର୍ଗେଟରେ ତାଜା ଶିକାର ହେବାକୁ ଯାଉଛନ୍ତି ହର୍ଷବର୍ଦ୍ଧନ,ରବିଶଙ୍କର ପ୍ରସାଦ ଓ ସୁଶୀଲ ମୋଦି ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri