Posted inଜାତୀୟ

କର୍ନାଟକ ନିର୍ବାଚନରେ ୟେଦୁରପ୍ପା ରହିବେ ଭାଜପାର ପୋଷ୍ଟର ବୟ

ବେଙ୍ଗାଲୁରୁ,୨୭।୨: କର୍ନାଟକର ୪ଥର ଥିବା ମୁଖ୍ୟମନ୍ତ୍ରୀ ଥିବା ତଥା ଭାଜପାର ବରିଷ୍ଠ ନେତା ବି.ଏସ୍‌ ୟେଦୁରପ୍ପାଙ୍କୁ ୮୦ ବର୍ଷ ବୟସ ହେଲାଣି। ଏହାସତ୍ତ୍ୱେ ମଧ୍ୟ ସେ ଚଳିତ ଥର ରାଜ୍ୟରେ ଭାଜପାର ପୋଷ୍ଟର ବୟ ହୋଇ ରହିବେ। କିଛି ଏଭଳି ସୂଚନା ମିଳିଛି ପ୍ରଧାନମନ୍ତ୍ରୀଙ୍କଠାରୁ। ୟେଦୁରପ୍ପାଙ୍କ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଭଳି ପ୍ରଶଂସା କରିଛନ୍ତି ସେଥିରୁ କିଛି ଏଭଳି ସଙ୍କେତ ମିଳୁଥିବା ଜଣାପଡ଼ିଛି। ସୂଚନା ମୁତାବକ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କନର୍ର୍ାଟକର ଶିବମୋଗା ବିମାନବନ୍ଦରର ଉଦ୍‌ଘାଟନ କରିବା ପରେ ଏକ ସାଧାରଣସଭାକୁ ସମ୍ବୋଧିତ କରିଥିଲେ। ଏହି ସମୟରେ ସେ ବି.ଏସ୍‌ ୟେଦୁରପ୍ପାଙ୍କୁ ବହୁ ପ୍ରଶଂସା କରିଥିଲେ। ଏହାପୂର୍ବରୁ ମୋଦି ନତମସ୍ତକ ହୋଇ ତାଙ୍କୁ ଅଭିବାଦନ ଜଣାଇଥିଲେ। ୟେଦୁରପ୍ପା ଗରିବ ଏବଂ କୃଷକଙ୍କ କଲ୍ୟାଣ ପାଇଁ ତାଙ୍କର ସମସ୍ତ ଜୀବନକୁ ଉତ୍ସର୍ଗ କରିଛନ୍ତି ବୋଲି ମୋଦି କହିଛନ୍ତି। ୟେଦୁରପ୍ପାଙ୍କୁ ପ୍ରଶଂସା କରିବାରେ ମୋଦି ଏତିକିରେ ଅଟକି ଯାଇ ନ ଥିଲେ। ସାଧାରଣ ସଭାରେ ଉପସ୍ଥିତ ଥିବା ସମସ୍ତ ଲୋକଙ୍କୁ ସେ ଏକ ଆବେଦନ କରିଥିଲେ, ଯାହାକୁ ଦେଖି ୟେଦୁରପ୍ପା ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ୟେଦୁରପ୍ପାଙ୍କ ସମ୍ମାନରେ ନରେନ୍ଦ୍ର ମୋଦି ଲୋକଙ୍କୁ ନିଜ ମୋବାଇଲର ଫ୍ଲାସ ଲାଇଟ୍‌ ଲଗାଇବାକୁ କହିଥିଲେ ଏବଂ ଲୋକମାନେ ମଧ୍ୟ ସେଭଳି କରିଥିଲେ। ତେବେ ଗୋଟିଏ ପଟକୁ ଦେଖିଲେ ଏହା ଆଗାମୀ ବିଧାନସଭା ନିର୍ବାଚନରେ ୟେଦୁରପ୍ପାଙ୍କ ଗୁରୁତ୍ୱକୁ ଦର୍ଶାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଗଣତନ୍ତ୍ର ପାଇଁ ବିଜୟର ଦିନ:ମୋଦି

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ପ୍ରଚାର ଚାଲିଛି। ତୃତୀୟ ପର୍ଯ୍ୟାୟରେ ବିହାରର ଅରାରିଆରେ ଏକ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି।...

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ...

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri