Posted inଜାତୀୟ

କର୍ନାଟକ ନିର୍ବାଚନରେ ୟେଦୁରପ୍ପା ରହିବେ ଭାଜପାର ପୋଷ୍ଟର ବୟ

ବେଙ୍ଗାଲୁରୁ,୨୭।୨: କର୍ନାଟକର ୪ଥର ଥିବା ମୁଖ୍ୟମନ୍ତ୍ରୀ ଥିବା ତଥା ଭାଜପାର ବରିଷ୍ଠ ନେତା ବି.ଏସ୍‌ ୟେଦୁରପ୍ପାଙ୍କୁ ୮୦ ବର୍ଷ ବୟସ ହେଲାଣି। ଏହାସତ୍ତ୍ୱେ ମଧ୍ୟ ସେ ଚଳିତ ଥର ରାଜ୍ୟରେ ଭାଜପାର ପୋଷ୍ଟର ବୟ ହୋଇ ରହିବେ। କିଛି ଏଭଳି ସୂଚନା ମିଳିଛି ପ୍ରଧାନମନ୍ତ୍ରୀଙ୍କଠାରୁ। ୟେଦୁରପ୍ପାଙ୍କ ଜନ୍ମଦିନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁଭଳି ପ୍ରଶଂସା କରିଛନ୍ତି ସେଥିରୁ କିଛି ଏଭଳି ସଙ୍କେତ ମିଳୁଥିବା ଜଣାପଡ଼ିଛି। ସୂଚନା ମୁତାବକ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କନର୍ର୍ାଟକର ଶିବମୋଗା ବିମାନବନ୍ଦରର ଉଦ୍‌ଘାଟନ କରିବା ପରେ ଏକ ସାଧାରଣସଭାକୁ ସମ୍ବୋଧିତ କରିଥିଲେ। ଏହି ସମୟରେ ସେ ବି.ଏସ୍‌ ୟେଦୁରପ୍ପାଙ୍କୁ ବହୁ ପ୍ରଶଂସା କରିଥିଲେ। ଏହାପୂର୍ବରୁ ମୋଦି ନତମସ୍ତକ ହୋଇ ତାଙ୍କୁ ଅଭିବାଦନ ଜଣାଇଥିଲେ। ୟେଦୁରପ୍ପା ଗରିବ ଏବଂ କୃଷକଙ୍କ କଲ୍ୟାଣ ପାଇଁ ତାଙ୍କର ସମସ୍ତ ଜୀବନକୁ ଉତ୍ସର୍ଗ କରିଛନ୍ତି ବୋଲି ମୋଦି କହିଛନ୍ତି। ୟେଦୁରପ୍ପାଙ୍କୁ ପ୍ରଶଂସା କରିବାରେ ମୋଦି ଏତିକିରେ ଅଟକି ଯାଇ ନ ଥିଲେ। ସାଧାରଣ ସଭାରେ ଉପସ୍ଥିତ ଥିବା ସମସ୍ତ ଲୋକଙ୍କୁ ସେ ଏକ ଆବେଦନ କରିଥିଲେ, ଯାହାକୁ ଦେଖି ୟେଦୁରପ୍ପା ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ୟେଦୁରପ୍ପାଙ୍କ ସମ୍ମାନରେ ନରେନ୍ଦ୍ର ମୋଦି ଲୋକଙ୍କୁ ନିଜ ମୋବାଇଲର ଫ୍ଲାସ ଲାଇଟ୍‌ ଲଗାଇବାକୁ କହିଥିଲେ ଏବଂ ଲୋକମାନେ ମଧ୍ୟ ସେଭଳି କରିଥିଲେ। ତେବେ ଗୋଟିଏ ପଟକୁ ଦେଖିଲେ ଏହା ଆଗାମୀ ବିଧାନସଭା ନିର୍ବାଚନରେ ୟେଦୁରପ୍ପାଙ୍କ ଗୁରୁତ୍ୱକୁ ଦର୍ଶାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇ୨୦ରୁ ପ୍ରିମିୟମ ପେଟ୍ରୋଲ ଆଡ଼କୁ ମୁହାଁଉଛନ୍ତି ଖାଉଟି, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୧ା୭: ଇଥାନଲ ମିଶ୍ରିତ ଇ୨୦ ପେଟ୍ରୋଲ ବ୍ୟବହାରକୁ ନେଇ ଖାଉଟି ସ୍ତରରେ ଚିନ୍ତା ବଢ଼ିବା ପରେ ଏବେ ଦିଲ୍ଲୀ ସମେତ ବିଭିନ୍ନ ସହରରେ ଗାଡ଼ି ମାଲିକମାନେ ବିକଳ୍ପ…

ରାଜଧାନୀରୁ ନକଲି ପୋଲିସକୁ ଗିରଫକଲା ଅସଲି ପୋଲିସ: ୫ ବର୍ଷରେ ଗିରଫ ହେଲେଣି ୪୫

ଭୁବନେଶ୍ୱର,୧୧।୭(ତ୍ରିନାଥ ମହାନ୍ତି):ରାଜଧାନୀରୁ ପୁଣି ଗିରଫ ହୋଇଛନ୍ତି ଆଉ ଜଣେ ନକଲି ପୋଲିସ ଅଫିସର। ନିଜକୁ ଆଡିଶନାଲ ଏସ୍‌ପି ପରିଚୟ ଦେଇ ଧମକାଇବା ସହ ଠକୁଥିଲେ। ପୁରୁଣା ଏକ…

ଷଣ୍ଢକୁ ହାଣି ଜେଲ ଗଲେ ଯବାନ: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ରାଜନଗର,୧୧ା୭ (ଭାସ୍କର ରାଉତରାୟ): ବିଲରେ ଷଣ୍ଢ ପଶିଲା ବୋଲି ଷଣ୍ଢକୁ ଖଣତିରେ ବାଡ଼େଇବା ସହ କଟୁରିରେ ହାଣି ଜଣେ ଯବାନ ହତ୍ୟା କରିଛନ୍ତି। ଏଥିରେ ଅନ୍ୟ ଗୋଟିଏ…

ଝିଅକୁ ବଳାତ୍କାର କଲେ ମା’ଙ୍କ ପୁରୁଷବନ୍ଧୁ, ଗର୍ଭବତୀ ହେବା ପରେ…

ଭୁବନେଶ୍ୱର,୧୧ା୭(ତ୍ରିନାଥ ମହାନ୍ତି): ରାଜଧାନୀରେ ପୁଣି ଜଣେ ୧୪ ବର୍ଷର ନାବାଳିକାଙ୍କୁ ଜଣେ ୪୨ ବର୍ଷୀୟ ବ୍ୟକ୍ତି ବଳାକତ୍ାର କରିଥିବା ଘଟଣା ପଦାକୁ ଆସିଛି। ଧଉଳି ଥାନା ଅଞ୍ଚଳରେ…

ଛାତ୍ରୀଛାତ୍ରଙ୍କୁ ଫେରସ୍ତ ହେବ ନାମଲେଖା ଫି’: ବ୍ଲକ୍‌ ଗ୍ରାଣ୍ଟ୍‌ କଲେଜକୁ ସରକାର ଦେବେ ଟଙ୍କା

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ):କେଜିରୁ ପିଜି ମାଗଣା ଶିକ୍ଷା ପାଇଁ ସରକାର ନିଷ୍ପତ୍ତି ନେବା ପରେ ମଧ୍ୟ ଅନେକ ଶିକ୍ଷାନୁଷ୍ଠାନରେ ନାମଲେଖା ସମୟରେ ଫି’ ନିଆଯାଉଥିବା ଅଭିଯୋଗ ହୋଇଛି। ଏ…

ଭିତରକନିକାରେ ୯୨ ବଉଳା କୁମ୍ଭୀର ବସା ଚିହ୍ନଟ

ରାଜନଗର,୧୧ା୭(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ଭିତରକନିକାର ସୁଦ୍ଧା ନଦୀ, ନାଳରେ ବାସ କରୁଥିବା ବିରଳ ବଉଳା କୁମ୍ଭୀରଙ୍କ ୯୨ ବସା ଚିହ୍ନଟ ହୋଇଥିବା ଶୁକ୍ରବାର ବନବିଭାଗ ସୂତ୍ରରୁ…

୨ବର୍ଷିଆ ବି.ଏଡ୍‌, ଏମ୍‌.ଏଡ୍‌. ପ୍ରବେଶିକା ପରୀକ୍ଷାଫଳ ପ୍ରକାଶ

ଭୁବନେଶ୍ୱର,୧୧ା୭(ସୁଚିସ୍ମିତା ସାହୁ): ଚଳିତ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ଦୁଇ ବର୍ଷିଆ ବି.ଏଡ୍‌., ଏମ୍‌.ଏଡ୍‌. ଏବଂ ବି.ଏଚ୍‌.ଏଡ୍‌. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଫଳ ଶୁକ୍ରବାର…

ଗ୍ରୀଷ୍ମ ପ୍ରବାହ ଯୋଗୁ ବଢୁଛି ଆର୍ଥିକ ସଙ୍କଟ

ନୂଆଦିଲ୍ଲୀ, ୧୧ା୭ : ଜଳବାୟୁ ପରିବର୍ତ୍ତନଜନିତ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବିଶ୍ୱବ୍ୟାପୀ ଶ୍ରମଜୀବୀଙ୍କ ଜୀବନ ଜୀବିକା ବିପନ୍ନ ହେବାରେ ଲାଗିଛି। ଏହାଫଳରେ ବିଶେଷକରି ପରିବାର ଚଳାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri