ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ ନିକଟସ୍ଥ ମା’ ରତନେଶ୍ବରୀ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ବୈଶ୍ୟ ସମାଜର କେନ୍ଦ୍ରୀୟ ସଭାପତି ଦଣ୍ଡାସି ସାହୁ ମୁଖ୍ୟଅତିଥି, ତୈଳିକ ସମାଜର ଉପଦେଷ୍ଟା ଯୋଗୀ ସାହୁ, ମୁଖ୍ୟ ନିର୍ବାଚନ ଅଧିକାରୀ ଧର୍ମା ସାହୁ, ଉପସଭାପତି ପ୍ରଶାନ୍ତ ସାହୁ, ସଙ୍ଗଠନ ସମ୍ପାଦକ ନୀଳମଣି ସାହୁ, ସହ ସମ୍ପାଦକ ବିନୋଦ ସାହୁ, ସହ କୋଷାଧ୍ୟକ୍ଷ କ୍ରିଷ୍ଣା ସାହୁ ସମ୍ମାନିତ ଅତିଥି ଭାବେ ଉପସ୍ଥିତ ଥିଲେ। ବୈଶ୍ୟ ସମାଜର ସାଙ୍ଗଠନିକ ଅଭିବୃଦ୍ଧି ସମ୍ପର୍କରେ ସଭାରେ ଆଲୋଚନା କରାଯାଇ ପ୍ରସ୍ତାବ ଗୃହୀତ ହୋଇଥିଲା। ୧୧ ସଭ୍ୟାସଭ୍ୟଙ୍କ ସମସ୍ୟା ସମ୍ପର୍କିତ ଅଭିଯୋଗ ବିଚାର ପାଇଁ ଗ୍ରହଣ କରାଯାଇଥିଲା। ଏହି ଅବସରରେ ବିଭିନ୍ନ ଗ୍ରାମରୁ ଆସିଥିବା ୧୫୦ ଅସହାୟ ବୃଦ୍ଧାବୃଦ୍ଧଙ୍କୁ ଶୀତବସ୍ତ୍ର ବଣ୍ଟନ କରାଯାଇଥିଲା। ଅନ୍ୟାନ୍ୟ ଆଞ୍ଚଳିକ କମିଟି ସଭାପତି ଓ କର୍ମକର୍ତ୍ତା ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ପରିବେଶ ସୁରକ୍ଷାରେ ଗଞ୍ଜାମ ଗ୍ରାସିମର ବାଜିମାତ୍: ମିଳିଲା “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬”

ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ…

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’…

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ବଟେଶ୍ୱର ବେଳାଭୂମିରେ ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର

ଗଞ୍ଜାମ, ୧୯/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ କଣ୍ଟିଆଗଡ଼ସ୍ଥିତ ବଟେଶ୍ୱର ବେଳାଭୂମିଠାରେ ଶନିବାର ‘ସ୍ୱଚ୍ଛ ସାଗର, ସୁରକ୍ଷିତ ସାଗର’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?