Posted inରାଜ୍ୟ

୧୦ ଯାଏ ଶୀତ ଲହରି

ଭୁବନେଶ୍ୱର,୮।୨(ବ୍ୟୁରୋ): କିଛିଦିନ ଧରି ପାରଦ ସାମାନ୍ୟ ଉପରକୁ ଉଠିବା ପରେ ପୁଣି ନିମ୍ନଗାମୀ ରହିଛି। ରବିବାର ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୫.୪ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ରାଜ୍ୟର ବହୁ ଅଞ୍ଚଳରେ ୧୦ ଡିଗ୍ରୀ ତଳକୁ ରହିଛି। ବର୍ତ୍ତମାନ ରାଜ୍ୟ ମଧ୍ୟକୁ ଉତ୍ତର-ପଶ୍ଚିମ ଦିଗରୁ କ୍ରମାଗତ ଭାବେ ଶୁଷ୍କ ଓ ଥଣ୍ଡା ପବନ ପ୍ରବାହିତ ହେଉଥିବାରୁ ଗତକିଛିଦିନ ହେବ ଶୀତର ପ୍ରକୋପ ବୃଦ୍ଧି ପାଇଛି। ବିଭନ୍ନ ଜିଲାରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ଆସନ୍ତା ଦୁଇଦିନ ମଧ୍ୟ ରାଜ୍ୟର ଅନେକ ଜିଲାରେ ଏହିଭଳି ଶୀତ ଲହରି ଜାରି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାରିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସେଥିପାଇଁ ସେସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
ଆସନ୍ତା ୧୦ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ଶୀତ ଲହରି ଅନୁଭୂତ ହେବ। ସୋମବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କନ୍ଧମାଳ, କଳାହାଣ୍ଡି, କେନ୍ଦୁଝର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ଦେବଗଡ଼ ଏବଂ ୮ତାରିଖ ସକାଳ ସାଢ଼େ ୮ଟାରୁ ୯ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟଭୂରଞ୍ଜ, ସମ୍ବଲପୁର, ବରଗଡ଼, ଅନୁଗୋଳ, ଦେବଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ନବରଙ୍ଗପୁର, ବାଲେଶ୍ୱର ଓ ଭଦ୍ରକରେ ପ୍ରବଳ ଶୀତ ହେବ। ସେହିପରି ୯ତାରିଖ ସକାଳ ସାଢ଼େ ୮ଟାରୁ ୧୦ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ବଲାଙ୍ଗୀର, ବରଗଡ଼ଜିଲାରେ ଶୀତ ପ୍ରକୋପ ରହିବ। ତେଣୁ ଏସ୍‌ଆର୍‌ସି ଏହି ସମସ୍ତ ଜିଲାର ଜିଲାପାଳ ଓ ମହାନଗର ନିଗମ କମିଶନରଙ୍କୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri