Posted inରାଜ୍ୟ

୧୦ ଯାଏ ଶୀତ ଲହରି

ଭୁବନେଶ୍ୱର,୮।୨(ବ୍ୟୁରୋ): କିଛିଦିନ ଧରି ପାରଦ ସାମାନ୍ୟ ଉପରକୁ ଉଠିବା ପରେ ପୁଣି ନିମ୍ନଗାମୀ ରହିଛି। ରବିବାର ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୫.୪ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ରାଜ୍ୟର ବହୁ ଅଞ୍ଚଳରେ ୧୦ ଡିଗ୍ରୀ ତଳକୁ ରହିଛି। ବର୍ତ୍ତମାନ ରାଜ୍ୟ ମଧ୍ୟକୁ ଉତ୍ତର-ପଶ୍ଚିମ ଦିଗରୁ କ୍ରମାଗତ ଭାବେ ଶୁଷ୍କ ଓ ଥଣ୍ଡା ପବନ ପ୍ରବାହିତ ହେଉଥିବାରୁ ଗତକିଛିଦିନ ହେବ ଶୀତର ପ୍ରକୋପ ବୃଦ୍ଧି ପାଇଛି। ବିଭନ୍ନ ଜିଲାରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ଆସନ୍ତା ଦୁଇଦିନ ମଧ୍ୟ ରାଜ୍ୟର ଅନେକ ଜିଲାରେ ଏହିଭଳି ଶୀତ ଲହରି ଜାରି ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାରିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ସେଥିପାଇଁ ସେସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।
ଆସନ୍ତା ୧୦ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ଶୀତ ଲହରି ଅନୁଭୂତ ହେବ। ସୋମବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କନ୍ଧମାଳ, କଳାହାଣ୍ଡି, କେନ୍ଦୁଝର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ଦେବଗଡ଼ ଏବଂ ୮ତାରିଖ ସକାଳ ସାଢ଼େ ୮ଟାରୁ ୯ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟଭୂରଞ୍ଜ, ସମ୍ବଲପୁର, ବରଗଡ଼, ଅନୁଗୋଳ, ଦେବଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା, ନବରଙ୍ଗପୁର, ବାଲେଶ୍ୱର ଓ ଭଦ୍ରକରେ ପ୍ରବଳ ଶୀତ ହେବ। ସେହିପରି ୯ତାରିଖ ସକାଳ ସାଢ଼େ ୮ଟାରୁ ୧୦ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ବଲାଙ୍ଗୀର, ବରଗଡ଼ଜିଲାରେ ଶୀତ ପ୍ରକୋପ ରହିବ। ତେଣୁ ଏସ୍‌ଆର୍‌ସି ଏହି ସମସ୍ତ ଜିଲାର ଜିଲାପାଳ ଓ ମହାନଗର ନିଗମ କମିଶନରଙ୍କୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…

ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...

ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ

ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...

କିସ୍‌ ଛାତ୍ରଙ୍କୁ ହତ୍ୟା, ପ୍ରେସ୍‌ମିଟ୍‌ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…

ଭୁବନେଶ୍ୱର,୧୭ା୧୨: କିସ୍‌ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍‌ରେ ପୋଲିସ କମିଶନର ଏସ୍‌ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri