୯ ଜିଲାକୁ ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୧୦।୩(ବି୍ୟରୋ): ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏ ନେଇ ୯ ଜିଲାକୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଏହି ଜିଲା ଗୁଡ଼ିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ବାଲେଶ୍ୱର, ଯାଜପୁର ଓ ଭଦ୍ରକ ।