ଆଜି ୮ ଜିଲାକୁ ବର୍ଷା ନେଇ ୟେଲୋ ୱାର୍ନିଂ

ଭୁବନେଶ୍ୱର,୬।୧୨(ଅନୁରାଧା ମହାରଣା):ସାମୁଦ୍ରିକ ବାତ୍ୟା ମିଗ୍‌ଜୋମ୍‌ ମଙ୍ଗଳବାର ମଧ୍ୟାହ୍ନ ୧୨ଟା ୩୦ରୁ ୨ଟା ୩୦ ମଧ୍ୟରେ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିଛି। ନେଲୋର ଏବଂ ମଛଲିପଟନମ୍‌ ମଧ୍ୟବର୍ତ୍ତୀ ବାପାଟଲା ନିକଟରେ ବାତ୍ୟା ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହୋଇଛି। ତେବେ ବାତ୍ୟା ପ୍ରଭାବରେ ଓଡ଼ିଶାର ମାଲକାନଗିରି, କୋରାପୁଟ ଓ ରାୟଗଡ଼ା ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ସା ସୁଦ୍ଧା ଘଣ୍ଟା ପ୍ରତି ୨ରୁ ୩ ମି.ମି. ବର୍ଷା ହୋଇଥିବାବେଳେ ଗଜପତିରେ ସର୍ବାଧିକ ୪୦ ମି.ମି. ବର୍ଷା ରେକର୍ଡ ହୋଇଛି। ଗଜପତି ଜିଲାର ମୋହନାରେ ସର୍ବାଧିକ ବର୍ଷା ହୋଇଛି। ମିଳିଥିବା ସୂଚନାନୁସାରେ, ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ପରେ ବର୍ଷାର ପ୍ରଭାବ ଦକ୍ଷିଣ ଓଡ଼ିଶାରେ ବଢ଼ିଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା ଜିଲାରେ ପ୍ରବଳ ବର୍ଷା ହୋଇଥିବାବେଳେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ଗଜପତି ଜିଲାରେ ମଧ୍ୟ ବର୍ଷାର ପ୍ରଭାବ ରହିଛି। ଅବଶିଷ୍ଟ ଜିଲାରେ ପାଗ ମୁଖ୍ୟତଃ ମେଘୁଆ ଥିବାବେଳେ ବିକ୍ଷିପ୍ତ ବର୍ଷା ରେକର୍ଡ ହୋଇଛି। ସତର୍କ ସୂଚନା ଥିବା ଜିଲାଗୁଡ଼ିକରେ ପବନର ବେଗ ୩୦-୪୦ କି.ମି. ରହିଛି। ସମୁଦ୍ର ମଧ୍ୟରେ ପବନର ବେଗ ୪୦-୫୫ କି.ମି. ପର୍ଯ୍ୟନ୍ତ ରହୁଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ ପାଇଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଶେଷଜ୍ଞ ଉମାଶଙ୍କର ଦାସ କହିଛନ୍ତି, ମଙ୍ଗଳବାର ରାତିରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବ, ସକାଳ ପର୍ଯ୍ୟନ୍ତ ବର୍ଷାର ମାତ୍ରା ଅଧିକା ରହିବ। ଏହି ସାମୁଦ୍ରିକ ବାତ୍ୟା ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳରେ ପ୍ରାୟ ଉତ୍ତର ଦିଗରେ ସମାନ୍ତରାଳ ଓ ଦକ୍ଷିଣ ଆନ୍ଧ୍ର ପ୍ରଦେଶ ଉପକୂଳ ନିକଟରେ ଗତି କରିବା ସହ ବୁଧବାର ସନ୍ଧ୍ୟା ସୁଦ୍ଧା ଦୁର୍ବଳ ହୋଇ ଅବପାତ ରୂପ ନେବା ସମ୍ଭାବନା ରହିଛି। ସେପଟେ ବର୍ଷା ସମ୍ଭାବନାକୁ ନେଇ ଅମଳ ହେବାକୁ ଥିବା ଫସଲ ସମ୍ପର୍କରେ ଚାଷୀଙ୍କୁ ସତର୍କ କରାଯାଇଛି। ଉପକୂଳ ଜିଲାରେ ସମୁଦ୍ର ଭିତରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି। ତେବେ ବୁଧବାର ପାଗ ସୁଧୁରିବା ପରେ ମାଛ ମାରିବାକୁ ଗଭୀର ସମୁଦ୍ରକୁ ଯାଇ ହେବ ବୋଲି ଦାସ ସୂଚନା ଦେଇଛନ୍ତି। ବାତ୍ୟା ପ୍ରଭାବରେ ବୁଧବାର ରାଜ୍ୟର ୮ ଜିଲାରେ ବର୍ଷା ହେବାର ସମ୍ଭାବନା ରହିଛି। ୭ତାରିଖରୁ ପାଗରେ ପରିବର୍ତ୍ତନ ହେବ। ବୁଧବାର ଗଞ୍ଜାମ, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଜିଲାର କିଛି ଅଞ୍ଚଳକୁ ବର୍ଷା ନେଇ ଅରେଞ୍ଜ ୱାର୍ନିିଂ ଜାରି କରାଯାଇଛି। ସେହିପରି ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳ ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଉକ୍ତ ଅଞ୍ଚଳରେ ୟୋଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri