ଓଡ଼ିଶାରେ ୨ ଦିନ ପାଇଁ ୟେଲୋ ଓ୍ବାର୍ନିଂ: ହୋଇଯାନ୍ତୁ ସତର୍କ

ଭୁବନେଶ୍ୱର,୧୭।୧୨(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି ଶୀତ ଲହରୀ ଜାରି ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାର ସୁନ୍ଦରଗଡ଼, କୋରାପୁଟ ଏବଂ କନ୍ଧମାଳର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘନରୁ ଅତି ଘନ କୁହୁଡ଼ି ଦେଖିବାକୁ ମିଳିଛି। ସେହିପରି କଳାହାଣ୍ଡି ଓ ଝାରସୁଗୁଡ଼ା ଆଦି ଜିଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ପଡ଼ିଛି। ଆସନ୍ତା ୨ଦିନ ୩ ଜିଲାରେ ଘନ କୁହୁଡ଼ି ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୟେଲୋ ଓ୍ବାର୍ନିଂ ଜାରି ହୋଇଥିବା ଜିଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, କୋରାପୁଟ ଓ କନ୍ଧମାଳ ରହିଛି। ଅନ୍ୟପଟେ କଳାହାଣ୍ଡି, ସୁନ୍ଦରଗଡ଼, ଝାରସୁଗୁଡ଼ା, କୋରାପୁଟ ଓ କନ୍ଧମାଳର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ପଡ଼ିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୧୯ରୁ ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିପାରେ। ମଙ୍ଗଳବାର ରେକର୍ଡ କରାଯାଇଥିବା ତାପମାତ୍ରା ଅନୁଯାୟୀ, ଦାରିଙ୍ଗବାଡ଼ିରେ ଦିନ ତାପମାତ୍ରା ସର୍ବାଧିକ ୨୪.୫ ଡିଗ୍ରୀ ସେଲସିୟସ୍‌ ଓ ରାତି ତାପମାତ୍ରା ୭.୦ ଡିଗ୍ରୀ ସେଲସିୟସ୍‌ ରହିଥିଲା। ରାଜ୍ୟର ସର୍ବନିମ୍ନ ତାପମାତ୍ରା କୋରାପୁଟରେ ୬.୫ ଡିଗ୍ରୀ ସେଲ୍‌ସିୟସ ରହିଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Video: କିଏ କହିଲା ‘କମେଡିଆନ’ କିଏ କହିଲା ‘ମହିଳା ବିରୋଧୀ’ ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କଲେ ଭାଜପା ନେତା

ନୂଆଦିଲ୍ଲୀ,୧୪।୮: କଂଗ୍ରେସ ନେତା ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ ବୟାନ ପୁଣି ଥରେ ବିବାଦ ସୃଷ୍ଟି କରିଛି। ଗୁରୁବାର ନୂଆଦିଲ୍ଲୀରେ…

ଶୁକ୍ର ପୁଷ୍କରାଂଶ ଯୋଗରେ ମିଥୁନରୁ ତୁଳା ସମେତ ଏହି ୪ ରାଶିଙ୍କ ଲାଭ; ଇନକମ୍‌ ହେଇଯିବ ଡବଲ୍‌, ସୁଧୁରିବ ଭାଙ୍ଗିଯାଇଥିବା ସମ୍ପର୍କ…

ଜନ୍ମକୁଣ୍ଡଳୀରେ ଯେକୌଣସି ଗ୍ରହର ‘ପୁଷ୍କରାଂଶ’ ସ୍ଥିତିକୁ ଅତ୍ୟନ୍ତ ଶୁଭ ବୋଲି ମନେକରାଯାଏ, କାରଣ ଏହାର ପ୍ରଭାବ ସଦାସର୍ବଦା ସକାରାତ୍ମକ ଏବଂ ଫଳଦାୟୀ ହୋଇଥାଏ। ବିଶେଷକରି ଶୁକ୍ରଙ୍କର ପୁଷ୍କରାଂଶ…

ଭାରତ ଗସ୍ତରେ ଆସିବେ ଇରାନୀ ରାଷ୍ଟ୍ରପତି; ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ସାକ୍ଷାତ ଉପରେ ସମସ୍ତଙ୍କ ନଜର? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ/ତେହରାନ,୧୪।୮: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ଆସନ୍ତା ମାସରେ ଭାରତ ଗସ୍ତରେ ଆସୁଛନ୍ତି। ସେ ସେପ୍ଟେମ୍ବର 12-13 ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା BRICS ସମ୍ମିଳନୀରେ…

ପାନୀୟ ଜଳ ପାଇଁ ଯିବାକୁ ପଡୁଛି ୨ କିମି, ଏସ୍‌ଡିପିଓ କହିଲେ ଯୁଦ୍ଧକାଳୀନ ଭିତ୍ତିରେ ଆଜି…

କେସିଙ୍ଗା,୧୪ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ମଖାପଳା ଗ୍ରାମରେ ଦୀର୍ଘଦିନରୁ ପାନୀୟଜଳ ସମସ୍ୟା ରହିଛି। ଏହି ଅଞ୍ଚଳରେ ନଳକୂପ ଖୋଳିଲେ ମଧ୍ୟ ପାଣି ବାହାରୁନାହିଁ। ଗ୍ରାମରୁ…

‘ତୁମର ଜାତି କ’ଣ, ତୁମେ କୋଭିଡ ଟିକା କେଉଁଠାରୁ ନେଇଛ…’; ଜନଗଣନାରେ ପଚରାଯିବ ଏମିତି ୪୦ ପ୍ରଶ୍ନ, ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସରକାର ୨୦୨୭ ଜନଗଣନାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୪୦ଟି ପ୍ରଶ୍ନ ଚୂଡ଼ାନ୍ତ କରିଛନ୍ତି। ଏହି ପ୍ରକ୍ରିୟା ସମୟରେ, ଅନୁସୂଚିତ ଜାତି (SC), ଅନୁସୂଚିତ ଜନଜାତି…

ତାଳଚେର-ପୁରୀ ମେମୁ ପାସେଞ୍ଜର ଲାଇନ୍‌ଚ୍ୟୁତ

ପୁରୀ,୧୪ା୮(ଅଜିତ କୁମାର ମହାନ୍ତି): ପୁରୀ ଷ୍ଟେଶନ ନିକଟରେ ତାଳଚେରରୁ ପୁରୀ ଆସୁଥିବା ମେମୁ ପାସେଞ୍ଜର ଟ୍ରେନ ପୁରୀ ଷ୍ଟେଶନରୁ ମାତ୍ର ୫୦୦ ମିଟର ଦୂରରେ ଲାଇନଚ୍ୟୁତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri