ବର୍ଷା ପାଇଁ ୧୩ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୫ା୩(ଅନୁରାଧା ମହାରଣା): ରାଜ୍ୟରେ ଗତ କିଛିଦିନ ଧରି କାଳବୈଶାଖୀ ପ୍ରଭାବରେ ବର୍ଷା ହେଉଛି। ସୋମବାର ଗୋପାଳପୁରରେ ସର୍ବାଧିକ ୩୦.୮ ମି.ମି. ବର୍ଷା ହୋଇଥିବାବେଳେ କୋରାପୁଟରେ ୨୯, ରାୟଗଡ଼ାରେ ୨୮.୨ ମିମି ରେକର୍ଡ କରାଯାଇଛି। ସେହିଭଳି କେନ୍ଦୁଝର, କଟକ, ଭୁବନେଶ୍ୱର, ବଲାଙ୍ଗୀର ସହ ଅନ୍ୟ କେତେକ ଜିଲାରେ ମଧ୍ୟ ବର୍ଷା ହୋଇଛି। ମଙ୍ଗଳବାର ମଧ୍ୟ ରାଜ୍ୟର ବିଭିନ୍ନ ଜିଲାରେ ଝଡ଼ ବର୍ଷା ନେଇ ୟେଲୋ ଓ୍ବାର୍ନିଂ କରାଯାଇଛି। ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ ଓ କେନ୍ଦୁଝରଗଡ଼ରେ ଘଡ଼ଘଡ଼ି ବିଜୁଳି ସହ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ। ଏଥିସହ ମୋଟ ୧୩ ଜିଲାରେ କାଳବୈଶାଖୀ ବର୍ଷା ହେବା ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିପାରେ। ଏହିସବୁ ଜିଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତ୍‌ସିଂହପୁର, କେନ୍ଦ୍ରପଡ଼ା, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଜପତି, ଗଞ୍ଜାମ, ମୟୂରଭଞ୍ଜ ଓ କେନ୍ଦୁଝର ରହିଛି। ତେବେ କାଳବୈଶାଖୀ ବର୍ଷା ଯୋଗୁ ଗରମ ଓ ଗୁଳୁଗୁଳିରୁ ଲୋକେ ଆଶ୍ୱସ୍ତ ହୋଇଥିଲେ ମଧ୍ୟ ଆଗକୁ ତାପମାତ୍ରା ପୁଣି ବୃଦ୍ଧି ପାଇବ। ଆସନ୍ତା ୫ଦିନ ମଧ୍ୟରେ ତାପମାତ୍ରା ୫ ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୋଲିସ ଟେକିନେବାରୁ ରାଗିଗଲେ ରାହୁଲ, ଏମିତି କହିଲେ ରାଜନୀତିରେ ଚହଳ!

ନୂଆଦିଲ୍ଲୀ,୨୧।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନରେ ବସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ, ସମାଜବାଦୀ ପାର୍ଟି (SP) ମୁଖିଆ ଅଖିଲେଶ ଯାଦବ…

ଅଧିନାୟଙ୍କ ବଡ଼ ଦାବି , ଜିମ୍ବାଓ୍ବେ ପାଖରେ ସିରିଜ୍‌ ଜିତିବାର ସୁଯୋଗ ରହିଛି

ହରାରେ,୨୧ା୭: ଆସନ୍ତା ଗୁରୁବାର ଭାରତ ଓ ଜିମ୍ବାଓ୍ବେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ। ଜିମ୍ବାଓ୍ବେ ଅଧିନାୟକ ଶିକନ୍ଦର ରାଜାଙ୍କ ମତରେ…

ଚାମ୍ପିୟନ ସ୍ପେନ୍‌ ଦଳକୁ ଭବ୍ୟ ସ୍ବାଗତ

ମାଡ୍ରିଡ୍‌,୨୧ା୭: ସ୍ପେନ୍‌ର ବିଶ୍ୱ ଚାମ୍ପିୟନ ଫୁଟବଲ ଦଳ ମଙ୍ଗଳବାର ସ୍ବଦେଶ ଫେରିଛି। ଦଳକୁ ସ୍ବାଗତ କରିବା ପାଇଁ ପାଖାପାଖି ୨୦ ଲକ୍ଷ ପ୍ରଶଂସକ ମାଡ୍ରିଡ୍‌ ରାସ୍ତାରେ ଏକତ୍ରିତ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ଧାରଣାସ୍ଥଳରୁ ରାହୁଲ କଲେ ବଡ଼ ଘୋଷଣା, ଏବେଠୁ ମୁଁ… ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୧।୭: ମଙ୍ଗଳବାର ନିଟ୍ (NEET) ପେପର ଲିକ୍ ମାମଲାରେ କକରୋଚ ଜନତା ପାର୍ଟି ଏବଂ ଦେଶବାସୀଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ଏଥିରେ ଏବେ କଂଗ୍ରେସ ନେତା…

ଥମୁନି ଦାଦନ ଦୁଃଖ, ସର୍ଦ୍ଦାର, ମାଲିକଙ୍କ ବିରୋଧରେ ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ନୂଆପଡ଼ା,୨୧ା୭ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦାଦନ ଦୁଃଖ ଥମିବା ନାଁ ନେଉନାହିଁ। ସରକାରୀସ୍ତରରେ ଶ୍ରମ ଦିବସ ସୃଷ୍ଟି କରାଯାଇ ଶ୍ରମିକଙ୍କୁ କାମ ଯୋଗାଇବା ପାଇଁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri