ଭୁବନେଶ୍ବର,୨୫।୩: ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ଲାଗି ରହିଛି । ଏହାରି ଭିତରେ ଭୁବନେଶ୍ବର ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ନିଂ ଜାରି କରାଯାଇଛି । ଘଡ଼ଘଡ଼ି ସହ ଝଡ଼ ବର୍ଷା ନେଇ କାଲି ପର୍ଯ୍ୟନ୍ତ ୮ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି ।
ପାଣିପାଗ ବିଭାଗର ସୂଚନା ଅନୁସାରେ, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର,ଭଦ୍ରକ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି । ପ୍ରବଳ ବର୍ଷା ସହିତ ଘଣ୍ଟାକୁ ୪୦ରୁ ୫୦ କିମି ପର୍ଯ୍ୟନ୍ତ ପବନ ସମ୍ଭାବନା ରହିଛି । ୨୮ ଓ ୨୯ ତାରିଖରେ ମଧ୍ୟ ଅଧିକାଂଶ ଜିଲାରେ ଝଡ଼ବର୍ଷା ହୋଇପାରେ ବୋଲି କୁହାଯାଇଛି । ଅନ୍ୟପକ୍ଷରେ ଝଡ଼ବର୍ଷା ପାଇଁ ରାଜ୍ୟରେ ତାପମାତ୍ରାରେ ସାମାନ୍ୟ ହ୍ରାସ ଘଟିଛି।

