୧୪ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂଜାରି, ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର,୧୫ା୭(ବ୍ୟୁରୋ): ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏଥିସହିତ ସ୍ଥାନେ ସ୍ଥାନେ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ। ଏନେଇ ରାଜ୍ୟର ୧୪ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି।
କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ବଲାଙ୍ଗୀର ଓ କେନ୍ଦ୍ରାପଡ଼ା ଜିଲାର ସ୍ଥାନେ ସ୍ଥାନେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଗଜପତି, ବୌଦ୍ଧ, କୋରାପୁଟ, ନୂଆପଡ଼ା, ଢେଙ୍କାନାଳ, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲାରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି।