ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା: ୧୫ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୨।୪(ବ୍ୟୁରୋ): ରାଜ୍ୟରେ ଆସନ୍ତା ୨୪ ଘଣ୍ଟାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ବିଜୁଳି, ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୧୫ଟି ଜିଲାରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ୟେଲୋ ଓ୍ବାର୍ନିଂ ଜାରି କରିଛି। ସେହି ସବୁ ଜିଲାଗୁଡିକ ହେଲା କୋରାପୁଟ, କଳାହାଣ୍ଡି, କନ୍ଧମାଳ, ରାୟଗଡା, ଗଜପତି, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା । ଏହି ସବୁ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏଥିସହିତ ୪୦ ରୁ ୫୦ କିମି ବେଗରେ ଘଣ୍ଟା ପ୍ରତି ପବନର ବେଗ ରହିବ ।
ସେହିପରି ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ, କନ୍ଧମାଳ ଜିଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ କୁଆପଥର ବର୍ଷା ସହ ଘଡଘଡି ଜନିତ ବର୍ଷା ହେବାର ସମ୍ଭାବନା ରହିଛି। ୨୪ ଘଣ୍ଟା ପରେ ଉପକୂଳ ଓଡ଼ଶାର କେତେକ ସ୍ଥାନରେ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, କେନ୍ଦୁଝର, ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ ଆଦି ୯ଟି ଜିଲାକୁ ୟେଲୋ ଓ୍ବାର୍ନିଂ ପାଣିପାଗ ବିଭାଗ ଜାରି କରିଛି । ରାଜ୍ୟର ଅନେକ ସ୍ଥାନରେ ଦିନରେ ତାପମାତ୍ରା ଅଧିକ ରହିବା ଫଳରେ ଗରମ ଅନୁଭୂତ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ଦେବାକୁ ଯିବା ବେଳେ ସଡ଼କ ଦୁର୍ଘଟଣା, ବାଇକରୁ ପଡ଼ି ଦୁଇ ଛାତ୍ର….

ଗଜପତି,୧୯ା୨(ଗିରିଧାରୀ ପରିଛା): ମାଳିୟାରା ଓ ପୁଡ଼ଇଡା ଗ୍ରାମ ନିକଟରେ ସଡ଼କ ଦୁର୍ଘଟଣା । ପରୀକ୍ଷା ଦେବାକୁ ଯିବା ବେଳେ ବାଇକ୍ ଦୁର୍ଘଟଣାରେ ଛାତ୍ର ଆହତ ହୋଇଛନ୍ତି ।…

ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା, ଭଦ୍ରକରେ ୧୧୫ କେନ୍ଦ୍ରରେ ୨୧୦୨୪ ପରୀକ୍ଷାର୍ଥୀ

ଭଦ୍ରକ, ୧୯ା୨(ସନାତନ ରାଉତ)ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଗୁରୁବାର ଆରମ୍ଭ ହୋଇଛି । ଭଦ୍ରକ ଜିଲାରେ ୩୧୮ଟି ଉଚ୍ଚ ବିଦ୍ୟା ବିଦ୍ୟାଳୟର ରେଗୁଲାର ଓ ଏକ୍ସ ରେଗୁଲାର ମୋଟ…

ଶନିଙ୍କ ପଡ଼ିବ ଶୁଭ-ଅଶୁଭ ପ୍ରଭାବ; ଅଚାନକ ଧନୀ ହେବେ ୩ ରାଶି!

ଜ୍ୟୋତିଷ ଶାସ୍ତ୍ରରେ, ଶନି ସବୁଠାରୁ ଧୀର ଗତିଶୀଳ ଗ୍ରହ । ପ୍ରାୟ ୨.୫ ବର୍ଷ ପର୍ଯ୍ୟନ୍ତ ଏକ ରାଶିରେ ରହିଥାଏ। ଏହା ପ୍ରାୟ ଗୋଟିଏ ବର୍ଷ ପାଇଁ…

ଲଜ୍ଜାଜନକ ରେକର୍ଡ କଲେ ଅଭିଷେକ ଶର୍ମା: ପ୍ରଥମ ଭାରତୀୟ ଭାବେ…

ନୂଆଦିଲ୍ଲୀ,୧୯/୨: ଅଭିଷେକ ଶର୍ମା ଏକ ଲଜ୍ଜାଜନକ ରେକର୍ଡ ସୃଷ୍ଟି କରିଛନ୍ତି। ସେ ଟି-୨୦ ବିଶ୍ୱକପ ଇତିହାସରେ ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ ଭାବେ ତାଙ୍କର ପ୍ରଥମ ତିନୋଟି ଇନିଂସରେ…

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

ବିଶେଷଜ୍ଞଙ୍କ ବଡ଼ ପୂର୍ବାନୁମାନ, ଖସିବ ସୁନା ଦର! ବିକିଲେ କେତେ ଲାଭ?

ନୂଆଦିଲ୍ଲୀ,୧୯ା୨: ଗତ କିଛି ମାସ ମଧ୍ୟରେ ସୁନା ଓ ରୂପା ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଓ ଏବେ ସାମାନ୍ୟ ହ୍ରାସ ପାଉଛି। ତେଣୁ ଏଥିରେ…

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା…

ଲଘୁଚାପ କ୍ଷେତ୍ର ସକ୍ରିୟ, ୨୫ଯାଏ ଶୁଖିଲା ପାଗ

ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ବୁଧବାର ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପାଣିପାଗ ଧୀରେ ଧୀରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri