୧୬ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୭।୬(ବ୍ୟୁରୋ): ପୂର୍ବ ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ଆଗାମୀ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏ ନେଇ ୧୬ ଜିଲାକୁ ୟେଲୋ ୱାର୍ନିଂ ଜାରି ହୋଇଛି। ସେହିସବୁ ଜିଲାଗୁଡ଼ିକ ହେଲା ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ବାଲେଶ୍ୱର, ଯାଜପୁର, ଭଦ୍ରକ, କୋରାପୁଟ, ମାଲକାନଗିରି, ରାୟଗଡ଼ା, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲା।