ଘନକୁହୁଡ଼ି: ଆଜି ୫ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଜ୍ୟରେ କିଛିଦିନ ଧରି ଉଭାନ ହୋଇଥିବା ଶୀତ ଲେଉଟିବା ପରେ ଥଣ୍ଡା ଅନୁଭୂତ ହେଉଛି। ଏଥିସହ ଭୋର୍‌ ସମୟରୁ ଘନକୁହୁଡ଼ି ମାଡ଼ି ଆସିବା ସହ ବହୁ ସମୟ ପର୍ଯ୍ୟନ୍ତ ଆଚ୍ଛାଦିତ ହୋଇରହୁଛି। ଏବେ ରାଜ୍ୟର ଅଧିକାଂଶ ଜିଲାରେ ଘନକୁହୁଡ଼ି ଦେଖିବାକୁ ମିଳୁଛି। ସୋମବାର ମଧ୍ୟ ଘନକୁହୁଡ଼ି ହେବ ଓ ସେଥିପାଇଁ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ୫ଟି ଜିଲାକୁ ସତର୍କ କରାଯାଇଛି। ଏହି ଜିଲାଗୁଡ଼ିକ ହେଲା ବୌଦ୍ଧ, ନୟାଗଡ଼, କନ୍ଧମାଳ, ପୁରୀ ଓ କଳାହାଣ୍ଡି। ସେହିପରି କଟକ, ଜଗତ୍‌ସିଂହପୁର, ଖୋର୍ଦ୍ଧା, ଅନୁଗୋଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ଗଞ୍ଜାମ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କୁହୁଡ଼ି ହେବ ବୋଲି ପାଣପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ରବିବାର ୬ ସ୍ଥାନରେ ପାରଦ ୧୦ଡିଗ୍ରୀ ତଳେ ରହିଥିଲା। ଫୁଲବାଣୀରେ ସର୍ବନିମ୍ନ ୫ଡିଗ୍ରୀ ଥିବାବେଳେ ଦାରିଙ୍ଗବାଡ଼ିରେ ୮.୦, ଝାରସୁଗୁଡ଼ା ୮.୨, ବଲାଙ୍ଗୀର ୯.୦, ବୌଦ୍ଧ ୯.୦, ସୋନପୁର ୯.୮ ଓ ସୁନ୍ଦରଗଡ଼ରେ ୧୦ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…

ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା

ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...

ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍‌ପି ପ୍ରଦୀପ କୁମାର ପୁରୋହିତ ଏବଂ...

ଆସାମର ହାତୀ-ଟ୍ରେନ୍‌ ଧକ୍କା

ଶନିବାର(୨୦-୧୨-୨୫) ବିଳମ୍ବିତ ରାତିରେ ଆସାମରେ ଘଟିଥିବା ହାତୀ-ଟ୍ରେନ୍‌ ଧକ୍କା ଏକ ବଡ଼ ଘଟଣା। ଗୋଟିଏ ଧକ୍କାରେ ୮ଟି ହାତୀଙ୍କ ମୃତ୍ୟୁ ହୋଇଛି। ଆସାମରେ ଏହା ଏପର୍ଯ୍ୟନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri