୫ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ କିଛି ଜିଲାରେ ଝଡବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୋମବାର ସୂଚନା ଦିଆଯାଇଛି। କୋରାପୁଟ, ରାୟଗଡା, ଗଜପତି, କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।