Posted inଜାତୀୟ

‘ଇଡି’ ସରକାରର ଅର୍ଥ ବୁଝାଇଲେ ଫଡ୍‌ନବିସ

ମୁମ୍ବାଇ,୪।୭: ମହାରାଷ୍ଟ୍ର ବିଧାନସଭାରେ ସୋମବାର ଅନୁଷ୍ଠିତ ଆସ୍ଥା ଭୋଟରେ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ ବାଜି ମାରିନେଇଛନ୍ତି। ତାଙ୍କ ସପକ୍ଷରେ ୧୬୪ ଜଣ ବିଧାୟକ ଭୋଟ ଦେଇଥିବା ବେଳେ ବିରୋଧୀଙ୍କ ପକ୍ଷରେ ୯୯ ଖଣ୍ଡ ଭୋଟ ଯାଇଛି। ଏହାପରେ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ ବିରୋଧୀଙ୍କୁ କଡ଼ା ଜବାବ ଦେଇଛନ୍ତି। କେନ୍ଦ୍ରୀୟ ଏଜେନ୍ସିର ଅପବ୍ୟବହାର ଅଭିଯୋଗ ଉପରେ ନିଜ ମତ ରଖି କରି ଫଡ୍‌ନବିସ ଏକନାଥ ଏବଂ ନିଜ ନାମ ନେଇ ଇଡିର ଅର୍ଥ ବୁଝାଇଥିଲେ। ସେ କହିଛନ୍ତି, ଲୋକମାନେ କହୁଛନ୍ତି ଯେ, ଏହା ହେଉଛି ଇଡି ସରକାର। ହଁ, ଏହା ହେଉଛି ଏକନାଥ ଏବଂ ଦେବେନ୍ଦ୍ରଙ୍କ ଇଡି ସରକାର।

ବିଧାନସଭାରେ ଭାଷଣ ଦେଇ ଫଡ୍‌ନବିସ କହିଛନ୍ତି, ଏକ ଶିବସୈନିକ ଭାବେ ଏକନାଥ ସିନ୍ଧେ ରାଜ୍ୟର ମୁଖ୍ୟମନ୍ତ୍ରୀ ହୋଇଛନ୍ତି। ୨୦୧୯ରେ ଭାଜପା-ଶିବସେନାକୁ ସଂଖ୍ୟାଗରିଷ୍ଠତା ହାସଲ କରିଛି। କିନ୍ତୁ, ସଂଖ୍ୟାଗରିଷ୍ଠତା ଜାଣିଶୁଣି ଆମଠାରୁ ଛଡ଼ାଇ ନିଆଗଲା। ସେତେବେଳେ ଉଦ୍ଧବ ଠାକ୍‌ରେ ଭାଜପା ସହ ସମ୍ପର୍କ ଭାଙ୍ଗି କଂଗ୍ରେସ-ଏନସିପି ସହ ମିଶି ସରକାର ଗଠନ କରିଥିଲେ। ଏବେ ଏକନାଥ ସିନ୍ଧେଙ୍କ ସମର୍ଥନରେ ଆମେ ଶିବସେନା ସହିତ ସରକାର ଗଠନ କରିଛୁ। ଦଳର ହାଇକମାଣ୍ଡଙ୍କ ନିର୍ଦ୍ଦେଶ ଅନୁଯାୟୀ ମୁଁ ଉପମୁଖ୍ୟମନ୍ତ୍ରୀ ହୋଇପାରିଛି। ଯଦି ଦଳ ମୋତେ ଘରେ ବସିବାକୁ କହିଥାନ୍ତା, ତେବେ ଏହା କରିଥାନ୍ତି। ଏହି ଦଳ ମୋତେ ମୁଖ୍ୟମନ୍ତ୍ରୀ କରିପାରିଥିଲା। ଆଜି ମୁଁ କହିବି ଯେ, ଏହି ସରକାରରେ କ୍ଷମତାକୁ ନେଇ କୌଣସି ବିବାଦ ନାହିଁ। ଆମେ ସହଯୋଗ ଜାରି ରଖିବୁ।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ମୋନାଲିସା ନାବାଳିକା: ଜେଲ୍‌ ଯିବେ ସ୍ବାମୀ ଫରମାନ! ହେଲା ବଡ଼ ଖୁଲାସା

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରଦେଶ ଏବଂ କେରଳ ରାଜ୍ୟ ସହିତ ଜଡିତ ଏକ ହାଇ-ପ୍ରୋଫାଇଲ ମାମଲାରେ ‘ଭାଇରାଲ ଗର୍ଲ’ ଭାବରେ ପରିଚିତ ମୋନାଲିସା ଭୋଁସଲେଙ୍କ ବିଷୟରେ ଏକ ବଡ଼ ଖୁଲାସା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri