କାଲି ଅଟକିଥିଲା ନନ୍ଦିଘୋଷ: ଆଜି ଗଡ଼ିଲା

ପୁରୀ,୨୮ା୬: ଶୁକ୍ରବାର ବଡ଼ଦାଣ୍ଡରେ ନନ୍ଦିଘୋଷ ରଥ ଅଟକି ରହିଥିବାବେଳେ ଶନିବାର ସକାଳେ ଗଡ଼ିଛି ମହାବାହୁଙ୍କ ରଥ। ଘଣ୍ଟ, ହୁଳହୁଳିରେ ବଡ଼ଦାଣ୍ଡ ପ୍ରକମ୍ପିତ ହୋଇଉଠୁଛି। ବଡ଼ଦାଣ୍ଡରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଶ୍ରୀଗୁଣ୍ଡିଚାରେ ମହାବାହୁଙ୍କ ରଥ ଅଳ୍ପ ଗଡ଼ି ଅଟକି ରହିଥିଲା। ରାତି ହୋଇଯାଇଥିବାରୁ ରଥଟଣା ବନ୍ଦ କରାଯାଇଥିଲା।

ଅନ୍ୟପଟେ ମହାବାହୁଙ୍କ ରଥ ବିଳମ୍ବରେ ଗଡ଼ିବା ନେଇ ପ୍ରତିକ୍ରିୟା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ପୂର୍ବ ବର୍ଷ ଅପେକ୍ଷା ଚଳିତବର୍ଷ ଅଧିକ ଭକ୍ତଙ୍କ ସମାଗମ ହୋଇଛି। ଯେଉଁ କାରଣରୁ କର୍ଡନ ଭିତରକୁ ଭକ୍ତମାନେ ପଶିଆସିଥିଳେ। ସେମାନଙ୍କୁ ବାହାର କରାଯିବା ପରେ ରଥ ଟଣାଗଲା।

ଶୁକ୍ରବାର ମହାପ୍ରଭୁଙ୍କ ପବିତ୍ର ଘୋଷଯାତ୍ରା ଅଘଟଣଶୂନ୍ୟ ଭାବେ ଅନୁଷ୍ଠିତ ହୋଇଛି ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ କହିଛନ୍ତି। ଶ୍ରୀଗୁଣ୍ଡିଚା ଯାତ୍ରା ସମ୍ପର୍କିତ ସମସ୍ତ ନୀତିକାନ୍ତି ଠିକଣା ସମୟରେ ସମାପନ ପାଇଁ ସମସ୍ତ ସେବକ ନିଯୋଗ, ଶ୍ରୀମନ୍ଦିର ପ୍ରଶାସନ, ଜିଲା ପ୍ରଶାସନ ଏବଂ ପୋଲିସ ପ୍ରଶାସନର ସମସ୍ତ କର୍ମଚାରୀ, ସରକାରଙ୍କ ବିଭିନ୍ନ ଅନୁଷ୍ଠାନ, ଗଣମାଧ୍ୟମ ଅନୁଷ୍ଠାନ ଏବଂ ଲକ୍ଷାଧିକ ଭକ୍ତଙ୍କୁ ମୁଖ୍ୟ ପ୍ରଶାସକ କୃତଜ୍ଞତା ତଥା ଆନ୍ତରିକ ଧନ୍ୟବାଦ ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲରେ ଝୁଲୁଛି ଛାତ୍ରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ

ଗୋପାଳପୁର,୨୦ା୬(ନବୀନ ରାଜ ଆଚାରି): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଏକ ଘରୋଇ କଲେଜର ହଷ୍ଟେଲରେ ରହୁଥିବା ଜନୈକା ଛାତ୍ରୀଙ୍କ ମୃତଦେହ ଶନିବାର ପୋଲିସ ଜବତ କରିଛି।…

ଭାରତୀୟ ଯୋଗ ସଂସ୍ଥାନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ଛତ୍ରପୁର, ୨୧।୬ (ଦିଲ୍ଲୀପ ସାମଲ): ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ।ଭାରତୀୟ ଯୋଗ ସଂସ୍ଥାନ, ଏହି ଉପଲକ୍ଷେ ନୂଆଦିଲ୍ଲୀ ଛତ୍ରପୁର ଶାଖା ପକ୍ଷରୁ ସ୍ଥାନୀୟ ଷ୍ଟାଡିଅମ ପରିସରସ୍ଥ…

ବିପଦସଙ୍କୁଳ ବାଉଁଶ ଚାରା ଭରସାରେ ହଜାର ହଜାର ଲୋକ; ଧାମନଗରଦଶରଥପୁର ବୈତରଣୀ ସେତୁ ଏବେ ବି ଅଧପନ୍ତରିଆ

ତିହିଡ଼ି,୨୧।୬(କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକ ଓ ଯାଜପୁର ଜିଲାର ଦଶରଥପୁର ବ୍ଲକର ସମେତ ପଡୋଶୀ ତିହିଡି ବ୍ଲକର ସାଧାରଣ ଲୋକଙ୍କ ଦୀର୍ଘଦିନର ସ୍ବପ୍ନ ଥିଲା…

ଇରାନ ଆଗରେ ନଇଁଲେ ଟ୍ରମ୍ପ! କଲେ ବଡ଼ ଘୋଷଣା

ଓ୍ବାଶିଂଟନ,୨୧।୬: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଅନିଶ୍ଚିତତା ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି। ଟ୍ରମ୍ପ କହିଛନ୍ତି…

ଆଜି ଏହି ସବୁ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା, ଜାରି ହେଲା ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର, ୨୧ା୬(ବନ୍ଦନା ସେଠୀ): ମୌସୁମୀ ଛୁଇଁବା ପରେ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ଅଗ୍ରସର ହେଉଛି। ଫଳରେ ସେସବୁ ଜିଲାରେ କୋହଲା ପାଗ ସହ ବର୍ଷା ଯୋଗୁ ଗ୍ରୀଷ୍ମ…

ଇରାନର ସର୍ତ୍ତ ପୂରଣ ହେଲେ ହର୍ମୁଜ ପ୍ରଣାଳୀରୁ ବାହାରିବ ଜହାଜ, ନୂଆ ସର୍ତ୍ତକୁ ନେଇ ଚିନ୍ତାରେ ପଡିଲାଣି ସାରା ବିଶ୍ୱ

ତେହରାନ,୨୧।୬: ଆମେରିକା ଏବଂ ଇରାନ ମଧ୍ୟରେ ଚୁକ୍ତିନାମା ପରେ, ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ପଥ ମଧ୍ୟରୁ ଗୋଟିଏ ହର୍ମୁଜ ପ୍ରଣାଳୀକୁ ବାଣିଜ୍ୟିକ ଜାହାଜ ପାଇଁ ପୁନଃ…

International Yoga Day: ୩୫୦୦୦ ଲୋକଙ୍କ ସହ ଯୋଗ କଲେ ମୋଦି, କୋଲକାତାରେ ଭବ୍ୟ ଆୟୋଜନ

କୋଲକାତା,୨୧।୬: ଆଜି ଅନ୍ତର୍ଜାତୀୟ ଯୋଗ ଦିବସ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଲକାତାର ରେଡ ରୋଡରେ ଆୟୋଜିତ ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ କାର୍ଯ୍ୟକ୍ରମରେ…

ଜୁନ୍‌ ସରିବାକୁ ବସିଲା, ହେଉନି ବର୍ଷା: ଚାଷ କାମରେ ବାଧା

ଅମରପଲି,୨୧ା୬(ପୀତାମ୍ବର ସାହୁ): ସାଧାରଣତଃ ଜୁନ୍‌ ମାସର ପ୍ରଥମ ସପ୍ତାହରେ ମୌସୁମୀ ବର୍ଷା ଆରମ୍ଭ ହୋଇଯାଏ। ଏହାସହ ଚାଷୀମାନେ ଜମି ହଳ କରି ଧାନ ବୁଣା ଓ ତଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri