କାଲି ଅଟକିଥିଲା ନନ୍ଦିଘୋଷ: ଆଜି ଗଡ଼ିଲା

ପୁରୀ,୨୮ା୬: ଶୁକ୍ରବାର ବଡ଼ଦାଣ୍ଡରେ ନନ୍ଦିଘୋଷ ରଥ ଅଟକି ରହିଥିବାବେଳେ ଶନିବାର ସକାଳେ ଗଡ଼ିଛି ମହାବାହୁଙ୍କ ରଥ। ଘଣ୍ଟ, ହୁଳହୁଳିରେ ବଡ଼ଦାଣ୍ଡ ପ୍ରକମ୍ପିତ ହୋଇଉଠୁଛି। ବଡ଼ଦାଣ୍ଡରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଶ୍ରୀଗୁଣ୍ଡିଚାରେ ମହାବାହୁଙ୍କ ରଥ ଅଳ୍ପ ଗଡ଼ି ଅଟକି ରହିଥିଲା। ରାତି ହୋଇଯାଇଥିବାରୁ ରଥଟଣା ବନ୍ଦ କରାଯାଇଥିଲା।

ଅନ୍ୟପଟେ ମହାବାହୁଙ୍କ ରଥ ବିଳମ୍ବରେ ଗଡ଼ିବା ନେଇ ପ୍ରତିକ୍ରିୟା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ପୂର୍ବ ବର୍ଷ ଅପେକ୍ଷା ଚଳିତବର୍ଷ ଅଧିକ ଭକ୍ତଙ୍କ ସମାଗମ ହୋଇଛି। ଯେଉଁ କାରଣରୁ କର୍ଡନ ଭିତରକୁ ଭକ୍ତମାନେ ପଶିଆସିଥିଳେ। ସେମାନଙ୍କୁ ବାହାର କରାଯିବା ପରେ ରଥ ଟଣାଗଲା।

ଶୁକ୍ରବାର ମହାପ୍ରଭୁଙ୍କ ପବିତ୍ର ଘୋଷଯାତ୍ରା ଅଘଟଣଶୂନ୍ୟ ଭାବେ ଅନୁଷ୍ଠିତ ହୋଇଛି ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ କହିଛନ୍ତି। ଶ୍ରୀଗୁଣ୍ଡିଚା ଯାତ୍ରା ସମ୍ପର୍କିତ ସମସ୍ତ ନୀତିକାନ୍ତି ଠିକଣା ସମୟରେ ସମାପନ ପାଇଁ ସମସ୍ତ ସେବକ ନିଯୋଗ, ଶ୍ରୀମନ୍ଦିର ପ୍ରଶାସନ, ଜିଲା ପ୍ରଶାସନ ଏବଂ ପୋଲିସ ପ୍ରଶାସନର ସମସ୍ତ କର୍ମଚାରୀ, ସରକାରଙ୍କ ବିଭିନ୍ନ ଅନୁଷ୍ଠାନ, ଗଣମାଧ୍ୟମ ଅନୁଷ୍ଠାନ ଏବଂ ଲକ୍ଷାଧିକ ଭକ୍ତଙ୍କୁ ମୁଖ୍ୟ ପ୍ରଶାସକ କୃତଜ୍ଞତା ତଥା ଆନ୍ତରିକ ଧନ୍ୟବାଦ ଜ୍ଞାପନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦନକାନନରେ ଜନ୍ମ ହେଲେ ୧୧ଟି ହଳଦିଆ ଆନାକୋଣ୍ଡା

ବାରଙ୍ଗ,୭।୭(ଲିଙ୍ଗରାଜ ରାଉତ): ଦ୍ୱିତୀୟ ଥର ପାଇଁ ମା’ ହୋଇଛି ହଳଦିଆ ଆନାକୋଣ୍ଡା। ସୋମବାର ଏହା ଜଣାପଡ଼ିବା ପରେ କର୍ମଚାରୀ ମହଲରେ ଖୁସିର ମହୋଲ ଖେଳିଯାଇଛି। ନନ୍ଦନକାନନ...

ଓଡ଼ିଶାରେ ଆଉ ୩୭ ଲକ୍ଷ ପରିବାରଙ୍କୁ ପକ୍କା ଘର ମଞ୍ଜୁର କରିବ ସରକାର

ଭୁବନେଶର,୭ା୭: ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ (PMAY-G) ଅଧୀନରେ ଓଡ଼ିଶାରେ ଆଉ ୩୭ ଲକ୍ଷ ପରିବାରଙ୍କୁ ପକ୍କା ଘର ମଞ୍ଜୁର କରାଯିବ। ଏହି ଘୋଷଣା ଆଜି ପଞ୍ଚାୟତିରାଜ...

ମଙ୍ଗଳବାରଠାରୁ ସାରା ରାଜ୍ୟରେ ଡ୍ରାଇଭରଙ୍କ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ

ଭୁବନେଶ୍ୱର,୭।୭: ଓଡ଼ିଶା ଡ୍ରାଇଭର ମହାସଂଘ ମଙ୍ଗଳବାରଠାରୁ ସାରା ରାଜ୍ୟରେ ‘ଷ୍ଟିଅରିଂ ଛାଡ଼’ ଆନ୍ଦୋଳନ ଆରମ୍ଭ କରିବାକୁ ଘୋଷଣା କରିଛି। ୬ ଦଫା ଦାବି ନେଇ ଏହି...

ଭୁବନେଶ୍ୱର ଷ୍ଟେଶନରେ ଟ୍ରେନ୍‌ରେ ଲାଗିଲା ନିଆଁ: ଆତଙ୍କରେ ଧାଇଁଲେ ଲୋକେ

ଭୁବନେଶର,୭ା୭: ଭୁବନେଶ୍ୱର ରେଳଷ୍ଟେଶନରେ ହୀରାକୁଦ ଏକ୍ସପ୍ରେସ୍‌ର ଏକ ବଗିରେ ସୋମବାର ସନ୍ଧ୍ୟାରେ କୌଣସି କାରଣରୁ ନିଅଁା ଲାଗିଯାଇଥିଲା। ନିଆଁରେ ଜଣେ ଯାତ୍ରୀଙ୍କ କିଛି ଆସବାବପତ୍ର ପୋଡ଼ିଯାଇଥିବା...

ସରିଲା ଶ୍ରୀବିଗ୍ରହଙ୍କ ଅଧରପଣା ନୀତି: ନୀଳାଦ୍ରିିବିଜେକୁ ଭକ୍ତଙ୍କ ଅପେକ୍ଷା

ପୁରୀ,୭ା୭(ଅଜିତ୍‌ ମହାନ୍ତି)- ନବଦିନାତ୍ମକ ଯାତ୍ରା ସାରି ଜନ୍ମବେଦିରୁ ବାହୁଡ଼ି ଆସିଛନ୍ତି ଦାରୁଦିଅଁ। ଭଉଣୀ ଭାଇଙ୍କ ସହ ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖସ୍ଥ ତିନିରଥ ଉପରେ ଏବେ ଅବସ୍ଥାନ...

ପୋଷ୍ଟମର୍ଟମ ରିପୋର୍ଟ ଦେବାକୁ ଲାଞ୍ଚ ନେଉଥିଲେ କୁଜଙ୍ଗ CHCର ଡାକ୍ତର ପ୍ରସାଦ ସେଠୀ, ମାଡି ବସିଲା ଭିଜିଲାନ୍ସ

କୁଜଙ୍ଗ,୭।୭: କୁଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର (CHC)ର ଡାକ୍ତର ଶିବ ପ୍ରସାଦ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଲାଞ୍ଚ ନେଉଥିବା ଧରାଯାଇଛି। ସେ ଜଣେ ଅଭିଯୋଗକାରୀଙ୍କଠାରୁ...

ଘୁମୁସର କରାଟେ ଏକାଡେମୀର ବଡ଼ ସଫଳତା

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ୧୧ତମ ରାଜ୍ୟସ୍ତରୀୟ ସୋଟୋକନ କରାଟେ ପ୍ରତିଯୋଗିତା ଭୁବନେଶ୍ବରରେ ଅନୁଷ୍ଟିତ ହୋଇଯାଇଛି । ଏଥିରେ ଘୁମୁସର କରାଟେ ଏକାଡେମୀକୁ ବଡ ସଫଳତା ମିଳିଛି। ଏକାଡେମୀର...

ଆନ୍ଦୋଳନକୁ ଓହ୍ଲାଇବ ଡ୍ରାଇଭର ସଂଘ

ଭଞ୍ଜନଗର,୭ା୭(ବାବୁଲା ପ୍ରଧାନ): ୬ ଦଫା ଦାବି ନେଇ ଓଡ଼ିଶା ଡ୍ରାଇଭର ମହାସଂଘ ମଙ୍ଗଳବାରଠାରୁ ଆନ୍ଦୋଳନକୁ ଓହ୍ଲାଇବ। ଭଞ୍ଜନଗର ଶାଖା କର୍ମକର୍ତ୍ତାମାନେ ମଧ୍ୟ ଆନ୍ଦୋଳନରେ ସାମିଲ ହେବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri