ପୁଣି ବିଜେଡିକୁ  ଆଉ ଏକ ଶକ୍ତଧକ୍କା: କଂଗ୍ରେସରେ ମିଶିଲେ ଦୁଇ ବ୍ଲକ ଯୁବ ବିଜେଡ଼ି ସଭାପତି

ଭଞ୍ଜନଗର,୬।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଜେଡିକୁ ଶୁକ୍ରବାର ପୁଣି ଆଉ ଏକ ଶକ୍ତଧକ୍କା ଲାଗିଛି। ପୂର୍ବତନ ଭଞ୍ଜନଗର ବ୍ଲକ ଯୁବ ବିଜେଡ଼ି ସଭାପତି ତଥା ପୂର୍ବତନ ସରପଞ୍ଚ କୁଲୁ ଭୂୟାଁ ଏବଂ ଦଳର ବର୍ତ୍ତମାନର ବ୍ଲକ ଯୁବ ବିଜେଡ଼ି ସଭାପତି ତଥା ପୂର୍ବତନ ସରପଞ୍ଚ ଟୁଟୁ ପ୍ରଧାନ ଦଳ ଛାଡ଼ି କଂଗ୍ରେସରେ ଯୋଗ ଦେଇଛନ୍ତି। କଂଗ୍ରେସର ପରିବେଶ ବଞ୍ଚାଅ, ସମ୍ଭିଧାନ ବଞ୍ଚାଅ ସଭା ହିଞ୍ଜିଳିକାଟୁ  ଠାରେ ଅନୁଷ୍ଟିତ ହେଉଥିଲା। ଉକ୍ତ ସଭାରେ କୁଲୁ ଏବଂ ଟୁଟୁ ସମେତ ତାଙ୍କ ସମର୍ଥକ ମାନେ ଯୋଗ ଦେଇଥିଲେ। ଏହା ପୂର୍ବରୁ କୁଲୁଙ୍କ ନେତୃତ୍ୱରେ ତାଙ୍କ ସମର୍ଥକମାନେ ଏକ ରାଲିରେ ଭଞ୍ଜନଗରରୁ ବାହାରି ହିଞ୍ଜିଳିକାଟୁ ଯାଇଥିଲେ। ସେମାନଙ୍କ କଂଗ୍ରେସରେ ଯୋଗଦାନ ପରେ ଭଞ୍ଜନଗରରେ କଂଗ୍ରେସର ଶକ୍ତି ବଢ଼ଥିବା ଚର୍ଚ୍ଚା ହେଉଛି।
ସୂଚନାଯୋଗ୍ୟ, ଆଜକୁ ଏକ ବର୍ଷ ପୂର୍ବେ ଭାଜପା ବିଧାୟକ ପ୍ରାର୍ଥୀ ପ୍ରଦ୍ୟୁମ୍ନ କୁମାର ନାୟକ ବିଜେଡିର ଟାଣୁଆ ନେତା ତଥା ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କୁ ପରାସ୍ତ କରି ପ୍ରଦ୍ୟୁମ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏହା ପରଠୁ ବିକ୍ରମ ଆଉ ଦଳୀୟ କାର୍ଯ୍ୟକ୍ରମରେ ସକ୍ରିୟ ରହି ନ ଥିଲେ। ଫଳରେ ନିର୍ବାଚନମଣ୍ଡଳୀର    ଅନେକ  ବିଜେଡି ନେତା ଓ କର୍ମୀ, ସରପଞ୍ଚ, ସମିତିସଭ୍ୟ   ପ୍ରଦ୍ୟୁମ୍ନଙ୍କ ନେତୃତ୍ୱକୁ ସମର୍ଥନ ଜଣାଇ ଭାଜପାରେ ମିଶିଥିଲେ। ଆଉ କିଛି ବିଜେଡି ନେତା
ଏବେବି ଭାଜପାରେ ମିଶିବା ପାଇଁ ଚେଷ୍ଟା ଚଳାଇଛନ୍ତି। ଅନ୍ୟପଟେ କୁଲୁ ଏବଂ ତାଙ୍କ ସମର୍ଥକ ବିଧାୟକ ରମେଶ ଜେନାଙ୍କ ସହ ଆଜକୁ କିଛି ମାସ ହେବ ଯୋଗସୂତ୍ରରେ ଥିଲେ। ଆଜି ପିସିସି ସଭାପତି ଭକ୍ତ ଚରଣ ଦାସ, ଏଆଇସିସି ପ୍ରଭାରୀ ଅଜୟ ଲାଲୁ ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ସମୟରେ କୁଲୁ ଏବଂ ତାଙ୍କ ସମର୍ଥକ କଂଗ୍ରେସରେ ମିଶିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri